ପୁଣି ରେକର୍ଡ କଲା କରୋନା: ୨୪ ଘଣ୍ଟାରେ ୭୮ ହଜାରରୁ ଅଧିକ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, ୩୦।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଜାରି ରହିଛି। ପ୍ରତିଦିନ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୋଟିଏ ଦିନରେ କରୋନା ସଂକ୍ରମଣ ପୁଣି ପୂର୍ବରୁ ସମସ୍ତ ରେକର୍ଡ ଭାଙ୍ଗିଛି। ଗତ ୨୪ ଘଣ୍ଟାରେ ୭୮ ହଜାର ୭୬୧ ଜଣ ନୂଆ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯାଇଛି। ସେହିପରି ଏହି ସମୟ ମଧ୍ୟରେ ୯୪୮ ଜଣଙ୍କ ମୃତ୍ୟୁ ଘଟିଛି। ଇତିମଧ୍ୟରେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୫ ଲକ୍ଷ ୪୨ ହଜାର ୭୩୪ ଛୁଇଁଛିି। ସେହିପରି ମୃତକଙ୍କ ସଂଖ୍ୟା ୬୩ ହଜାର ୪୯୮ ରେ ପହଞ୍ଚିଛି। ଇତିମଧ୍ୟରେ ୨୭ ଲକ୍ଷ ୧୩ ହଜାର ୯୩୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ସେହିପରି ୭ ଲକ୍ଷ ୬୫ ହଜାର ୩୦୨ ଜଣ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି। ଅଗଷ୍ଟ ୨୯ ସୁଦ୍ଧା ଦେଶରେ ୪ କୋଟି ୧୪ ଲକ୍ଷ ୬୧ ହଜାର ୬୩୬ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର୍‌ ପକ୍ଷରୁ ସୂଚନା ଦିଆଯାଇଛି। ଶନିବାର ୧୦ ଲକ୍ଷ ୫୫ ହଜାର ୨୭ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ଏହା ବର୍ତ୍ତମାନ ସୁଦ୍ଧା ଗୋଟିଏ ଦିନରେ ସର୍ବାଧିକ ପରୀକ୍ଷା ବୋଲି ଆଇସିଏମ୍‌ଆର୍‌ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୨୪ ଘଣ୍ଟା ଅତି ଗୁରୁତ୍ୱପୂର୍ଣ୍ଣ: ୩ ବରିଷ୍ଠ ଆଇଏଏସଙ୍କୁ ୩ ଜିଲା ଦାୟିତ୍ବ, ଜାଣନ୍ତୁ …

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଓ ବନ୍ୟା ଆଶଙ୍କାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଘଣ୍ଟା ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲା ପାଇଁ ବହୁତ…

Rule Change From 1st August: ପହିଲାରୁ ବଦଳିବ ଏହି ୫ ବଡ଼ ନିୟମ! LPG, ବ୍ୟାଙ୍କ ଠାରୁ ନେଇ ଟ୍ରେନ୍ ଟିକେଟ୍ ପର୍ଯ୍ୟନ୍ତ ପଡିବ ପ୍ରଭାବ, ଜାଣନ୍ତୁ…

ନୂଆଦିଲ୍ଲୀ, ୨୮।୭: ଜୁଲାଇ ମାସ ଶେଷ ହେବାକୁ ଯାଉଛି, ଏବଂ ଚାରି ଦିନ ପରେ ଅର୍ଥାତ୍ ଅଗଷ୍ଟ ମାସ ଆରମ୍ଭ ହେବା ସହ ଅନେକ ବଡ଼ ପରିବର୍ତ୍ତନ…

ସରକାରଙ୍କୁ ପୁଣି ବଡ଼ ଆନ୍ଦୋଳନର ଧମକ ଦେଲେ ଅଭିଜିତ ଦିପ୍‌କେ, କହିଲେ ସର୍ତ୍ତ ନ ରଖିଲେ…

ନୂଆଦିଲ୍‌ଲୀ,୨୮।୭: କକରୋଚ ଜନତା ପାର୍ଟି (CJP) ର ସଂସ୍ଥାପକ ଅଭିଜିତ୍ ଦୀପକେ ପୁଣି ଥରେ ଆନ୍ଦୋଳନର ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ପୋଲିସ ପକ୍ଷରୁ…

ଭଦ୍ରକରେ ବୁଧବାର ସମସ୍ତ ସ୍କୁଲ-ଅଙ୍ଗନବାଡ଼ି ଛୁଟି

ଭଦ୍ରକ,୨୮।୭: ପ୍ରବଳ ବର୍ଷା ଏବଂ ଖରାପ ପାଗକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆସନ୍ତାକାଲି ଅର୍ଥାତ ବୁଧବାର ଜିଲାର…

ଛାତ୍ର ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି, ଗିରଫ ଛାତ୍ରଙ୍କୁ ମୁକ୍ତ କର…

ନୂଆଦିଲ୍‌ଲୀ,୨୮।୭: ମଙ୍ଗଳବାର, ସୁପ୍ରିମକୋର୍ଟ ଛାତ୍ର ପ୍ରଦର୍ଶନରେ ସାମିଲ ଥିବା ପ୍ରତିବାଦକାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ବିଭିନ୍ନ ଆବେଦନର ଶୁଣାଣି ସମୟରେ, କୋର୍ଟ କହିଛନ୍ତି ଯେ ଦିଲ୍ଲୀର…

ସଂସଦରେ ପ୍ରିୟଙ୍କାଙ୍କୁ କଟାକ୍ଷ କଲେ ରିଜିଜୁ; ‘ରାହୁଲଙ୍କ ଭାଷଣ ଚୋରି କରିଦେଲେ…

ନୂଆଦିଲ୍ଲୀ,୨୮।୭: ମଙ୍ଗଳବାର ଲୋକ ସଭାରେ ପେପର ଲିକ ବିରୋଧୀ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା। ପ୍ରିୟଙ୍କା ଗାନ୍ଧୀ ଭଦ୍ରା ମଧ୍ୟ କଂଗ୍ରେସ ଦଳ ପକ୍ଷରୁ ଭାଷଣ ଦେଇଥିଲେ।…

ସରକାରଙ୍କ ବଡ଼ ଘୋଷଣା ରାକ୍ଷୀ ପୂର୍ଣ୍ଣିମାଠାରୁ ପ୍ରତି ମାସରେ ମହିଳାଙ୍କ ଖାତାକୁ ଆସିବ ୨୫୦୦ଟଙ୍କା

ନୂଆଦିଲ୍ଲୀ,୨୮।୭: ରକ୍ଷା ବନ୍ଧନ ପୂର୍ବରୁ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କ୍ୟାବିନେଟ ନିଷ୍ପତ୍ତି ମାଧ୍ୟମରେ ଦିଲ୍ଲୀର ଭଉଣୀମାନଙ୍କୁ…

କଙ୍ଗନାଙ୍କ ବିବାଦୀୟ ବୟାନର ଜବାବ ରଖିଲା CJP

ନୂଆଦିଲ୍ଲୀ,୨୮।୭: ଭାଜପା ଏମପି କଙ୍ଗନା ରାଣାୱତଙ୍କ Gen-Z ସମ୍ପର୍କରେ ମନ୍ତବ୍ୟକୁ ନେଇ ବିବାଦ ଦେଖାଦେଇଛି; ସେ Gen-Zକୁ ‘ଜେନେରେଶନ ଗଟର’ ବୋଲି କହିଥିଲେ। ‘କକ୍ରୋଚ ଜନତା ପାର୍ଟି’ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri