ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଆଉ ୧୫ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୧୦୪ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ରାଜ୍ୟରେ କରୋନା ପଜିଟିଭ୍ଙ୍କ ସଂଖ୍ୟା କମୁଥିବା ବେଳେ କରୋନା ମୃତ୍ୟୁ ହାର ବଢ଼ିଚାଲିଛି। ଯାହାକି ଚିନ୍ତାର ବିଷୟ ହୋଇଛି।


