ପୁଣି ରେକର୍ଡ ଭାଙ୍ଗିଲା କରୋନା: ରାଜ୍ୟରେ ଆଜି ୧୨,୩୯୦ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୧୪।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ଶୁକ୍ରବାର ରାଜ୍ୟରେ ୧୨,୩୯୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬୯୩୮ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୫୪୫୨ ଟି ହେଉଛି ଲୋକାଲ କେସ। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୨୦୧ ଜଣ ଚିହ୍ନଟ ହୋଇଥିବାବେଳେ କଟକ ଦ୍ୱିତୀୟ ସ୍ଥାନରେ ରହିଛି। ସୁନ୍ଦରଗଡ ଜିଲାରୁ ୨୪ ଘଣ୍ଟା ମଧ୍ୟରେ ୯୩୦ ଜଣ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାପରେ ରହିଛି କଟକ ଜିଲା। ଏଠାରୁ ୭୧୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳରୁ ୫୩୨, ସମ୍ବଲପୁର ୬୭୭, ମୟୂରଭଞ୍ଜରୁ ୪୮୦, ବରଗଡ଼ରୁ ୫୦୭, ଝାରସୁଗୁଡ଼ାରୁ ୪୧୩, ନୟାଗଡ଼ ୩୦୧, ପୁରୀରୁ ୪୬୯, ନୂଆପଡ଼ାରୁ ୨୦୪ ଜଣ, ଯାଜପୁରରୁ ୪୩୬, ଜଗତସିଂହପୁରରୁ, ୨୫୯, କଳାହାଣ୍ଡିରୁ ୨୧୦, ଗଞ୍ଜାମରୁ ୩୮୭, ବୌଦ୍ଧରୁ ୨୨୮, ଢେଙ୍କାନାଳରୁ ୧୭୪, ଭଦ୍ରକରୁ ୪୧୨, ବଲାଙ୍ଗୀରରୁ ୪୬୧, ସୁବର୍ଣ୍ଣପୁରରୁ ୧୭୮, କେନ୍ଦ୍ରାପଡା ୧୩୭, କେନ୍ଦୁଝରରୁ ୨୦୮, କୋରାପୁଟରୁ ୨୪୬, ରାୟଗଡା ୧୮୭, ଦେବଗଡ ୧୦୮, ଗଜପତିରୁ ୧୧୫ କନ୍ଧମାଳରୁ ୧୦୨, ମାଲକାନଗିରିରୁ ୧୦୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଷ୍ଟେଟ ପୁଲ୍‌ରୁ ୩୫୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୮୮ ହଜାର ୬୮୭କୁ ବୃଦ୍ଧି ପାଇଛି। ଆକ୍ଟିଭ ୧ ଲକ୍ଷ ୪ ହଜାର ୧୬ ଜଣ ଥିବା ବେଳେ ସୁସ୍ଥ ହେଲେଣି ୪ ଲକ୍ଷ ୮୨ ହଜାର ୧୬ଜଣ। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?