Posted inଖେଳ

ନ୍ୟୁଜିଲାଣ୍ଡ କ୍ରିକେଟ ଛାଡ଼ିଲେ ଏହି ବିସ୍ଫୋରକ ବ୍ୟାଟ୍ସମ୍ୟାନ

ଅକ୍‌ଲାଣ୍ଡ, ୫।୧୨- ନ୍ୟୁଜିଲାଣ୍ଡ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି ବିସ୍ଫୋରକ ବ୍ୟାଟ୍ସମ୍ୟାନ କୋରି ଆଣ୍ଡରସନ। ସେ ଆମେରିକାର ମେଜର ଲିଗ୍‌ କ୍ରିକେଟ ଟି୨୦ ଲିଗ୍‌ରେ ୩ ବର୍ଷ ଖେଳିବା ପାଇଁ ଚୁକ୍ତି କରିଛନ୍ତି। ଅନ୍ତର୍ଜାତୀୟ ସ୍ତରରେ ନ୍ୟୁଜିଲାଣ୍ଡ ପକ୍ଷରୁ ଖେଳିବା ମୋ ଲାଗି ସମ୍ମାନର ବିଷୟ। ମୁଁ ଦେଶ ପାଇଁ ଆହୁରି ଖେଳି ସଫଳତା ଆଣିବାକୁ ଚାହେଁ। କିନ୍ତୁ ବେଳେବେଳେ ଭିନ୍ନ ସୁଯୋଗ ମିଳେ, ଯାହା କେହି କେବେ ଚିନ୍ତା ମଧ୍ୟ କରି ନ ଥାନ୍ତି ବୋଲି ଆଣ୍ଡରସନ କହିଛନ୍ତି।

୨୦୧୩ରେ ଅନ୍ତର୍ଜାତୀୟ ସ୍ତରରେ ପଦାର୍ପଣ କରିଥିବା ଅଲରାଉଣ୍ଡର ୩ଟି ଫର୍ମାଟରେ ନ୍ୟୁଜିଲାଣ୍ଡ ପକ୍ଷରୁ ଖେଳିଥିଲେ ୯୩ ମ୍ୟାଚ୍‌। ୨୦୧୩ରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ମ୍ୟାଚ୍‌ରେ ସେ ୩୬ ବଲରେ ଶତକ ହାସଲ କରି ସଭିଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ସେତେବେଳେ ତାହା ଥିଲା ଦିନିକଆ କ୍ରିକେଟ ଇତିହାସର ଦ୍ରୁତତମ ଶତକ। ତାଙ୍କୁ ୭.୫ କୋଟି ଟଙ୍କାରେ କିଣିଥିଲା ଆଇପିଏଲ ଫ୍ରାଞ୍ଚାଇଜ ମୁମ୍ବାଇ ଇଣ୍ଡିଆନ୍ସ। କ୍ୟାରିୟର ଆରମ୍ଭରୁ ବହୁ ସଫଳତା ପାଇଥିବା ଆଣ୍ଡରସନ ୨୦୧୫ ବିଶ୍ୱକପ୍‌ ଉପବିଜେତା ନ୍ୟୁଜିଲାଣ୍ଡ ଦଳର ଗୁରୁତ୍ୱପୂର୍ଣ୍ଣ ସଦସ୍ୟ ଥିଲେ। ହେଲେ ଏହାପରେ କ୍ରମାଗତ ଆହତ ସମସ୍ୟା ଯୋଗୁ ଦୀର୍ଘ ଦିନ ଧରି କ୍ରିକେଟରୁ ଦୂରେଇ ରହିଥିଲେ ଆଣ୍ଡରସନ। କ୍ରିକେଟକୁ ଫେରିବା ପରେ ଆଉ ପୁରୁଣା ଫର୍ମ ବଜାୟ ରଖି ପାରି ନ ଥିଲେ। ୨୦୧୮ରେ ସେ ନ୍ୟୁଜିଲାଣ୍ଡ ପାଇଁ ଅନ୍ତିମ ଥର ଅନ୍ତର୍ଜାତୀୟ କ୍ରିକେଟ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri