ବଜେଟ ଅଧିବେଶନ ପୂର୍ବରୁ ପାର୍ଲାମେଣ୍ଟରେ କରୋନା ବିସ୍ଫୋରଣ, ୭୧୮ କର୍ମଚାରୀ ପଜିଟିଭ୍‌…

ନୂଆଦିଲ୍ଲୀ, ୧୩।୧ : ପାର୍ଲାମେଣ୍ଟର ବଜେଟ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ଏଠାରେ କରୋନା ବିସ୍ଫୋରଣ ଘଟିଛି। ପାର୍ଲାମେଣ୍ଟର ୭୧୮ କର୍ମଚାରୀଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଏହି କାରଣରୁ, ବଜେଟ ଅଧିବେଶନକୁ ଠିକ ସମୟରେ ଆରମ୍ଭ ହେବା ନେଇ ଆଶଙ୍କା ସୃଷ୍ଟି ହୋଇଛି।

ଦେଶରେ କରୋନା ମହାମାରୀର ତୃତୀୟ ଲହର ଜାରି ରହିଥିବାବେଳେ ପାର୍ଲାମେଣ୍ଟରେ ଏଭଳି ସଙ୍କଟ ସୃଷ୍ଟି ହୋଇଛି। ଗତ ଏକ ମାସ ଧରି କର୍ମଚାରୀମାନେ କରୋନାରେ ସଂକ୍ରମିତ ହେବାରେ ଲାଗିଛନ୍ତି। ସେମାନଙ୍କ ମଧ୍ୟରୁ ଅଧିକାଂଶ ଗତ ଦୁଇ ସପ୍ତାହ ମଧ୍ୟରେ ସଂକ୍ରମିତ ହୋଇଛନ୍ତି। ଜାନୁଆରୀ ୯ ପର୍ଯ୍ୟନ୍ତ, ପ୍ରାୟ ୪୦୦ କର୍ମଚାରୀ କରୋନା ସଂକ୍ରମିତ ହୋଇଥିଲେ, କିନ୍ତୁ ବୁଧବାର ଦିନ ଏହି ସଂଖ୍ୟା ୭୦୦ ଅତିକ୍ରମ କରିଛି। କେବଳ ଗତ ତିନି ଦିନ ମଧ୍ୟରେ ଏହି ସଂଖ୍ୟାରେ ପ୍ରାୟ ୪୩ ପ୍ରତିଶତ ବୃଦ୍ଧି ଘଟିଛି।

ରାଜ୍ୟ ସଭା ସଚିବାଳୟର ସୂତ୍ରରୁ ପ୍ରକାଶ ଯେ ସଂକ୍ରମିତଙ୍କ ମଧ୍ୟରୁ ପ୍ରାୟ ୨୦୦ କର୍ମଚାରୀ ରାଜ୍ୟ ସଭାର। ଅବଶିଷ୍ଟ ଲୋକସଭା ଏବଂ ଅନ୍ୟାନ୍ୟ ବିଭାଗ ସହ ଜଡିତ ବୋଲି କୁହାଯାଉଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଲୋକ ସଭା ଏବଂ ରାଜ୍ୟ ସଭାର ଏକ ତୃତୀୟାଂଶ କର୍ମଚାରୀଙ୍କୁ ଘରୁ କାମ କରିବାକୁ ଅନୁମତି ପ୍ରଦାନ କରାଯାଇଛି। ୫୦ ପ୍ରତିଶତ ଅଧିକାରୀଙ୍କୁ ଘରୁ କାମ କରିବାକୁ ଅନୁମତି ଦିଆଯାଇଛି। ଏଭଳି ସ୍ଥଳେ ବହୁ ସଂଖ୍ୟକ କର୍ମଚାରୀ ଆକ୍ରାନ୍ତ ହେବା ଚିନ୍ତାର ବିଷୟ।

ସୂଚନାଯୋଗ୍ୟ , ଫେବୃଆରୀ ୧ରେ ବଜେଟ ଉପସ୍ଥାପନ ହୋଇଥାଏ। ସେଥିପାଇଁ ଜାନୁଆରୀ ଶେଷ ସପ୍ତାହରେ ପାର୍ଲାମେଣ୍ଟର ଅଧିବେଶନ ଆରମ୍ଭ ହେବା ଆବଶ୍ୟକ। ଏପରି ସ୍ଥଳେ ବଜେଟ ଅଧିବେଶନ ଆରମ୍ଭ ନେଇ ଶଙ୍କା ଉପୁଜିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଦ ଦୋକାନକୁ ନେଇ ବଢୁଛି ଅସନ୍ତୋଷ, ଅନ୍ୟତ୍ର ସ୍ଥାନାନ୍ତର ଦାବି

କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ଛକରେ ଏକ ଠିପିବନ୍ଦ ମଦ ଦୋକାନ ପୁଣିଥରେ ଖୋଲିବାକୁ ନେଇ…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ, ଦେବୀ ଗଙ୍ଗାଙ୍କୁ ଆବାହନ ପରେ କଳସ ଯାତ୍ରା

ଦିଗପହଣ୍ଡି,୧୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବଜାର ସାହି ପୂଜା କମିଟି ପକ୍ଷରୁ ୪୬ ତମ ଶ୍ରୀ ଗଣେଶ ପୂଜା ମହୋତ୍ସବ ସୋମବାର ଠାରୁ…

ଘାଟିରେ ଓଲଟିଲା ଚାଉଳ ବୋଝେଇ ଟ୍ରକ୍‌

ପଟାଙ୍ଗି,୧୪ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦଲି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି ଚାଉଳ ବୋଝେଇ ଟ୍ରକ୍‌ । ସୂଚନା ଅନୁସାରେ…

ଦିଶା ମୃତ୍ୟୁ ମାମଲା; CBI ଏଫ୍‌ଆଇଆର୍‌ରେ ଆଦିତ୍ୟ ଠାକ୍‌ରେ….

ମୁମ୍ବାଇ,୧୪।୯: ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପୂର୍ବତନ ମ୍ୟାନେଜର ଦିଶା ସାଲିଆନଙ୍କ ମୃତ୍ୟୁ ମାମଲାରେ ବଡ଼ ଖବର ସାମ୍ନାକୁ ଆସିଛି । ପ୍ରାୟ ୬ ବର୍ଷ…

ସାଉଦି ପାଇପଲାଇନ୍‌କୁ ବନ୍ଦ କରିଦେଲା ଡ୍ରୋନ୍‌ ଆକ୍ରମଣ, ଏହା ଭାରତକୁ ପ୍ରଭାବିତ କରିବ କି ଜାଣନ୍ତୁ…

ରିୟାଦ୍‌,୧୪ା୯: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବେ ବିଶ୍ୱ ତୈଳ ବଜାର ଉପରେ ଗୁରୁତର ପ୍ରଭାବ ପକାଉଛି। ଡ୍ରୋନ୍‌ ଆକ୍ରମଣ ପରେ ସାଉଦି ଆରବର ଗୁରୁତ୍ୱପୂର୍ଣ୍ଣ ପୂର୍ବ-ପଶ୍ଚିମ ତୈଳ…

ବାଇକକୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ, ବାପା ଆଗରେ ଚାଲିଗଲା ମା’-ଛୁଆଙ୍କ ଜୀବନ

​ସମ୍ବଲପୁର,୧୪।୯(ପ୍ରମୋଦ ବହିଦାର): ନୂଆଁଖାଇ ପର୍ବ ପାଳନ ପାଇଁ ଖୁସି ମନରେ ଘରକୁ ଫେରୁଥିବା ଏକ ନିଷ୍ପାପ ପରିବାର ଉପରେ କାଳ ସାଜି ମାଡ଼ିଆସିଲା ଦ୍ରୁତଗାମୀ ଟ୍ରକ୍ ।…

ପୁଣି ରୋମାନ୍ସ କରିବେ ବିଜୟ-ରଶ୍ମିକା: ଏଥର ବଢୁଛି ଚର୍ଚ୍ଚା

ସାଉଥ ସୁପରଷ୍ଟାର ବିଜୟ ଦେବରକୋଣ୍ଡା ଓ ରଶ୍ମିକା ମନ୍ଦାନାଙ୍କ ଅନସ୍କ୍ରିନ୍‌ କେମିଷ୍ଟ୍ରିକୁ ଦର୍ଶକେ ସବୁବେଳେ ପସନ୍ଦ କରିଆସିଛନ୍ତି। ଏବେ ଦୁହେଁ ପୁଣିଥରେ ଏକାଠି ପରଦାରେ ନଜର ଆସିବେ।…

ନେରେଡି ବ୍ୟାରେଜ ବିବାଦ: ‘ବଂଶଧାରା ବଞ୍ଚାଅ, ଓଡ଼ିଶା ବଞ୍ଚାଅ’ ଦାବିରେ ନୀରବ ସତ୍ୟାଗ୍ରହ

ଗୁଣପୁର,୧୪ା୯(ସୁଜାତା ପାଢ଼ୀ): ବଂଶଧାରା ନଦୀ ତଳମୁଣ୍ଡରେ ପ୍ରସ୍ତାବିତ ନେରେଡି ବ୍ୟାରେଜ ପାଇଁ ଓଡ଼ିଶାର ୧୦୬ ଏକର ସରକାରୀ ଜମି ଆନ୍ଧ୍ରପ୍ରଦେଶକୁ ହସ୍ତାନ୍ତର ପ୍ରସଙ୍ଗକୁ ବିରୋଧ କରି ଦଣ୍ଡକାରଣ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?