କେନ୍ଦୁଝରରେ ରେକର୍ଡ ଭାଙ୍ଗିଲା କରୋନା, ଆଜି ଗୋଟିଏ ଦିନରେ…

କେନ୍ଦୁଝର,୨୬ା୭(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ରବିବାର ୧୦୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଯାହାକି ସବୁଦିନର ରେକର୍ଡ ଭାଙ୍ଗିଛି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୬୧୦ରେ ପହଞ୍ଚିଛି। ଶନିବାର ଦୁଇଜଣ ସୁସ୍ଥ ହୋଇଥିବା ବେଳେ ମୋଟ୍‌ ସୁସ୍ଥସଂଖ୍ୟା ୩୯୧ ଥିବା ବେଳେ ୨୧୯ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସାଧୀନ ରହିଛନ୍ତି।
କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୩୩ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ କଣ୍ଟାକ୍ଟ ୬୪ ଏବଂ ୬ କରୋନା ଯୋଦ୍ଧା ଅଛନ୍ତି। ଲୋକାଲ କଣ୍ଟାକ୍ଟ ମଧ୍ୟରୁ ବାଂଶପାଳ ବ୍ଲକରେ ୨୦ ଜଣ, ସଦର ବ୍ଲକରେ ବୋଦାପଲସା ଗ୍ରାମରୁ ୨୧, କେନ୍ଦୁଝରଗଡ଼ ପୌରାଞ୍ଚଳରୁ ୭, ଆନନ୍ଦପୁର ପୌରାଞ୍ଚଳରୁ ୧୦, ଘଷିପୁରା ବ୍ଲକ ସାଇଁକୂଳରୁ ୨, ହାଟଡିହି ବ୍ଲକ ଦଅଁଳାରୁ ଜଣେ ଓ ଝୁମ୍ପୁରା ବ୍ଲକରୁ ୩ ଜଣ ଚିହ୍ନଟ ହୋଇଛନ୍ତି। ଅବଶିଷ୍ଟ ବାଂଶପାଳ ବ୍ଲକରୁ ୮ ଜଣ, ବଡ଼ବିଲରୁ ୨ ଜଣ, ପାଟଣା ବ୍ଲକରୁ ୯ ଜଣ, ସଦର ବ୍ଲକରୁ ୩ ଜଣ, ସାହରପଡ଼ା ବ୍ଲକରୁ ୮ ଜଣ ଓ ହରିଚନ୍ଦନପୁର ବ୍ଲକରୁ ୩ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri