ବେକରେ ଛୁରି ଭୁସିଲେ କରୋନା ଆକ୍ରାନ୍ତ

କଟକ ଅଫିସ,୫।୬: କଟକ ଜିଲା ଟାଙ୍ଗୀଠାରେ ଥିବା ଏକ କୋଭିଡ୍‌ କେୟାର ସେଣ୍ଟର(ସିସିସି)ରେ ଜଣେ କରୋନା ଆକ୍ରାନ୍ତ ବେକରେ ଛୁରି ଭୁସି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଏସ୍‌ସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଅସ୍ତ୍ରୋପଚାର ପରେ ତାଙ୍କ ବେକରୁ ଛୁରି କଢାଯାଇଛି। ଏଥିସହ ତାଙ୍କୁ କୋଭିଡ୍‌ ଓ୍ବାର୍ଡରେ ରଖି ଚିକିତ୍ସା କରାଯାଉଛି।
ମିଳିଥିବା ସୂଚନା ଅନୁଯାୟୀ, ଚୌଦ୍ୱାର ଥାନା ଅଧୀନ ଦେବୀନଗର ଗ୍ରାମର ସୁକୁମାର ସୁବୁଦ୍ଧିରାୟଙ୍କ ମୋବାଇଲ ଦୋକାନ ରହିଛି। ଲକ୍‌ଡାଉନ୍‌ ଯୋଗୁ ଦୋକାନ ବନ୍ଦ ରହୁଥିବାରୁ ମାନସିକ ଚାପରେ ରହୁଥିଲେ। ଇତିମଧ୍ୟରେ ସେ କରୋନାରେ ଆକ୍ରାନ୍ତ ହୋଇ ହୋମ୍‌ ଆଇସୋଲେଶନରେ ଥିଲେ। ୨ ଦିନ ତଳେ ଟାଙ୍ଗୀଠାରେ ଥିବା ସିସିସିରେ ଭର୍ତ୍ତି ହୋଇଥିଲେ। ତେବେ ସିସିସିକୁ ଯିବା ସମୟରେ ଫଳ କାଟିବା ପାଇଁ ସାଙ୍ଗରେ ଏକ ଛୁରି ନେଇଥିଲେ। ଶୁକ୍ରବାର ସେହି ଛୁରିକୁ ନିଜ ବେକରେ ଭୁଶି ଦେଇଥିଲେ। ଅଧିକ ରକ୍ତସ୍ରାବ ହେବାରୁ ତାଙ୍କୁ ଏସ୍‌ସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଏ ସମ୍ପର୍କରେ ଏସ୍‌ସିବି ମେଡିକାଲ ଜରୁରିକାଳୀନ ଅଧିକାରୀ ଭୁବନାନନ୍ଦ ମହାରଣା କହିଛନ୍ତି, ଅସ୍ତ୍ରୋପଚାର ପରେ କରୋନା ଆକ୍ରାନ୍ତଙ୍କ ବେକରୁ ଛୁରି କଢାଯାଇଛି। ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି ବୋଲି ସେ କହିଛନ୍ତି। ଅନ୍ୟପକ୍ଷରେ ସୁକୁମାର ମାନସିକ ଭାରସାମ୍ୟ ହରାଇ ଏପରି କରିଥାଇପାରନ୍ତି ବୋଲି ତାଙ୍କ ପରିବାର ସଦସ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ…

ତଳ ଅଫିସର

ଆଜିର ଦିନରେ ସବୁଠି ଗହଳଚହଳ ଅଧିକ। ହାଟରେ ଯେମିତି ଘୋ ଘୋ, ନାହିଁ ନ ଥିବା ଭିଡ଼, ଠିକ୍‌ ସେମିତି ଭିଡ଼ ଦେଖାଯାଏ ସବୁଠି। ଟ୍ରେନ୍‌ରେ ଯାତ୍ରୀଙ୍କ…

ଇରାନ ଉପରେ ବଡ଼ ଆକ୍ରମଣ କରିବ ଆମେରିକା: ସମୟ କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ଜାତି ଉଦ୍ଦେଶ୍ୟରେ ଏକ ଭାଷଣ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି,ଯୁଦ୍ଧ ଏପର୍ଯ୍ୟନ୍ତ…

ବିଶ୍ୱ ପାଇଁ ଚେତାବନୀ

ମଣିଷ ବିଜ୍ଞାନ-ସଭ୍ୟତାର ଶୀର୍ଷରେ ପହଞ୍ଚତ୍ଥିଲେ ମଧ୍ୟ ଯୁଦ୍ଧ ଓ ହିଂସାକୁ ଛାଡ଼ିପାରିନାହିଁ। ଏବେ ସମଗ୍ର ବିଶ୍ୱରେ ଯେମିତି ସଂଘର୍ଷ, ହିଂସା, ପ୍ରତିଶୋଧର ବାତାବରଣ ସୃଷ୍ଟି ହୋଇଛି ତାହା…

ଜୈନଧର୍ମରେ ମହିଳା

ଜୈନଧର୍ମରେ ୨୪ ସନ୍ନ୍ୟାସୀ (ତୀର୍ଥଙ୍କର)ଙ୍କ ପ୍ରଦର୍ଶିତ ପଥ ଜୈନଧର୍ମ ଅନୁସରଣ କରେ। ଜୈନଧର୍ମର ଶ୍ୱେତାମ୍ବର ବିଚାରରେ ପଶ୍ଚିମ ଭାରତରେ ପାର୍ଶ୍ୱନାଥ ଏବଂ ମହାବୀର ଯଥାକ୍ରମେ ୨୩ ଓ…

ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର

ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍‌ଘାଟିତ…

ଓଜନ ହ୍ରାସ ଔଷଧ ବେଆଇନ ବିକ୍ରିକଲେ ଲାଇସେନ୍ସ ରଦ୍ଦ: କେନ୍ଦ୍ରର ଚେତାବନୀ

ନୂଆଦିଲ୍ଲୀ,୨ା୪:ଓଜନ ହ୍ରାସ ପାଇଁ ଉଦ୍ଦିଷ୍ଟ ଔଷଧଗୁଡ଼ିକ ଭାରତୀୟ ବଜାରରେ ସହଜରେ ଉପଲବ୍ଧ ହେଉଥିବାରୁ ଏହାର ଅପବ୍ୟବହାର ବଢ଼ିବାରେ ଲାଗିଛି। ଏଭଳି ଡ୍ରଗ୍ସ ବିକ୍ରେତାଙ୍କ ଲାଇସେନ୍ସ ରଦ୍ଦ କରାଯିବା…

୩ ବର୍ଷ ପରେ ଖୋଲିଲା ପୋଲ, ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

କୋରାପୁଟ,୨ା୪(ଅମିତାଭ ବେହେରା): ଦୀର୍ଘ ୩ ବର୍ଷ ୭ ମାସର ପ୍ରତୀକ୍ଷା ପରେ ବୁଧବାର ଏନ୍‌ଏଚ୍‌-୩୨୬ର ବଙ୍ଗଳାଗୁଡା ପୋଲରେ ଯାତାୟାତ ସୱାଭାବିକ ହୋଇଛି। କୋରାପୁଟ ଜିଲା ବଙ୍ଗଳାଗୁଡ଼ା ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri