Posted inଖେଳ

କୋପା ଆମେରିକା ଫୁଟ୍‌ବଲ: ବ୍ରାଜିଲର କ୍ରମାଗତ ଦ୍ୱିତୀୟ ବିଜୟ

ରିଓ ଡି ଜାନେଇରୋ,୧୯।୬: କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟରେ ବ୍ରାଜିଲ ବିଜୟଧାରା ବଜାୟ ରଖିଛି। ବ୍ରାଜିଲ ତା’ର ଦ୍ୱିତୀୟ ମ୍ୟାଚ୍‌ରେ ୪-୦ ଗୋଲରେ ପେରୁକୁ ହରାଇଛି। ଏପର୍ଯ୍ୟନ୍ତ ମୋଟ ଉପରେ ବ୍ରାଜିଲ କ୍ରମାଗତ ନବମ ବିଜୟ ହାସଲ କରିଛି। ଏଥିସହ ବ୍ରାଜିଲ ଟାଇଟଲ ହାସଲ ସମ୍ଭାବନାକୁ ଆହୁରି ଦୃଢ଼ କରିଛି। ଏହା ପୂର୍ବରୁ ବ୍ରାଜିଲ ତା’ର ପ୍ରଥମ ମ୍ୟାଚ୍‌ରେ ଭେନିଜୁଏଲାକୁ ୩-୦ ଗୋଲରେ ପରାସ୍ତ କରିଥିଲା। ସ୍ଥାନୀୟ ନିଲଟୋନ ସାଣ୍ଟୋସ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍‌ ବ୍ରାଜିଲ ତରଫରୁ ଆଲେକ୍ସ ସାଣ୍ଡ୍ରୋ ଦ୍ୱାଦଶ ମିନିଟ୍‌ରେ ପ୍ରଥମ ଗୋଲ ଦେଇ ଦଳକୁ ଅଗ୍ରଣୀ କରାଇଥିଲେ। ଏହାପରେ ତାରକା ଷ୍ଟ୍ରାଇକର ନେମାର ୬୮ତମ ମିନିଟ୍‌ରେ ଦଳ ତରଫରୁ ଦ୍ୱିତୀୟ ଗୋଲ ଦେଇଥିଲେ। ୮୯ତମ ମିନିଟ୍‌ରେ ଇଭରଟନ ରିବେଇରୋ ଗୋଲ ଦେଇଥିଲେ। ଶେଷରେ ଇଞ୍ଜୁରି ଟାଇମର ତୃତୀୟ ମିନିଟ୍‌ରେ ଷ୍ଟ୍ରାଇକର ରିଚାର୍ଲିଶନ ଗୋଲ ଦେଇ ଦଳକୁ ବୃହତ୍‌ ବିଜୟ ପ୍ରଦାନ କରିଥିଲେ।
ଏହି ବିଜୟ ସହ ବ୍ରାଜିଲ ଗ୍ରୁପ୍‌ ଏ’ରେ ୨ଟି ମ୍ୟାଚ୍‌ ଖେଳି ୨ ବିଜୟ ସହ ୬ ପଏଣ୍ଟ ହାସଲ କରି ଶୀର୍ଷରେ ରହିଛି। ସେହିପରି କଲମ୍ବିଆ ଗୋଟିଏ ବିଜୟ, ଗୋଟିଏ ଡ୍ର ସହ ୪ ପଏଣ୍ଟ ହାସଲ କରି ତାଲିକାର ଦ୍ୱିତୀୟ ସ୍ଥାନରେ ରହିଛି। କୋଚ୍‌ ଟିଟେଙ୍କ ତତ୍ତ୍ୱାବଧାନରେ ବ୍ରାଜିଲ ଆଶାନୁରୂପ ପ୍ରଦର୍ଶନ କରିଛି। ୨୦୨୨ କାତାର ବିଶ୍ୱକପ୍‌ ପାଇଁ ବ୍ରାଜିଲ ପ୍ରସ୍ତୁତି ଆରମ୍ଭ କରିଦେଇଛି। ପେରୁ ଚାପର ବଶବର୍ତ୍ତୀ ହୋଇଥିଲା ଓ ସ୍ବାଭାବିକ ଖେଳିପାରି ନ ଥିଲା। ବ୍ରାଜିଲ ପେରୁକୁ କୌଣସି ସୁଯୋଗ ମଧ୍ୟ ଦେଇ ନ ଥିଲା। ପରବର୍ତ୍ତୀ ମ୍ୟାଚ୍‌ରେ ବ୍ରାଜିଲ ବୁଧବାର କଲମ୍ବିଆ ବିପକ୍ଷରେ ଖେଳିବ। ୪ଟି ଗ୍ରୁପ୍‌ର ଶ୍ରେଷ୍ଠ ଦଳଗୁଡିକ ନକ୍‌ଆଉଟ ପର୍ଯ୍ୟାୟକୁ ଉନ୍ନୀତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

Video: ଆଉଟ୍‌ ଦେଇଥିବା ଅମ୍ପାୟାରଙ୍କଠାରୁ ‘ପ୍ରତିଶୋଧ’ ନେଲେ ବିରାଟ, ସର୍ବସମ୍ମୁଖରେ କଲେ ଏଭଳି…

ନୂଆଦିଲ୍ଲୀ,୨୩।୪: ବିରାଟ କୋହଲି କ୍ରିକେଟ ମଇଦାନରେ ନିଜର କ୍ରୋଧକୁ ନେଇ ପରିଚିତ। ଖେଳ ସମୟରେ ନିଜ ବିରୋଧୀ ଟିମ୍‌ର ମୁହଁ ଏବଂ ବ୍ୟାଟ୍‌ ଉଭୟର ଉଚିତ...

‘ପନ୍ତଙ୍କୁ ଚୟନ କରା ନ ଗଲେ ଭାରତ ମ୍ୟାଚ୍‌ରେ ପ୍ରଭାବ ପଡ଼ିବ’ 

ନୂଆଦିଲ୍ଲୀ,୨୩।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆର ଚୟନ ଚଳିତ ମାସ ଶେଷ ଆଡ଼କୁ ହୋଇପାରେ। ଦଳରେ ଅନେକ ଖେଳାଳିଙ୍କୁ ଚୟନ କରିବାକୁ ନେଇ ଏଯାଏ...

ହେଲା ବଡ଼ ଖୁଲାସା, ଏହି ଗୋଟିଏ ଭୁଲ୍‌ ପାଇଁ ଆର୍‌ସିବିରେ ନାହାନ୍ତି ଚହଲ…

ନୂଆଦିଲ୍ଲୀ,୨୩।୪: ଯୁଜବେନ୍ଦ୍ର ଚହଲଙ୍କୁ ଦଳରେ ନ ରଖିବାର ନିଷ୍ପତ୍ତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)କୁ ଅବଶୋଷ ରହିବ। କିଛି ଏଭଳି ପ୍ରତିକ୍ରିୟା ରଖିଛନ୍ତି ଫ୍ରାଞ୍ଚାଇଜ୍‌ର ପୂର୍ବ କ୍ରିକେଟ...

ଇତିହାସ ରଚିଲେ ଚହଲ: ଆଇପିଏଲ୍‌ରେ ଏମିତି କାରନାମା କରିବାରେ ପ୍ରଥମ ବୋଲର

ନୂଆଦିଲ୍ଲୀ,୨୩।୪: ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ୟୁଜବେନ୍ଦ୍ର ଚହଲ ତାଙ୍କ ଆଇପିଏଲ କ୍ୟାରିୟରରେ ୨୦୦ ଉଇକେଟ ପୂରଣ କରିଛନ୍ତି। ମୁମ୍ବାଇ...

ଅରେଞ୍ଜ କ୍ୟାପ୍‌ ଉପରେ କୋହଲଙ୍କ କବ୍‌ଜା: ପର୍ପଲ କ୍ୟାପ୍‌ ରେସ୍‌ ହେଉଛି ରୋଚକ

ନୂଆଦିଲ୍ଲୀ,୨୩।୪: ବ୍ୟାଟ୍ସମ୍ୟାନ ଭାବରେ ବିରାଟ କୋହଲିଙ୍କ ଆଭିମୁଖ୍ୟ ଆଇପିଏଲ ୨୦୨୪ ରେ ଜାରି ରହିଛି। ବିରାଟ କୋହଲି ୮ଟି ମ୍ୟାଚରେ ହାରାହାରି ୬୩.୧୭ରେ ୩୭୯ ରନ...

ହଠାତ୍‌ ପଡ଼ିଆ ମଝିରେ ବିପକ୍ଷ ବ୍ୟାଟ୍ସମ୍ୟାନଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା: ଜାଣନ୍ତୁ କାହିଁକି

ମୁମ୍ବାଇ,୨୩।୪: ରାଜସ୍ଥାନ ରୟାଲ୍ସର ଓପନର୍‌ ଯଶସ୍ବୀ ଜୟସ୍ବାଲ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ୬୦ ବଲରେ ୧୦୪ ରନର ଅପରାଜିତ ଇନିଂସ ଖେଳିଥିଲେ। ସେ ତାଙ୍କ ଇନିଂସରେ...

ପିଏନ୍‌ବି ବାଲେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ

ଭୁବନେଶ୍ୱର,୨୩।୪: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ବା ପିଏନ୍‌ବି ବାଲେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ ଭାବେ ବିଶ୍ୱଜିତ ବିଶ୍ୱାଳ ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା...

‘ଗୁକେଶ ଭବିଷ୍ୟତର ବିଶ୍ୱ ଚାମ୍ପିୟନ’

ନୂଆଦିଲ୍ଲୀ, ୨୪ା୪(ପି.ଟି.): ମର୍ଯ୍ୟାଦାପୂର୍ଣ୍ଣ କ୍ୟାଣ୍ଡିଡେଟ୍ସ ଟୁର୍ନାମେଣ୍ଟ ଜିତି ଭାରତର ଡି. ଗୁକେଶ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କେବଳ ଚେସ୍‌ ନୁହେଁ ସବୁ ମହଲରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri