ରାଜ୍ୟରେ କରୋନା ୩ହଜାର ମୁହାଁ: ସର୍ବାଧିକ ସୁନ୍ଦରଗଡ଼ରୁ , ଖୋର୍ଦ୍ଧାରୁ

ଭୁବନେଶ୍ୱର,୧୫।୪(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଧିରେ ଧିରେ ଅସମ୍ଭାଳ ହେବାରେ ଲାଗିଛି। ଗୁରୁବାର ରାଜ୍ୟରେ ଏହି ସଂଖ୍ୟା ୩ହଜାର ମୁହାଁ ହୋଇଥିବା ଜଣାପଡ଼ିଛି। ଗତ ୨୪ ଘଣ୍ଟାରେ ୨୯୮୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩,୫୮,୩୪୨ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୭୩୩ଜଣ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ଓ ୧୨୫୬ ଲୋକାଲ କେସ୍‌ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ୩୦ଟି ଜିଲାରୁ ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସର୍ବାଧିକ ସୁନ୍ଦରଗଡ଼ରୁ ୬୩୧ରହିଥିବା ବେଳେ ଖୋର୍ଦ୍ଧାରୁ ୪୩୮ଜଣ ରହିଛନ୍ତି। ସେହିପରି ଅନୁଗୋଳରୁ ୬୫, ବାଲେଶ୍ୱର ୮୩, ବରଗଡ଼ ୧୨୬, ଭଦ୍ରକ ୩୪, ବଲାଙ୍ଗୀର ୧୧୦, ବୌଦ୍ଧ ୧୦, କଟକ ୨୦୮, ଦେବଗଡ଼୨୩, ଢ଼େଙ୍କାନାଳ୨୧, ଗଜପତି ୧୫, ଗଞ୍ଜାମ ୬୩, ଜଗତସିଂହପୁର ୨୪, ଯାଜପୁର ୫୧, ଝାରସୁଗୁଡା ୮୪, କଳାହାଣ୍ଡି ୨୬୦, କନ୍ଧମାଳ ୮, କେନ୍ଦ୍ରାପଡ଼ା ୧୧, କେନ୍ଦୁଝର ୭୭, କୋରାପୁଟ ୧୪, ମାମଲକାନଗିରି ୨, ମୟୁରଭଞ୍ଜ ୩୮, ନବରଙ୍ଗପୁର ୪୩, ନୟାଗଡ଼ ୧୨, ନୂଆପଡ଼ା ୧୫୧, ପୁରୀ ୧୧୨, ରାୟଗଡ଼ା ୨୭, ସମ୍ବଲପୁର ୧୪୮, ସୋନପୁର ୬ ଏବଂ ଷ୍ଟେଟ ପୁଲରୁ ୯୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନାଯୋଗ୍ୟ, ବର୍ତ୍ତମାନ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୫୮,୩୪୨ରେ ପହଞ୍ଚିଥିବା ବେଳେ ସେଥିରୁ ୩,୪୧,୭୩୩ଜଣ ସୁସ୍ଥ ଓ ୧୪,୬୨୧ଜଣ ଏବେ ବି ଚିକିତ୍ସାଧିନ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri