ରସିଦ ନକଲ କରି ବାଲିଚାଲାଣ

କାମାକ୍ଷାନଗର, ୨।୬(ଡି.ଏନ୍‌.ଏ.): ତହସିଲ ପ୍ରଶାସନ ପକ୍ଷରୁ ପ୍ରଦାନ କରାଯାଇଥିବା ରସିଦ ବହି (ଓ୍ବାଇ-ଫର୍ମ) ନକଲ କରି ବାଲିଘାଟରୁ ବାଲି ଚାଲାଣ କରିବା ମହଙ୍ଗା ପଡ଼ିଛି। ଏଭଳି ବାଲି ଚାଲାଣ କରୁଥିବା ଦୁଇଟି ଟ୍ରକ୍‌ (ନଂ. ଓଆର୍‌ ୦୪ ଇ ୦୦୯୭ ଏବଂ ଓଆର୍‌ ୧୯ ବି ୧୨୨୮)କୁ ଜବତ କରିଛନ୍ତି କାମାକ୍ଷାନଗର ସହକାରୀ ଜିଲାପାଳ ମଦନମୋହନ ଜେନା। ସମ୍ପୃକ୍ତ ଗାଡ଼ି ମାଲିକଙ୍କ ନିକଟରୁ ୫୦ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି।
ମିଳିଥିବା ସୂଚନା ଅନୁଯାୟୀ, ଭୁବନ ରାଜସ୍ବ ସର୍କଲର ଜୟପୁର ବାଲିଘାଟକୁ ୨୦୨୦-୨୧ ବର୍ଷ ପାଇଁ ନିଲାମ ନେଇଥିଲେ ମନୋଜ କୁମାର ପୋଥାଳ। ଉକ୍ତ ଘାଟରୁ ବେଆଇନ ଭାବେ ବାଲି ଚାଲାଣ ହେଉଥିବା ସୂଚନା ମିଳିବା ପରେ ବୁଧବାର ପୂର୍ବାହ୍ନ ପ୍ରାୟ ସାଢ଼େ ୯ଟାରେ ଭୁବନ ପୋଲିସ ସହାୟତାରେ ସହକାରୀ ଜିଲାପାଳ ଚଢ଼ାଉ କରିଥିଲେ। ବାଲିଘାଟରୁ ବାଲି ପରିବହନ ପାଇଁ ତହସିଲ ପକ୍ଷରୁ ରସିଦ୍‌ ବହି (ଓ୍ବାଇ ଫର୍ମ) ପ୍ରଦାନ କରାଯାଇଥାଏ। ତଦନୁଯାୟୀ ଗୋଟିଏ ଗାଡ଼ି ଦିନକୁ ଥରେ ବାଲି ପରିବହନ କରିବାକୁ ଅନୁମତି ରହିଛି। ହେଲେ ଓ୍ବାଇ-ଫର୍ମ ରସିଦ୍‌ର ନକଲ କରି ଗୋଟିଏ ଗାଡ଼ିରେ ଏକାଧିକ ଥର ବାଲିଚାଲାଣ କରାଯାଉଥିବା ତଦନ୍ତ ବେଳେ ଜଣାପଡ଼ିଛି।
ସେହିପରି ଅଁଳାବେରେଣୀରେ ଲିଜ୍‌ଧାରୀ ଉମାକାନ୍ତ ସାହୁଙ୍କ ପଥର ଖାଦାନରେ ତୁମୁସିଙ୍ଗା ଆର୍‌ଆଇଙ୍କ ସହଯୋଗରେ ଚଢ଼ାଉ କରି ଏକ ବେଆଇନ ମାଙ୍କଡ଼ା ପଥର ବୋଝେଇ ଟ୍ରାକ୍ଟର ଜବତ କରାଯାଇଛି। ଗାଡ଼ି ମାଲିକଙ୍କ ନିକଟରୁ ୩୦ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି। ବିଭିନ୍ନ ଲଘୁ ଖଣିଜ ଉତ୍ସରୁ ବେଆଇନ ଭାବେ ଖଣିଜ ପଦାର୍ଥ ଚୋରାଚାଲାଣ ହେଉଛି। ଏଭଳି କାର୍ଯ୍ୟରେ ଲିପ୍ତଥିବା ବ୍ୟବସାୟୀଙ୍କଠାରୁ ଆଇନ ଅନୁଯାୟୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସହକାରୀ ଜିଲାପାଳ ସତର୍କ କରାଇଛନ୍ତି। ଚଢ଼ାଉରେ ଗଡ଼ନୃସିଂହପ୍ରସାଦ, ଭୁବନ ରାଜସ୍ବ ନିରୀକ୍ଷକଙ୍କ ସମେତ ତୁମୁସିଙ୍ଗା ଏବଂ ଭୁବନ ପୋଲିସ ସହାୟତା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…

ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…

ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri