ରାଜ୍ୟରୁ ପୁଣି ୨୨ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୯।୨(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୨୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୭୯୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଭୁବନେଶ୍ୱରରୁ ୧୪ଜଣ ରହିଥିବା ବେଳେ ଅନୁଗୋଳ ଜିଲାରୁ ୨ଜଣ ରହିଛନ୍ତି । ସେହିପରି ସୁନ୍ଦରଗଡ଼, ମୟୂରଭଞ୍ଜ, କନ୍ଧମାଳ, ଜଗତସିଂହପୁର, ଢେଙ୍କାନାଳ, ବଲାଙ୍ଗୀର ଜିଲାରୁ ଜଣେ ଲେଖାଏ ରହିଛନ୍ତି ।