କରୋନା ଭାଙ୍ଗିଲା ରେକର୍ଡ: ଆକ୍ରାନ୍ତଙ୍କ ସଂଖ୍ୟା ଗୋଟିଏ ଦିନରେ ଟପିଲା ୩ ଲକ୍ଷ…

ନୂଆଦିଲ୍ଲୀ,୨୨।୪: ଦେଶରେ କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ଅଣାୟତ୍ତ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ବଢିଛାଲିଛି। କରୋନା ସଂକ୍ରମଣ ପୂର୍ବରୁ ସମସ୍ତ ରେକର୍ଡ ଭାଙ୍ଗିବାରେ ଲାଗିିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଥିବାରୁ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ଚିନ୍ତା ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୫ ହଜାର ୭୨୮ ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୨ ହଜାର ୧୦୨ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଇତି ମଧ୍ୟରେ ଦେଶରେ ୨୭ କୋଟି ୨୭ ଲକ୍ଷ ୫ ହଜାର ୧୦୩ ଲୋକଙ୍କ ନମୁନା ପରୀକ୍ଷା ହୋଇଥିବା ଆଇସିଏମ୍‌ଆର୍‌ ପକ୍ଷରୁ କୁହାଯାଇଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, ମଙ୍ଗଳବାର ମୋଟ ସଂକ୍ରମିତଙ୍କ ମଧ୍ୟରୁ ୭୬% କେବଳ ୧୦ ରାଜ୍ୟର। ମହାରାଷ୍ଟ୍ରରେ ଦିନକରେ ସର୍ବାଧିକ ୬୨,୦୯୭ ପଜିଟିଭ୍‌ ଚିହ୍ନଟ ହୋଇଥିବାବେଳେ ଉତ୍ତରପ୍ରଦେଶରେ ୨୯,୫୭୬ ଏବଂ ଦିଲ୍ଲୀରେ ୨୮,୩୯୫ ନୂଆ ମାମଲା ସାମ୍‌ନାକୁ ଆସିଛି। ସର୍ବାଧିକ ସଂକ୍ରମିତ ଅନ୍ୟ ରାଜ୍ୟଗୁଡ଼ିକ ହେଲେ କର୍ନାଟକ, ଗୁଜରାଟ, ମଧ୍ୟପ୍ରଦେଶ, ଛତିଶଗଡ଼, କେରଳ ଏବଂ ତାମିଲନାଡୁ। ବୁଧବାର ସୁଦ୍ଧା ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧,୫୬,୧୬,୧୩୦ରେ ପହଞ୍ଚତ୍ଥିବାବେଳେ ମୋଟ ମୃତ୍ୟୁସଂଖ୍ୟା ୧,୮୨,୫୫୩ ହେଲାଣି। ଗତ ୨୪ ଘଣ୍ଟାରେ କରୋନା ୨,୦୨୩ ଜଣଙ୍କ ଜୀବନ ନେଇଛି। କ୍ରମାଗତ ୪୨ ଦିନ ଧରି ସଂକ୍ରମଣ ଦ୍ରୁତ ବେଗରେ ବଢ଼ିଚାଲିବା ଫଳରେ ଦେଶରେ ସକ୍ରିୟ ମାମଲା ସଂଖ୍ୟା ୨୧,୫୭,୫୩୮ରେ ପହଞ୍ଚତ୍ଛି, ଯାହା କି ମୋଟ ସଂକ୍ରମଣର ୧୩.୮୨ ପ୍ରତିଶତ।

ଚିନ୍ତା ବଢ଼ାଇଲା ଟ୍ରିପଲ ମ୍ୟୁଟାଣ୍ଟ

ଭାରତରେ ଦୈନିକ ସଂକ୍ରମଣ ୩ ଲକ୍ଷ ମୁହାଁ ହୋଇଥିବାବେଳେ କରୋନା ଭୂତାଣୁର ନୂଆ ରୂପ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ଡବଲ ମ୍ୟୁଟେଶନ ପରେ ଏବେ ଦେଶର କେତେକ ଭାଗରେ ଟ୍ରିପଲ ମ୍ୟୁଟେଶନ ଅର୍ଥାତ୍‌ ତିନୋଟି କୋଭିଡ୍‌ ଷ୍ଟ୍ରେନ୍‌ର ଏକ ମିଳିତ ଭାରିଆଣ୍ଟ ଚିହ୍ନଟ ହୋଇଛି। ଏହି ଟ୍ରିପଲ୍‌ ମ୍ୟୁଟାଣ୍ଟ ଯୋଗୁ ସଂକ୍ରମଣ ଓ ମୃତ୍ୟୁସଂଖ୍ୟା ଦ୍ରୁତ ବେଗରେ ବଢ଼ିଚାଲିଥିବା ବେଳେ ଚିନ୍ତାର କାରଣ ପାଲଟିଛି। ମହାରାଷ୍ଟ୍ର, ଦିଲ୍ଲୀ, ଛତିଶଗଡ଼ ଏବଂ ପଶ୍ଚିମବଙ୍ଗରେ ଟ୍ରିପଲ୍‌ ମ୍ୟୁଟାଣ୍ଟ ଯୋଗୁ ସଂକ୍ରମଣ ବୃଦ୍ଧି ପାଉଥିବା ବୈଜ୍ଞାନିକମାନେ ବିଶ୍ୱାସ କରୁଛନ୍ତି। ଏହା ଶୀଘ୍ର ବହୁସଂଖ୍ୟାରେ ଲୋକଙ୍କୁ ସଂକ୍ରମିତ କରୁଥିବା ମାକ୍‌ଗିଲ୍‌ ୟୁନିଭର୍ସିଟିର ଏପିଡେମିଓଲୋଜି ପ୍ରଫେସର ମଧୁକର ପାଇ କହିଛନ୍ତି। ଏହାର ମୁକାବିଲା ଲାଗି ଗଣଟିକାକରଣକୁ ଦ୍ରୁତତର କରାଇବା ସହ ଭୂତାଣୁ ଉପରେ ନଜର ରଖିବା ଜରୁରୀ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ମତ ଦେଇଛନ୍ତି।
ବି୧୬୧୭ ଭାରିଆଣ୍ଟ ପ୍ରଥମେ ମହାରାଷ୍ଟ୍ରରେ ଚିହ୍ନଟ ହୋଇଥିଲା। ଏହା ଭୂତାଣୁର ଦୁଇଟି ରୂପ ଇ୪୮୪କ୍ୟୁ ଏବଂ ଏଲ୍‌୪୫୨ଆର୍‌ର ମିଶ୍ରଣ। ଏହି ଡବଲ ମ୍ୟୁଟେଶନରୁ ତୃତୀୟ ମ୍ୟୁଟେଶନ ସୃଷ୍ଟି ହେବା ପରେ ତିନୋଟି ଯାକ ଏକତ୍ର ହୋଇ ଏକ ନୂଆ ଭାରିଆଣ୍ଟ ସୃଷ୍ଟି କରିଥିବା କୁହାଯାଉଛି। ନୂଆ ନୂଆ ରୂପ ନେବା ସହ ଦ୍ରୁତ ବେଗରେ ବ୍ୟାପିବା କ୍ଷମତା ଆର୍‌ଏନ୍‌ଏ ଭୂତାଣୁର ରହିଛି। ବ୍ୟାପିବା ସାଙ୍ଗକୁ ଏହା ନୂଆ ରୂପ ପ୍ରାପ୍ତ ହୋଇଥାଏ। ଭୂତାଣୁ ଜୀବନଚକ୍ରର ଏହା ଏକ ପ୍ରାକୃତିକ ସ୍ବରୂପ। ତେବେ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଆମେ ଏହି ପରିବର୍ତ୍ତନକୁ ଚିହ୍ନଟ କରିପାରିବା ସହ ଏହା ସହ ଜଡ଼ିତ ଗୁଣକୁ ଜାଣି ପାରିଛୁ ବୋଲି କୋଚି ଅମ୍ରିତ୍‌ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନ୍ସେସ୍‌ର କ୍ଲିନିକାଲ ଭାଇରୋଲୋଜି ଲାବରେଟୋରି ମୁଖ୍ୟ ଡ. ବୀଣା ପି. ମେନନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟଙ୍କ ବଡ଼ ବୟାନ: ରାଜା ହେବାକୁ ନୁହେଁ, ରାଜନୀତିକୁ ଆସିଛି….

ଚେନ୍ନାଇ,୩୦।୯: ତାମିଲନାଡୁର ଧାରାପୁରମରେ ଏକ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜ ଦଳ TVKର ରାଜନୈତିକ ଆଭିମୁଖ୍ୟ ନେଇ ବଡ଼ ବୟାନ ଦେଇଛନ୍ତି। ସେ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା କ୍ଷୀର ଦର, ଅକ୍ଟୋବର ୧ରୁ ଲିଟର ପିଛା…

ଭୋପାଳ,୩୦।୯: ମଧ୍ୟପ୍ରଦେଶର ଇନ୍ଦୋରରେ ବଢ଼ିଲା କ୍ଷୀର ଦର ।ଅକ୍ଟୋବର ୧ ତାରିଖରୁ ଏହା ଲାଗୁ ହେବ । ଇନ୍ଦୋର ଦୁଗ୍ଧ ବିକ୍ରେତା ସଂଘ କ୍ଷୀର ଦର ଲିଟର…

‘ସ୍ତ୍ରୀ ମୋତେ ବହୁତ ମାନସିକ ନିର୍ଯାତନା…’, ଆତ୍ମହତ୍ୟା ପୂର୍ବରୁ ଭିଡିଓ କରି ଝୁଲିପଡ଼ିଲେ ଯୁବକ

ଲକ୍ଷ୍ନୌ,୩୦।୯: ଉତ୍ତରପ୍ରଦେଶର ଗ୍ରେଟର ନୋଏଡାର ବିସରଖ ଥାନା ଅଞ୍ଚଳରେ ଜଣେ ୨୫ ବର୍ଷୀୟ ଯୁବକ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଘଟଣା ସାମ୍ନାକୁ ଆସିଛି । ମୃତକଙ୍କ…

ଟ୍ରମ୍ପଙ୍କ ସହ ଫୋନରେ କଥା ହେଲେ ମୋଦି, ଏହି ସବୁ ବିଷୟକୁ ନେଇ ଆଲୋଚନା…

ନୂଆଦିଲ୍ଲୀ,୩୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଫୋନ୍‌ରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି । ଦୁଇ ନେତା ବାଣିଜ୍ୟ, ପ୍ରତିରକ୍ଷା, ଶକ୍ତି,…

୩୮ ବର୍ଷୀୟ ଉମେଶ ଯାଦବଙ୍କୁ ସୁଯୋଗ ଦେଲା ଶୁଭମନ ଗିଲଙ୍କ ଟିମ୍, ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲା ନିଷ୍ପତ୍ତି!

ନୂଆଦିଲ୍ଲୀ,୩୦ା୯: ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ୩୮ ବର୍ଷ ବୟସରେ ଏକ ନୂଆ ଦଳରୁ ଖେଳିବାର ସୁଯୋଗ ପାଇଛନ୍ତି। ଆଗାମୀ ଘରୋଇ…

ମହଙ୍ଗା ପଡିଲା ମୋଡିଫାଏଡ୍ ସାଇଲେନ୍ସର ଲଗାଇବା! ଟାଉନ୍ ଥାନା ପୋଲିସର ଚଢ଼ାଉ, ୭ ବାଇକ୍ ଜବତ

ଭବାନୀପାଟଣା,୩୦।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ବଢ଼ୁଥିବା ଶବ୍ଦ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ଏବଂ ମୋଟର ଯାନ ଆଇନର କଡ଼ାକଡ଼ି ପାଳନ ଲକ୍ଷ୍ୟରେ ସ୍ଥାନୀୟ…

ଲିଫ୍ଟ ମାଗି ବାଇକରେ ବସିଲେ; ରାସ୍ତାରେ ମାଡ଼ ମାରି ଟଙ୍କା-ବ୍ରେସଲେଟ୍ ଲୁଟିନେଲେ ଦୁର୍ବୃତ୍ତ, ଥାନାରେ ଏତଲା

ଦିଗପହଣ୍ଡି,୩୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ହାଇସ୍କୁଲ ନିକଟରେ ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ବୁଗୁଡ଼ା ଥାନା କଞ୍ଚୁରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?