‘ସମନ୍ବୟ ରହିଲେ ଶିକ୍ଷାର ମାନ ବଢ଼ିବ’

ଭୁବନ, ୧୦ା୪(ଡି.ଏନ୍‌.ଏ.) – ଗୁରୁ ଏବଂ ଶିଷ୍ୟ ମଧ୍ୟରେ ସମ୍ପର୍କ କେଉଁ ଅନାଦିକାଳର। ଶିକ୍ଷାନୁଷ୍ଠାନରେ ଛାତ୍ରୀଛାତ୍ର ଏବଂ ଶିକ୍ଷକଙ୍କ ମଧ୍ୟରେ ସମନ୍ବୟ ରହିଲେ ଶିକ୍ଷାର ମାନ ବୃଦ୍ଧି ପାଇବ ବୋଲି କହିଛନ୍ତି ଭୁବନ ଏନ୍‌ଏସି ଅଧ୍ୟକ୍ଷ ଶୁଭେନ୍ଦୁ ସାହୁ। ନୂଆ ଭୁବନ ନୋଡାଲ ହାଇସ୍କୁଲରେ ଶନିବାର ଆୟୋଜିତ ପ୍ରତିଭା ସମ୍ମାନ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସେ ଏହା କହିଛନ୍ତି।
ସ୍କୁଲ ପରିଚାଳନା କମିଟି ସଭାପତି ବିପିନ ବିହାରୀ ସେଠୀଙ୍କ ସଭାପତିତ୍ୱରେ ବ୍ଲକ ଅଧ୍ୟକ୍ଷା ସିପ୍ରା ବରାଳ ମୁଖ୍ୟ ବକ୍ତା ଭାବେ ଯୋଗଦେଇ ପାଠପଢ଼ା ଉପରେ ଗୁରୁତ୍ୱ ଦେଇ ସୁନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଇଥିଲେ। ପୂର୍ବତନ ଅଧ୍ୟକ୍ଷ ଧର୍ମାନନ୍ଦ ବରାଳ, ଏନ୍‌ଏସି ଉପାଧ୍ୟକ୍ଷା ମାନିନି ସାହୁ, ଏବିଇଓ ରାଜଲକ୍ଷ୍ମୀ ଟୁଡୁ ସମ୍ମାନିତ ଅତିଥି ଭାବେ ଉପସ୍ଥିତ ରହି କରୋନା ମହାମାରୀ କିପରି ଶିକ୍ଷାକୁ ପ୍ରଭାବିତ କରିଛି ଏବଂ ଏଥିରୁ ମୁକୁଳିବାର ବାଟ ବିଷୟରେ ଆଲୋଚନା କରିଥିଲେ। ଏହି ଅବସରରେ ଭୁବନ ଏନ୍‌ଏସିର ବିଭିନ୍ନ ସ୍କୁଲର ୧୦ ପ୍ରତିଭାସମ୍ପନ୍ନ ଛାତ୍ରୀଛାତ୍ରଙ୍କୁ ସମ୍ମାନିତ କରାଯାଇଥିଲା। ପଠାଣି ସାମନ୍ତ ମେଧାବୃତ୍ତି ପରୀକ୍ଷାରେ କୃତିତ୍ୱ ଅର୍ଜନ କରିଥିବା ବୈଷ୍ଣବୀ ପୃଷ୍ଟି, ଦିବ୍ୟଶକ୍ତି ବେହେରା, ଶୁଭଲକ୍ଷ୍ମୀ ସାହୁ, ରୋଜାଲିନ୍‌ ପୃଷ୍ଟି, ଝରଣା ସାହୁ, ସୋମ୍ୟରଞ୍ଜନ ସାହୁ, ବାଦଲ ପଣ୍ଡା, ଓମ୍‌ପ୍ରକାଶ ସାହୁ, ଜାତୀୟ ମେଧା ଅନ୍ବେଷଣରେ କୃତିତ୍ୱ ହାସଲ କରିଥିବା ଶୁଭମ୍‌ ସୂର୍ଯ୍ୟାଂଶୁ ସାହୁ ଏବଂ ଏନ୍‌ଏସ୍‌ଏସ୍‌ଏସ୍‌ ବୃତ୍ତିରେ କୃତିତ୍ୱ ଲାଭ କରିଥିବା ଆଲୋକ ପୃଷ୍ଟି ସମ୍ମାନିତ ହୋଇଥିଲେ। ମୋ’ ସ୍କୁଲ ଅଭିଯାନ ପାଇଁ ସର୍ବାଧିକ ସହାୟତା ଦେଇଥିବା ପୁରାତନ ଛାତ୍ର ଅମ୍ବୁଜ କୁମାର ସାହୁଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ପ୍ରଧାନ ଶିକ୍ଷକ ବିଜୟ ଆଚାର୍ଯ୍ୟ, ବିଜ୍ଞାନ ଶିକ୍ଷକ ଖଗେଶ୍ବର ବେହେରା, ସହକାରୀ ଶିକ୍ଷକ ଗୁରୁ ପ୍ରସାଦ ମିଶ୍ର ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଛାତ୍ରୀଛାତ୍ରଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ହୋଟେଲ, ରେଷ୍ଟୁରାଣ୍ଟରେ ବଡ଼ ଧରଣର ଚଢ଼ାଉ

ନୂଆପଡ଼ା,୨୬ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଘରୋଇ ଏଲ୍‌ପିଜି ସିଲିଣ୍ଡରର କୃତ୍ରିମ ଅଭାବ ଦେଖାଦେଇଥିବା ବେଳେ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟରେ ଅବୈଧ ବ୍ୟବହାର କରାଯାଉଥିବା ଅଭିଯୋଗ…

ନିଜର ସୁରକ୍ଷା ନେଇ ଆଗେଇ ଆସିଲେ ଛାତ୍ରୀ, ଆତ୍ମରକ୍ଷା ପାଇଁ କଲେ…

ଦିଗପହଣ୍ଡି,୨୬ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମସ୍ଥିତ ରାମଜୀ ଡିଗ୍ରୀ କଲେଜରେ ଗୁରୁବାର ଅଧ୍ୟକ୍ଷ ନିହାର ରଞ୍ଜନ କରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ‘ଛାତ୍ରୀ…

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

ଭତ୍ତା କାର୍ଡରେ ମୃତ, ରାଶନକାର୍ଡରେ ଜୀବିତ

କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ…

ବହୁଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲା; ୫ବର୍ଷ ପରେ ମିଳିଲା ନ୍ୟାୟ, ଏକକାଳୀନ ୭ ଅଭିଯୁକ୍ତଙ୍କୁ…..

ସମ୍ବଲପୁର,୨୬।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କତରବଗା ଥାନା ଅନ୍ତର୍ଗତ ଗୁଲାମାଲ ଗ୍ରାମରେ ଗତ ୨୦୨୧ ମସିହାରେ ସଂଘଟିତ ବହୁ ଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲାରେ ଜିଲା…

ଯୁବକଙ୍କ ଗୀତରେ ହଠାତ୍‌ ମୁଣ୍ଡ ହଲାଇ ନାଚି ଉଠିଲା ଦନ୍ତା ହାତୀ, Video ଦେଖିଲେ…..

କେନ୍ଦୁଝର,୨୬ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦନ୍ତା ହାତୀର ଜଳ କ୍ରୀଡ଼ା ଏବଂ ଉଗ୍ରରୂପ ସମସ୍ତେ ଦେଖିଛନ୍ତି । ତେବେ ହାତୀର ମଜାଳିଆ ଢଙ୍ଗ ବହୁତ୍ କମ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri