୪ ରାଜ୍ୟର ବିଭିନ୍ନ ସ୍କୁଲରେ କରୋନା ବିସ୍ଫୋରଣ, ୮୧  ଆକ୍ରାନ୍ତ…

ନୂଆଦିଲ୍ଲୀ, ୨୩।୧୨: ଦେଶର ୧୬ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏପରିସ୍ଥଳ ୪ ରାଜ୍ୟର ବିଭିନ୍ନ ସ୍କୁଲରେ କରୋନା ବିସ୍ଫୋରଣ ଘଟିଛି। ଏସବୁ ସ୍କୁଲରେ ୮୧ ଜଣ ପିଲାଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି।

ସେଥିମଧ୍ୟରୁ ହିମାଚଳର ବିଲାସପୁରରେ ୨୩ ଜଣ, ପଶ୍ଚିମବଙ୍ଗର ନଦିଆ ଜିଲାରେ ୨୯ ଜଣ, ହରିୟାଣାର ଅମ୍ବାଲାରେ ଚାରିଜଣ ଛାତ୍ରଙ୍କ ସହିତ ୭ ଜଣ ଏବଂ ପଞ୍ଜାବର ଜଲନ୍ଧରରେ ୨୫ ଜଣ ଛାତ୍ର କରୋନା ସଂକ୍ରମିତ ହୋଇଛନ୍ତିି।

ବୁଧବାର ହିମାଚଳ ପ୍ରଦେଶର ବିଲାସପୁର ଜିଲାର ଭୁଲସ୍ବାଏଁ ଗ୍ରାମରେ କରୋନା ସଂକ୍ରମଣ ଯୋଗୁ ଜଣଙ୍କର ମୃତ୍ୟୁ ଘଟିବାରୁ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି। ଏଥି ସହିତ ଜିଲାର ଡେଲାଗଠାରେ ଥିବା ଏକ ସରକାରୀ ହାଇସ୍କୁଲର ୨୩ ପିଲାଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ ଆସିଛି।

ସରକାରୀ ହାଇସ୍କୁଲ, ଡେଲାଗରେ ୫୦ ପିଲାଙ୍କ ନମୁନା ନିଆଯାଇଥିଲା। ସେଥିମଧ୍ୟରୁ ୨୩ ପିଲାଙ୍କ ରିପୋର୍ଟ କରୋନା ପଜିଟିଭ ଆସିଛି। ପ୍ରାଥମିକ ବିଦ୍ୟାଳୟର ୭୦ ପିଲାଙ୍କ ନମୁନା ମଧ୍ୟ ନିଆଯାଇଛି, ଯାହାର ରିପୋର୍ଟ ଏପର୍ଯ୍ୟନ୍ତ ଆସି ନାହିଁ। ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡକ୍ଟର ପ୍ରବୀଣ ଚୌଧରୀ କହିଛନ୍ତି ଯେ ବର୍ତ୍ତମାନ ସମସ୍ତ ବିଦ୍ୟାଳୟରେ ପିଲାମାନଙ୍କର କରୋନା ପରୀକ୍ଷା କରାଯାଉଛି।

ପଶ୍ଚିମବଙ୍ଗରେ ନବୋଦୟ ବିଦ୍ୟାଳୟର ୨୯ ଜଣ ଛାତ୍ରଙ୍କ ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ସେମାନେ କଲ୍ୟାଣୀର ଜବାହର ନବୋଦୟ ଆବାସିକ ବିଦ୍ୟାଳୟର ଦଶମ ଶ୍ରେଣୀର ଛାତ୍ର।

ହରିୟାଣାର ଅମ୍ବାଲାର ଚାରିଜଣ ଛାତ୍ରଙ୍କ ସମେତ ୭ ଜଣଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି।
ପଞ୍ଜାବର ଜଲନ୍ଧରରେ ୨୫ ଜଣ ଛାତ୍ର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଗତ ତିନି ଦିନ ମଧ୍ୟରେ ବିଭିନ୍ନ ବିଦ୍ୟାଳୟରେ ଆକ୍ରାନ୍ତ ଛାତ୍ରମାନଙ୍କୁ ଚିହ୍ନଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରଜରେ ଶିବମନ୍ଦିର ପରିସରରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ

କୋରାପୁଟ,୧୪ା୬(ଅମିତାଭ ବେହେରା): କୋରାପୁଟ ସହର ଉପକଣ୍ଠ ବଡ଼ ଚିନ୍ଦ୍ରି ଗୋପନଗରସ୍ଥିତ ଚନ୍ଦ୍ରଶେଖର ଶିବମନ୍ଦିର ପରିସରରୁ ରବିବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ…

ସରପଞ୍ଚ ଚାମେଲି ଓଝାଙ୍କ ଘଟଣା: ମନ୍ତ୍ରୀ କହିଲେ ରିପୋର୍ଟ ଆସିଲେ…

ଭୁବନେଶ୍ୱର,୧୪ା୬: ରାଜ୍ୟ ରାଜନୀତିରେ ଚର୍ଚ୍ଚାରେ ରହିଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ଘଟଣାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ…

ବିଜେଡିରେ ସାମିଲ ହେଲେ ଭାଜପା-କଂଗ୍ରେସର ୫୦ରୁ ଊର୍ଦ୍ଧ୍ୱ କର୍ମୀ

ଥୁଆମୂଳ ରାମପୁର,୧୪ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରସ୍ଥିତ ଖଣ୍ଡୁଆଳ ଖେଳ ପଡ଼ିଆଠାରେ ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ଏକ ଦିନିକିଆ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ…

ଇରାନରେ ଆରାଘଚିଙ୍କ ବିରୋଧରେ ବିଶାଳ ପ୍ରତିବାଦ; ନିଜ ବିଦେଶ ମନ୍ତ୍ରୀଙ୍କ ବିରୋଧରେ ବିଦ୍ରୋହ କଲେଣି ଲୋକେ

ତେହରାନ,୧୪।୬: ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ଖୁବ ଶୀଘ୍ର ହେବା ପରି ମନେ ହେଉଛି; ତଥାପି, ଇରାନ ଭିତରେ ବୈଦେଶିକ ମନ୍ତ୍ରୀ ସୟଦ…

ଧୂଷୁରୀ ବଜାରର ଦୁର୍ଦ୍ଦଶା ଥମୁନି, ଯାତାୟାତ ପାଇଁ ସଙ୍କୁଚିତ ହୋଇପଡୁଛି ରାସ୍ତା

ତିହିଡ଼ି,୧୪ା୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧୂଷୁରୀ କେବଳ ଏକ ସ୍ଥାନର ନାମ ନୁହେଁ, ଏହା ଏକ ଗର୍ବ ଓ ଗୌରବର ମାଟି। ସ୍ବାଧୀନତା ସଂଗ୍ରାମୀଙ୍କ ତ୍ୟାଗ, ବହୁ…

ୟୁପି-ପଞ୍ଜାବ ସମେତ ୫ ରାଜ୍ୟରେ ନଭେମ୍ୱର-ଡିସେମ୍ୱରରେ ହୋଇପାରେ ବିଧାନସଭା ନିର୍ବାଚନ! ଜାଣନ୍ତୁ କ’ଣ ରହିଛି କେନ୍ଦ୍ର ସରକାରଙ୍କ ପ୍ଲାନ

ନୂଆଦିଲ୍‌ଲୀ,୧୪।୬: ଉତ୍ତର ପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ମଣିପୁର ଏବଂ ଗୋଆରେ ବର୍ଷ ୨୦୨୭ରେ ହେବାକୁ ଥିବା ବିଧାନସଭା ନିର୍ୱାଚନ ଚଳିତ ବର୍ଷ ୨୦୨୬ରେ ହିଁ କରାଯାଇପାରେ। କେନ୍ଦ୍ର…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଏମିତି କହିଲେ ରାହୁଲ ଗାନ୍ଧୀ, ଉଠିଲାଣି ରାଜନୈତିକ ଝଡ଼

ନୂଆଦିଲ୍ଲୀ,୧୪।୬: ବିରୋଧୀ ଇଣ୍ଡିଆ ମେଣ୍ଟ ଭିତରେ ଆଭ୍ୟନ୍ତରୀଣ ଫାଟ ଏବେ ଖୋଲାଖୋଲି ଭାବରେ ସାମ୍ନାକୁ ଆସୁଛି। କଂଗ୍ରେସ ଏବଂ ବାମ ଦଳ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି।…

ପହିଲି ରଜରେ କମିଲା ତେଲ ଦର! ଭୁବନେଶ୍ୱର ଏତିକି ଅଛି ପ୍ରାଇସ….

ଭୁବନେଶ୍ୱର୧୪।୬: ପାକିସ୍ତାନଠାରୁ ଆରମ୍ଭ କରି ଆମେରିକା ପର୍ଯ୍ୟନ୍ତ, ବିଶ୍ୱର ସମସ୍ତ ଦେଶରେ ପେଟ୍ରୋଲ-ଡିଜେଲ ଦର ଆକାଶଛୁଆଁ ହେବାରେ ଲାଗିଛି, କିନ୍ତୁ ଭାରତ ହେଉଛି ଏକମାତ୍ର ଦେଶ ଯେଉଁଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri