ସବୁ ରେକର୍ଡ ଭାଙ୍ଗିଲା କରୋନା: ରାଜ୍ୟରେ ଆଜି ୧୦,୫୨୧ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୫।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ଗୁରୁବାର ରାଜ୍ୟରେ ୧୦,୫୨୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୫,୯୪୫ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୪,୫୭୬ଟି ହେଉଛି ଲୋକାଲ କେସ। ଅପରପକ୍ଷେ, ଲଗାତାର କିଛି ଦିନ ଧରି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧,୪୭୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ରୁ ୧୧୮୬, କଟକରୁ ୯୬୩, କଳାହାଣ୍ଡିରୁ ୫୭୧, ବରଗଡ଼ରୁ ୫୪୩, ସମ୍ବଲପୁରରୁ ୪୬୦, ନବରଙ୍ଗପୁରରୁ ୪୦୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନୁଗୋଳରୁ ୩୮୮, ଯାଜପୁରରୁ ୩୭୩, ପୁରୀରୁ ୩୧୯, ବଲାଙ୍ଗିର ଓ ଝାରସୁଗୁଡ଼ାରୁ ୩୧୪, ନୂଆପଡ଼ାରୁ ୩୦୪, ମୟୂରଭଞ୍ଜରୁ ୨୮୮, ବୌଦ୍ଧରୁ ୨୫୦, ନୟାଗଡ଼ରୁ ୨୨୪, ଜଗତସିଂହପୁରରୁ ୨୧୭, ଗଞ୍ଜାମରୁ ୧୯୬, କେନ୍ଦୁଝରରୁ ୧୯୪, କୋରାପୁଟରୁ ୧୮୨, ଭଦ୍ରକରୁ ୧୫୮, ରାୟଗଡ଼ାରୁ ୧୪୦, କେନ୍ଦ୍ରାପଡ଼ାରୁ ୧୨୧, ଗଜପତିରୁ ୧୧୩, ସୁବର୍ଣ୍ଣପୁରରୁ ୧୧୨, ବାଲେଶ୍ୱରରୁ ୯୭, ଦେବଗଡ଼ ଓ ଢେଙ୍କାନାଳରୁ ୮୮, ମାଲକାନଗିରିରୁ ୮୩, କନ୍ଧମାଳରୁ ୭୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ ପୁଲ୍‌ରୁ ୨୮୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୧୬୨କୁ ବୃଦ୍ଧି ପାଇଛି। ଆକ୍ଟିଭ ୮୧,୫୮୫ ଥିବା ବେଳେ ସୁସ୍ଥ ହେଲେଣି ୪ ଲକ୍ଷ ୧୬ ହଜାର ୪୦୩। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri