Posted inଖେଳ

କୋପା ଆମେରିକା ଫୁଟ୍‌ବଲ : ବ୍ରାଜିଲ- ଭେନିଜୁଏଲା ଉଦ୍‌ଘାଟନୀ ମ୍ୟାଚ୍‌

ବ୍ରାସିଲିଆ,୧୩।୬: ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ଫୁଟ୍‌ବଲ ଟୁର୍ନାମେଣ୍ଟ ବିବେଚିତ ହେଉଥିବା କୋପା ଆମେରିକା ରବିବାରଠାରୁ ଆରମ୍ଭ ହେବ। ଦକ୍ଷିଣ ତଥା ଲାଟିନ ଆମେରିକାର ସର୍ବଶ୍ରେଷ୍ଠ ଫୁଟ୍‌ବଲ ଟୁର୍ନାମେଣ୍ଟ ବିବେଚିତ ହେଉଥିବା କୋପା ଆମେରିକାର ଉଦ୍‌ଘାଟନୀ ମ୍ୟାଚ୍‌ରେ ଗତଥରର ଚାମ୍ପିୟନ ତଥା ଆୟୋଜକ ବ୍ରାଜିଲ ଓ ଭେନିଜୁଏଲା ପରସ୍ପରକୁ ଭେଟିବେ। ସ୍ଥାନୀୟ ଇଷ୍ଟାଡିଓ ନାସିଓନାଲ ମେନ୍‌ ଗାରିଞ୍ଚା ଷ୍ଟାଡିୟମରେ ଏହି ମ୍ୟାଚ୍‌ ଖେଳାଯିବ। ୟୁରୋ କପ୍‌ ଆରମ୍ଭ ହେବାର ଗୋଟିଏ ଦିନ ପରେ ଏହି ମେଗା ଇଭେଣ୍ଟର ୪୭ତମ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି।
ପ୍ରଥମେ ଆର୍ଜେଣ୍ଟିନା ଓ କଲମ୍ବିଆ ଏହାକୁ ଆୟୋଜନ କରିବାର କାର୍ଯ୍ୟକ୍ରମ ଥିଲା। କୋଭିଡ୍‌-୧୯ କାରଣରୁ ଏହି ଦୁଇ ଦେଶ ଓହରିଯାଇଥିଲେ। ଫଳରେ ବ୍ରାଜିଲକୁ ଆୟୋଜନ ଅଧିକାର ମିଳିଥିଲା। ବ୍ରାଜିଲ ନିଜ ଦେଶରେ ଆୟୋଜନ ନେଇ ପ୍ରବଳ ବିରୋଧର ସମ୍ମୁଖୀନ ହୋଇଥିଲା। ତେବେ ଶେଷରେ ବ୍ରାଜିଲ ସୁପ୍ରିମକୋର୍ଟ ଏହି ମେଗା ଇଭେଣ୍ଟ ଆୟୋଜନ କରିବାକୁ ଅନୁମତି ଦେଇଥିଲେ। ଟୁର୍ନାମେଣ୍ଟ ପାଖାପାଖି ମାସେ ଚାଲିବା ପରେ ଜୁଲାଇ ୧୦ ତାରିଖରେ ଶେଷ ହେବ। ଫାଇନାଲ ମ୍ୟାଚ ରିଓ ଡି ଜାନେଇରୋର ଐତିହାସିକ ମାରାକାନା ଷ୍ଟାଡିୟମରେ ଖେଳାଯିବ। ଦକ୍ଷିଣ ଆମେରିକା ଫୁଟ୍‌ବଲ ପ୍ରଶାସନର ସର୍ବୋଚ୍ଚ ପ୍ରଶାସନିକ ସଂସ୍ଥା କନ୍‌ମେବୋଲ ଆନୁକୂଲ୍ୟରେ ଆୟୋଜନ ହେବାକୁ ଥିବା ଏହି ଟୁର୍ନାମେଣ୍ଟରେ ମୋଟ ଗୋଟିଏ କନ୍‌ଫେଡେରେଶନର ୧୦ଟି ଦେଶ ଅଂଶଗ୍ରହଣ କରିବେ। ୧୦ଟି ଦଳକୁ ଏ ଓ ବି ଗ୍ରୁପ୍‌ରେ ବିଭକ୍ତ କରାଯାଇଛି। ବ୍ରାଜିଲ ୨୦୧୯ରେ ନବମ ଟାଇଟଲ ଜିତି ସଫଳତମ ଦଳ ବିବେଚିତ ହେଉଛି। ବ୍ରାଜିଲର ୪ଟି ସହରରେ ମ୍ୟାଚ୍‌ଗୁଡିକ ଆୟୋଜନ ହେବ। ଘରୋଇ ପରିବେଶରେ ବ୍ରାଜିଲ ଅବଶ୍ୟ ଫେଭରାଇଟ୍‌ ବିବେଚିତ ହେଉଛି। ଗ୍ରୁପ୍‌ ବି’ରେ ବ୍ରାଜିଲ ଶୀର୍ଷ ସ୍ଥାନରେ ରହିବ ବୋଲି ଆଶା କରାଯାଉଛି। ସେହିପରି ଗ୍ରୁପ୍‌ ଏ’ରେ ଆର୍ଜେଣ୍ଟିନା ଓ ଉରୁଗୁଏ ଶ୍ରେଷ୍ଠ ଦୁଇଟି ସ୍ଥାନରେ ରହି ନକ୍‌ ଆଉଟ୍‌ରେ ପ୍ରବେଶ କରିବେ।
ଗ୍ରୁପ୍‌୍‌ ଏ: ଆର୍ଜେଣ୍ଟିନା, ବଲିଭିଆ, ଉରୁଗୁଏ, ଚିଲି ଓ ପାରାଗୁଏ ।
ଗ୍ରୁପ୍‌ ବି: ବ୍ରାଜିଲ, କଲମ୍ବିଆ, ଭେନିଜୁଏଲା, ଇକ୍ୱେଡର ଓ ପେରୁ ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...

ଶକ୍ତିଶାଳୀ ଦିଲ୍ଲୀକୁ ହରାଇଲା ଓଡ଼ିଶା, ବିରାଟ ଅନୁପସ୍ଥିତିରେ ମାଟି କାମୁଡ଼ିଲା ରିଷଭଙ୍କ ଟିମ୍

ବେଙ୍ଗାଲୁରୁ,୩୧ା୧୨: ବିଜୟ ହଜାରେ ଟ୍ରଫିର ଏଲିଟ୍ ଗ୍ରୁପ୍-ଡି ମୁକାବିଲାରେ ଓଡ଼ିଶା କ୍ରିକେଟ୍ ଦଳ ଶକ୍ତିଶାଳୀ ଦିଲ୍ଲୀକୁ ୭୯ ରନ୍‌ରେ ପରାସ୍ତ କରିଛି। ଷ୍ଟାର୍ ବ୍ୟାଟର ବିରାଟ...

ବିରାଟ-ରୋହିତଙ୍କୁ ଟେଷ୍ଟରୁ ଅବସର ନେବାକୁ କରାଯାଇଥିଲା ବାଧ୍ୟ! ଏହି ଖେଳାଳିଙ୍କ ବୟାନ ପରେ କ୍ରିକେଟ ଜଗତରେ ଝଡ

ନୂଆଦିଲ୍ଲୀ,୩୧।୧୨: କ୍ରିକେଟର ଦୁଇ ବଡ ନାମ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ହଠାତ୍‌ ଟେଷ୍ଟ କ୍ରିକେଟରୁ ଅବସରକୁ ନେଇ ଚର୍ଚ୍ଚା ପୁଣି ଥରେ ତୀବ୍ର...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ଟି-୨୦ ବିଶ୍ୱକପରୁ ବାଦ୍‌ ପଡିଲେ ଏହି ୩ ଷ୍ଟାର ଖେଳାଳି, ଆଇପିଏଲ ନିଲାମରେ କୋଟି କୋଟି ଟଙ୍କା ମିଳି ମଧ୍ୟ…

ନୂଆଦିଲ୍ଲୀ,୩୦।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଇଂଲଣ୍ଡର ଦଳ ଘୋଷଣା କରାଯାଇଛି। ଇସିବି ଅସ୍ଥାୟୀ ଦଳ ପ୍ରକାଶ କରିଛି। ଦଳରେ ହ୍ୟାରି ବ୍ରୁକ (ଅଧିନାୟକ), ଜୋଫ୍ରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri