ତିହାର ଜେଲ୍‌ରେ କରୋନା ବୋମା: ୧୯୦କଏଦୀ କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୧୪।୪: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ବେଲଗାମ ହେବାରେ ଲାଗିଛି। ଦିନକୁ ଦିନ ସଂକ୍ରମିତଙ୍କ ସଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଇତିମଧ୍ୟରେ ଦିଲ୍ଲୀର ସବୁଠାରୁ ବଡ଼ ତିହାର ଜେଲ୍‌ରେ ଏଯାଏଁ ୧୯୦ କଏଦୀ କରୋନାରେ ଆକ୍ରାନ୍ତ ହୋଇସାରିଛନ୍ତି। ସେମାନଙ୍କ ମଧ୍ୟରୁ ୨ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ତିହାର ଜେଲ୍‌ରେ ଏପର୍ଯ୍ୟନ୍ତ ମୋଟ ୧୯୦ଜଣ କଏଦୀ କରୋନାରେ ସଂକ୍ରମିତ ହୋଇଥିବା ବେଳେ ସେଥିରୁ ୧୨୧ଜଣ ସୁସ୍ଥ ହୋଇଛନ୍ତି। ହେଲେ ଏବେ ବି ୬୭ଜଣ ଆକ୍ଟିଭ ରହିଛନ୍ତି। ଅନ୍ୟପଟେ ୩୦୪ଜଣ ଜେଲ୍‌ କର୍ମଚାରୀ ମଧ୍ୟ ଏହା କବଳରୁ ବର୍ତ୍ତି ପାରିନାହାନ୍ତି। ସେମାନଙ୍କ ମଧ୍ୟରୁ ୨୯୩ ସୁସ୍ଥ ହୋଇଥିବା ବେଳେ ଏବେ ବି ୧୧ଜଣ କର୍ମଚାରୀ ଅସୁସ୍ଥ ଅଛନ୍ତି। କୁହାଯାଉଛି ତିହାର ଜେଲ୍‌ର କଏଦୀଙ୍କ ମଧ୍ୟରେ କରୋନା ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ସ୍ଥିତି ଏଭଳି ଗମ୍ଭୀର ହୋଇପଡ଼ିଛି ଯେ, ଗୋଟିଏ ସପ୍ତାହରେ କରୋନା ସଂକ୍ରମିତ ହୋଇଥିବା କଏଦୀ ଓ ଜେଲ୍‌ କର୍ମଚାରୀଙ୍କ ସଂଖ୍ୟା ୫ଗୁଣା ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପିଲା ଏବେ ଭାବପ୍ରବଣ

ଗୋଟିଏ ସପ୍ତାହ ଭିତରେ ଦୁଇଟି ଆତ୍ମହତ୍ୟାଜନିତ ଘଟଣା ଏବେ ଦେଶର ବିବେକକୁ ଦୋହଲାଇ ଦେଇଛି। ୪ ଫେବୃଆରୀରେ ଉତ୍ତରପ୍ରଦେଶର ଗାଜିଆବାଦରେ ଏକ ବହୁତଳ ପ୍ରାସାଦର ୯ମ ମହଲାରୁ…

ବାଜି ମାରିଲା ପାକିସ୍ତାନ, ଭାରତକୁ ପକାଇଲା ପଛରେ…

ନୂଆଦିଲ୍ଲୀ,୧୧।୨: ଫେବୃଆରୀ ୧୦ ତାରିଖରେ ଖେଳାଯାଇଥିବା ରୋମାଞ୍ଚକର ମ୍ୟାଚ ପରେ, ଟୁର୍ନାମେଣ୍ଟର ପଏଣ୍ଟ ଟେବୁଲ ସମ୍ପୂର୍ଣ୍ଣ ବଦଳି ଯାଇଛି। ଗ୍ରୁପ A ରେ, ପାକିସ୍ତାନ କେବଳ ଯୁକ୍ତରାଷ୍ଟ୍ରକୁ…

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

ବାଚସ୍ପତିଙ୍କ ବିରୋଧରେ ଅନାସ୍ଥା ନୋଟିସ

ନୂଆଦିଲ୍ଲୀ,୧୧ା୨: ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କୁ ପଦବୀରୁ ହଟାଇବା ପାଇଁ ବିରୋଧୀ ଦଳଗୁଡ଼ିକ ମଙ୍ଗଳବାର ଅନାସ୍ଥା ପ୍ରସ୍ତାବ ନୋଟିସ ଦାଖଲ କରିଛନ୍ତି। ବିର୍ଲା ଗୃହକାର୍ଯ୍ୟ ପରିଚାଳନାରେ…

୧୩ରେ ରାଜ୍ୟ କ୍ୟାବିନେଟ୍‌: ସରକାରଙ୍କ କସରତ

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ବିଧାନସଭାରେ ବଜେଟ ଅଧିବେଶନ ୧୭ରୁ ଆରମ୍ଭ ହେବ। ଏଥିପାଇଁ ସରକାରଙ୍କ ପକ୍ଷରୁ ବ୍ୟାପକ କସରତ ଗତ…

ଡୁଡୁକା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମରେ ଅନିୟମିତତା ଅଭିଯୋଗ

ଲୋଇସିଂହା,୧୧।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ଏମ୍‌ଜିଏନଆରଇଜିଏସ୍‌ କାମରେ ଅନିୟମିତତା ହେଉଥିବା ନେଇ ଅଭିଯୋଗ ହେଉଛି। ପଞ୍ଚାୟତ ସ୍ତରରେ ହେଉଥିବା କାମ ସଂକ୍ରାନ୍ତରେ ଏମ୍‌ଜିଏନଆରଇଜିଏସ୍‌ କାମ ସାଇଟ୍‌ର…

ଗୁରୁବାର ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ: ପ୍ରଭାବିତ ହୋଇପାରେ ସେବା, ସତର୍କ କଲା SBI

ମୁମ୍ବାଇ,୧୧।୨: ଗୁରୁବାର ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ ପାଇଁ ବିଭିନ୍ନ ବ୍ୟାଙ୍କ କର୍ମଚାରୀ ସଙ୍ଘ ଆହ୍ୱାନ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍…

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri