କରୋନା ସଂକ୍ରମଣ ଅତି ଖରାପ ସ୍ଥିତିରେ ପହଞ୍ଚିବ: ଡବ୍ଲ୍ୟୁଏଚ୍‌ଓ

ଜେନେଭା, ୧୪।୭: ଆଗାମୀ ଦିନରେ ପୃଥିବୀରେ କରୋନା ସଂକ୍ରମଣ ଅତି ଖରାପ ସ୍ଥିତିରେ ପହଞ୍ଚିବ। ଏନେଇ ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ସୂଚନା ଦିଆଯାଇଛି। ଡବ୍ଲ୍ୟୁଏଚ୍‌ଓ ମୁଖ୍ୟ ଟେଡ୍ରୋସ୍‌ ଏଡ଼ନୋମ୍‌ ଗେବ୍ରିୟେସସ୍‌ କହିଛନ୍ତି ଯେ, ଲୋକ ସଚେତନ ହେଉ ନ ଥିବାରୁ ଦିନକୁ ଦିନ ପୃଥିବୀରେ କରୋନା ସଂକ୍ରମଣ ବଢ଼ିଚାଲିଛି। ସାମାଜିକ ଦୂରତା ବଜାୟ ରଖିବା, ଘରୁ ବାହାରକୁ ଗଲେ ମାସ୍କ ବ୍ୟବହାର କରିବା ଏବଂ ନିୟମିତ ସମୟ ବ୍ୟବଧାନରେ ହାତ ଧୋଇବା ଆଦି ମାର୍ଗଦର୍ଶିକାକୁ ଲୋକେ ଠିକ୍‌ ଭାବେ ପାଳନ ନ କରିବାରୁ ସଂକ୍ରମଣ ଥମୁ ନ ଥିବା ସେ କହିଛନ୍ତି। ଉତ୍ତର ଏବଂ ଦକ୍ଷିଣ ଆମେରିକା ବର୍ତ୍ତମାନ ସୁଦ୍ଧା କରୋନା ସଂକ୍ରମଣ କବଳରୁ ମୁକ୍ତି ପାଇ ପାରିନାହିଁ। ଏଭଳି ବିକଶିତ ଅଞ୍ଚଳର ସ୍ଥିତି ଏଭଳି ରହିଥିବା ସ୍ଥଳେ ପୃଥିବୀର ଅନଗ୍ରସର ଅଞ୍ଚଳରେ କରୋନାର ପ୍ରଭାବ କିଭଳି ହେବ ତାହା ଅନୁମାନ କରାଯାଇ ପାରୁଛି। ଜନ୍‌ ହୋପକିନ୍ସ୍‌ ବିଶ୍ୱବିଦ୍ୟାଳୟ ରିପୋର୍ଟ ଅନୁସାରେ ଆମେରିକାରେ କରୋନା ଅଣାୟତ୍ତ ହେବାରେ ଲାଗିଛି। ଏଠାରେ ବର୍ତ୍ତମାନ ସୁଦ୍ଧା ୩୩ ଲକ୍ଷରୁ ଅଧିକ ଲୋକ ଆକ୍ରାନ୍ତ ହୋଇଥିବାବେଳେ ଲକ୍ଷେ ୩୫ ହଜାରରୁ ଅଧିକଙ୍କ ମୃତ୍ୟୁ ଘଟିଛି। ପୃଥିବୀର ଅନ୍ୟ ରାଷ୍ଟ୍ରରେ ମଧ୍ୟ କରୋନା ସଂକ୍ରମଣ ସ୍ଥିତି ଖରାପ ରହିଥିବା ଗେବ୍ରିୟେସସ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟଳିନି ବିପଦ: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ଜାହାଜଗୁଡିକୁ ବଡ଼ ଚେତାବନୀ ଦେଲା ଇରାନ

ତେହରାନ୍‌,୯।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ପରିବହନ କରୁଥିବା ଜାହାଜଗୁଡ଼ିକ ପାଇଁ ନୂତନ ନାଭିଗେଶନ ପରାମର୍ଶ ଜାରି କରିଛି, ଖଣି ବିପଦକୁ ଦୃଷ୍ଟିରେ ରଖି, ଜାହାଜଗୁଡ଼ିକୁ ବିକଳ୍ପ…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

ଆମେରିକା-ଇରାନ ମଧ୍ୟରେ କିପରି ଯୁଦ୍ଧବିରତି କରାଇଲା ଚାଇନା, ସାମ୍ନାକୁ ଆସିଲା ସେହି ୨୬ ଫୋନ କଲ୍‌ର ରହସ୍ୟ

ବେଜିଂ,୯।୪: ପାକିସ୍ତାନ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଯୁଦ୍ଧବିରତି ପାଇଁ ମଧ୍ୟସ୍ଥତା କରିବା ପାଇଁ ନିଜକୁ ପିଠି ଥାପୁଡ଼ାଉଛି, କିନ୍ତୁ ଏହାକୁ ହାସଲ କରିବାରେ…

୧୧ ଯାଏ କୁଆପଥର ବର୍ଷା: ୫୦ରୁ ୬୦ କିମି ବେଗରେ ବହିବ ପବନ

ଭୁବନେଶ୍ୱର,୯ା୪(ଅନୁରାଧା ମହାରଣା) – କଟକ, ନୟାଗଡ଼, ଖୋର୍ଦ୍ଧା ସମେତ ରାଜ୍ୟର ବିଭିନ୍ନ ଜିଲାରେ ବୁଧବାର ପ୍ରବଳ ବର୍ଷା ପବନ ସହ କୁଆପଥର ମାଡ଼ ହୋଇଥିଲା। ୫୦ରୁ ୬୦…

ଯୁଦ୍ଧବିରତିକୁ ନେଇ ଖାମେନେଇଙ୍କ ବଡ଼ ବୟାନ, କହିଲେ ଟ୍ରମ୍ପ…

ନୂଆଦିଲ୍ଲୀ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ଉଭୟ ଦେଶ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଉପରେ ସହମତି ହୋଇଛନ୍ତି । ଏହି ସମୟରେ,…

ପୁଣି ଧାରଣାରେ ବସିଲେ ପ୍ରାଥମିକ ଶିକ୍ଷକ: ଆନ୍ଦୋଳନ ହେବ ଆହୁରି ତୀବ୍ର

ଭୁବନେଶ୍ୱର,୯ା୪(ସୁଚିସ୍ମିତା ସାହୁ):ପୁଣି ଧାରଣାରେ ବସିଲେ ପ୍ରାଥମିକ ଶିକ୍ଷକ। ୨୦୦୧ରୁ ଏପର୍ଯ୍ୟନ୍ତ କାର୍ଯ୍ୟରତ ସମସ୍ତ ଶିକ୍ଷକଙ୍କ କାର୍ଯ୍ୟକାଳକୁ ଠିକା କାର୍ଯ୍ୟରୁ ଉଚ୍ଛେଦ କରି ମୂଳ ଚାକିରିରେ ଗଣନା କରି…

୧୦ରେ ନୂଆଦିଲ୍ଲୀ ଯିବେ ନବୀନ: ବଡ଼ ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ…

ଭୁବନେଶ୍ୱର,୯।୪(ସୁନିତ୍‌ ମିଶ୍ର):ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୁକ୍ରବାର ନୂଆଦିଲ୍ଲୀ ଗସ୍ତରେ ଯିବେ। ତାଙ୍କ ବଡ଼ ଭାଇ ପ୍ରେମ୍‌ ପଟ୍ଟନାୟକଙ୍କ ମଙ୍ଗଳବାର ଏକ…

ରାସ୍ତା କାମରେ ଅନିୟମିତତା ଅଭିଯୋଗ: ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଲୋଇସିଂହା ଓ ଆଗଲପୁର ବ୍ଲକରେ ରାସ୍ତା ଓ କୋଠାବାଡି କାମ ହେଉଛି। ହେଲେ ଅଧିକାଂଶ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri