Posted inଖେଳ

କୋପା ଆମେରିକା ଫୁଟ୍‌ବଲ: ବ୍ରାଜିଲ ଦଳରେ ନେମାର, ସିଲ୍‌ଭା ସାମିଲ

ସାଓ ପାଉଲୋ,୧୧।୬(ଏପି): କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟ ଆରମ୍ଭ ହେବାର ଦୁଇଦିନ ପୂର୍ବରୁ ବ୍ରାଜିଲ ଏକ ୨୪ ଜଣିଆ ଦଳ ଘୋଷଣା କରିଛି। ତାରକା ଷ୍ଟ୍ରାଇକର ନେମାର ଓ ଅଭିଜ୍ଞ ଡିଫେଣ୍ଡର ଥିଆଗୋ ସିଲଭାଙ୍କୁ ଏହି ଦଳରେ ସାମିଲ କରାଯାଇଛି।
ହେଡ୍‌ କୋଚ୍‌ ଟିଟେ ବୁଧବାର ଏହି ଦଳ ଘୋଷଣା କରିଛନ୍ତି। ଏହି ଟୁର୍ନାମେଣ୍ଟ ରବିବାର ଆରମ୍ଭ ହେବାକୁ ଯାଉଛି। କୋଭିଡ୍‌-୧୯ କାରଣରୁ କଲମ୍ବିଆ ଓ ଆର୍ଜେଣ୍ଟିନା ଏହି ଟୁର୍ନାମେଣ୍ଟ ଆୟୋଜନରୁ ଓହରିଯାଇଥିଲେ। ଏହାପରେ ବ୍ରାଜିଲକୁ ଏହି ଆୟୋଜନ ଅଧିକାର ମଳିଥିଲା। ଟୋକିଓ ଅଲିମ୍ପିକ୍ସ ଖେଳିବାକୁ ନେମାର ଇଚ୍ଛା ପ୍ରକାଶ କରିଥିଲେ। ତେବେ ଦୁଇଟି ଯାକ ଟୁର୍ନାମେଣ୍ଟରେ ଅଂଶଗ୍ରହଣ କରିବା ଅସମ୍ଭବ ମନେ ହେଉଛି। ୨୦୧୬ ରିଓ ଅଲିମ୍ପିକ୍ସରେ ଘରୋଇ ପରିବେଶରେ ନେମାରଙ୍କ ନେତୃତ୍ୱରେ ବ୍ରାଜିଲ ସ୍ବର୍ଣ୍ଣ ପଦକ ହାସଲ କରିଥିଲା। ଜୁଲାଇ ୧୦ରେ ଐତିହାସିକ ମାରାକାନା ଷ୍ଟାଡିୟମରେ କୋପା ଆମେରିକା ଫାଇନାଲ ମ୍ୟାଚ୍‌ ଖେଳାଯିବ। ଟୋକିଓ ଅଲିମ୍ପିକ୍ସର ଉଦ୍‌ଘାଟନୀ ମ୍ୟାଚ୍‌ ଜୁଲାଇ ୨୨ ତାରିଖରେ ୟୋକୋହାମାରେ ଖେଳାଯିବ ଏବଂ ଏଥିରେ ଜର୍ମାନୀ ଓ ବ୍ରାଜିଲ ମୁହଁାମୁହିଁ ହେବେ। ସେହିପରି ଫାଇନାଲ ଅଗଷ୍ଟ ୭ ତାରିଖରେ ଖେଳାଯିବ।
କୋପା ଆମେରିକାରେ ବ୍ରାଜିଲ ଭେନେଜୁଆଲ ବିପକ୍ଷରୁ ଅଭିଯାନ ଆରମ୍ଭ କରିବ। ବିନା ଦର୍ଶକରେ ଏହି ମ୍ୟାଚ୍‌ ଖେଳାଯିବ। କୋଭିଡ୍‌-୧୯ ମହାମାରୀ ପ୍ରକୋପ ଜାରି ରହିବା ସତ୍ତ୍ୱେ ବ୍ରାଜିଲ ଏହି ଟୁର୍ନାମେଣ୍ଟ ଆୟୋଜନ କରୁଥିବାରୁ ଖେଳାଳିମାନେ ନିଜ ଦେଶରେ କଡ଼ା ସମାଲୋଚନାର ସମ୍ମୁଖୀନ ହୋଇଛନ୍ତି। ଘୋଷିତ ଦଳରେ ଯୁବ ଓ ଅଭିଜ୍ଞ ଖେଳାଳିମାନଙ୍କୁ ସାମିଲ କରାଯାଇଛି। ବାର୍ସେଲୋନର ଇମର୍ସନ ଆହତ ହୋଇଥିବା ଡାନି ଆଲଭେସଙ୍କ ବଦଳରେ ଦଳରେ ସ୍ଥାନ ପାଇଛନ୍ତି। ଇଞ୍ଜୁରି କାରଣରୁ ବେନିଫିକାର ଲୁକାସ ଭେରିସିମୋ ବାଦ୍‌ ପଡିଛନ୍ତି। ତାଙ୍କ ସ୍ଥାନରେ ଆଟଲେଟିକୋ ମାଡ୍ରିଡ୍‌ ଫେଲିଫ ସାମିଲ ହୋଇଛନ୍ତି। ଦଳରେ ଚେଲସି ଡିଫେଣ୍ଡର ଥିଆଗୋ ସିଲ୍‌ଭା, ଲିୟନ ମିଡ୍‌ଫିଲ୍ଡର ଲୁକାସ ପାକ୍ୱୋଟା ସ୍ଥାନ ପାଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିରାଟ-ରୋହିତଙ୍କୁ ଟେଷ୍ଟରୁ ଅବସର ନେବାକୁ କରାଯାଇଥିଲା ବାଧ୍ୟ! ଏହି ଖେଳାଳିଙ୍କ ବୟାନ ପରେ କ୍ରିକେଟ ଜଗତରେ ଝଡ

ନୂଆଦିଲ୍ଲୀ,୩୧।୧୨: କ୍ରିକେଟର ଦୁଇ ବଡ ନାମ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ହଠାତ୍‌ ଟେଷ୍ଟ କ୍ରିକେଟରୁ ଅବସରକୁ ନେଇ ଚର୍ଚ୍ଚା ପୁଣି ଥରେ ତୀବ୍ର...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ଟି-୨୦ ବିଶ୍ୱକପରୁ ବାଦ୍‌ ପଡିଲେ ଏହି ୩ ଷ୍ଟାର ଖେଳାଳି, ଆଇପିଏଲ ନିଲାମରେ କୋଟି କୋଟି ଟଙ୍କା ମିଳି ମଧ୍ୟ…

ନୂଆଦିଲ୍ଲୀ,୩୦।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଇଂଲଣ୍ଡର ଦଳ ଘୋଷଣା କରାଯାଇଛି। ଇସିବି ଅସ୍ଥାୟୀ ଦଳ ପ୍ରକାଶ କରିଛି। ଦଳରେ ହ୍ୟାରି ବ୍ରୁକ (ଅଧିନାୟକ), ଜୋଫ୍ରା...

ବଲିଉଡ ଅଭିନେତ୍ରୀଙ୍କ ବିସ୍ଫୋରକ ବୟାନ, ବିବାହିତ ସୂରିୟାଙ୍କୁ ନେଇ ଚର୍ଚ୍ଚା

ମୁମ୍ବାଇ,୩୦।୧୨: ଭାରତୀୟ ଟି-୨୦ କ୍ରିକେଟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କରିଛନ୍ତି ବଲିଉଡ ଅଭିନେତ୍ରୀ। ପୂର୍ବରୁ ଅନେକ ଅଭିନେତ୍ରୀଙ୍କ ସହିତ କ୍ରିକେଟରଙ୍କ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri