ପାନପୋଷ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ କରୋନା: ୨ ଦିନ ପାଇଁ ହେଲା ବନ୍ଦ

ରାଉରକେଲା ଅଫିସ,୩ା୮: ରାଉରକେଲା ସହରରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ସରକାରୀ କାର୍ଯ୍ୟାଳୟ ମଧ୍ୟ ଏଥିରୁ ବାଦ୍‌ ପଡ଼ିନାହିଁ । ପାନପୋଷ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଉପଜିଲାପାଳ ବିଶ୍ୱଜିତ ମହାପାତ୍ରଙ୍କ ନିର୍ଦ୍ଦେଶ କ୍ରମେ କାର୍ଯ୍ୟାଳୟକୁ ସୋମବାର ଏବଂ ମଙ୍ଗଳବାର ଦୁଇଦିନ ଲାଗି ବନ୍ଦ ରଖାଯାଇଛି। କାର୍ଯ୍ୟାଳୟର ସମସ୍ତ ବିଭାଗକୁ ସାନିଟାଇଜ୍‌ ମଧ୍ୟ କରାଯାଉଛି। ସେହିପରି ତହସିଲ କାର୍ଯ୍ୟାଳୟକୁ ମଧ୍ୟ ସାନିଟାଇଜ୍‌ କରାଯିବା ସହ ଲୋକମାନଙ୍କ ଯିବା ଆସିବା ଉପରେ କଟକଣା ଲଗାଯାଇଛି। ସୂଚନାଯୋଗ୍ୟ, ସୁନ୍ଦରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୧୧ରେ ପହଞ୍ଚିଥିବା ବେଳେ ୧୦ ଜଣ ଆଖି ବୁଜି ସାରିଲେଣି।