Posted inଖେଳ

କୋପା ଆମେରିକା ଫୁଟବଲ: ବ୍ରାଜିଲ- ଇକ୍ୱେଡର ମ୍ୟାଚ୍‌ ଡ୍ର

ସାଓ ପାଉଲୋ,୨୯।୬: କୋପା ଆମେରିକା ଫୁଟବଲ ଟୁର୍ନାମେଣ୍ଟରେ ରବିବାର ବ୍ରାଜିଲ ଓ ଇକ୍ୱେଡର ମଧ୍ୟରେ ଅନୁଷ୍ଠିତ ପ୍ରଥମ ମ୍ୟାଚ୍‌ ୧-୧ ଗୋଲରେ ଅମୀମାଂସିତ ରହିଛି। ଗୋଇଆନିଆର ଅଲିମ୍ପିକୋ ଷ୍ଟାଡିୟମରେ ଖେଳାଯାଇଥିବା ଗ୍ରୁପ୍‌ ବି’ର ଏହି ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌ରେ ବ୍ରାଜିଲ ତରଫରୁ ନେମାର, ଡିଫେଣ୍ଡର ଥିଆଗୋ ସିଲ୍‌ଭା ଓ ଷ୍ଟ୍ରାଇକର ଗାବ୍ରିଏଲ ଜେସସ୍‌ ଖେଳି ନ ଥିଲେ। ମ୍ୟାଚ୍‌ ଡ୍ର ରଖି ଇକ୍ୱେଡର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି। ୩୭ତମ ମିନିଟ୍‌ରେ ସେଣ୍ଟ୍ରାଲ ଡିଫେଣ୍ଡର ଏଡେର ମିଲିଟାଓ ଗୋଲ ଦେଇ ଡିଫେଣ୍ଡିଂ ଚାମ୍ପିୟନ ବ୍ରାଜିଲକୁ ଅଗ୍ରଣୀ କରାଇଥିଲେ। ଦ୍ୱିତୀୟାର୍ଦ୍ଧରେ ୫୩ତମ ମିନିଟ୍‌ରେ ଇକ୍ୱେଡର ତରଫରୁ ଆଞ୍ଜେଲ ମେନା ଗୋଲ ଦେଇ ମ୍ୟାଚ୍‌କୁ ସମାନସ୍ଥିତିକୁ ଆଣିଥିଲେ। ଏହାପରେ ଗୋଲ ନ ହେବା କାରଣରୁ ମ୍ୟାଚ୍‌ ଡ୍ର ରହିଥିଲା।
ଏଥିସହ ୪ଟି ମ୍ୟାଚ୍‌ ଖେଳି ୩ ଡ୍ର ଓ ଗୋଟିଏ ପରାଜୟ ସହ ୩ ପଏଣ୍ଟ ପାଇ ଇକ୍ୱେଡର ଗ୍ରୁପ୍‌ ବି ପଏଣ୍ଟ ତାଲିକାରେ ଚତୁର୍ଥ ସ୍ଥାନରେ ରହିଛି। ଫଳରେ ଭେନେଜୁଏଲା ଟୁର୍ନାମେଣ୍ଟରୁ ବାଦ୍‌ ପଡିଛି। ଇକ୍ୱେଡର କ୍ୱାର୍ଟରରେ ଲିଓନେଲ ମେସିଙ୍କ ଆର୍ଜେଣ୍ଟିନାକୁ ଭେଟିବା ସ୍ପଷ୍ଟ ହୋଇଛି। ବ୍ରାଜିଲ ୪ଟି ମ୍ୟାଚ୍‌ ଖେଳି ୩ ବିଜୟ, ୧ ଡ୍ର ସହ ୧୦ ପଏଣ୍ଟ ହାସଲ କରି ଶୀର୍ଷରେ ରହିଛି। ପେରୁ ୪ଟି ମ୍ୟାଚ୍‌ ଖେଳି ୨ ବିଜୟ, ୧ ଡ୍ର ଓ ୧ ପରାଜୟ ସହ ୭ ପଏଣ୍ଟ ପାଇ ଦ୍ୱିତୀୟ ସ୍ଥାନରେ ରହିଛି। ସେହିପରି କଲମ୍ବିଆ ୪ ମ୍ୟାଚ୍‌ ଖେଳି ୧ ବିଜୟ, ୧ ଡ୍ର ଓ ୨ ପରାଜୟ ସହ ୪ ପଏଣ୍ଟ ପାଇ ତୃତୀୟ ସ୍ଥାନରେ ରହିଛି। କ୍ୱାର୍ଟରରେ ବ୍ରାଜିଲ ଉରୁଗୁଏ କିମ୍ବା ଚିଲିକୁ ଭେଟିବ।
ପେରୁଠାରୁ ହାରି ଭେନେଜୁଏଲା ଆଉଟ୍‌
ବ୍ରାସିଲିଆ: ରବିବାର ଅନୁଷ୍ଠିତ ଗ୍ରୁପ୍‌ ବି’ର ଅନ୍ତିମ ମ୍ୟାଚ୍‌ରେ ପେରୁ ୧-୦ ଗୋଲରେ ଭେନେଜୁଏଲାକୁ ହରାଇଛି। ସଂଘର୍ଷପୂର୍ଣ୍ଣ ଏହି ମୁକାବିଲାରେ ୪୮ତମ ମିନିଟ୍‌ରେ ଆନ୍ଦ୍ରେ କାରିଲୋ ଗୋଲ ଦେଇ ପେରୁକୁ ଅଗ୍ରଣୀ କରାଇଥିଲେ। ନକ୍‌ଆଉଟ ପର୍ଯ୍ୟାୟକୁ ଉଠିବା ପାଇଁ ଭେନେଜୁଏଲାକୁ ଏହି ମ୍ୟାଚ୍‌ରେ ବିଜୟୀ ହେବା ଜରୁରୀ ଥିଲା। ଭେନେଜୁଏଲା ୪ ମ୍ୟାଚ୍‌ ଖେଳି ୨ଟି ଲେଖାଏ ଡ୍ର ଓ ପରାଜୟ ସହ ୨ ପଏଣ୍ଟ ପାଇ ପଞ୍ଚମ ତଥା ନିମ୍ନ ସ୍ଥାନରେ ରହିବା ସହ ଟୁର୍ନାମେଣ୍ଟରୁ ବାଦ୍‌ ପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଭାଜପା ଏମପିଙ୍କୁ ବଡ଼ ପରାମର୍ଶ ଦେଲେ ମୋଦି, ବର୍ତ୍ତମାନ ଉପରେ ଫୋକସ୍…

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ଭାରତୀୟ ଜନତା ପାର୍ଟି (ଭାଜପା)ର ୩୭ ଜଣ ନୂଆ ଏମପିଙ୍କ ବୈଠକ କରିଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri