ଦିଲ୍ଲୀରେ ବଢ଼ୁଛି କରୋନା ଗ୍ରାଫ: ୨୪ ଘଣ୍ଟାରେ ଗଲା ୧୧୮ଜୀବନ

ନୂଆଦିଲ୍ଲୀ,୨୧।୧୧: ଦିଲ୍ଲୀରେ ଏବେ କରୋନାର ଦ୍ୱିତୀୟ ଲହର ଜାରି ରହିଥିବା ବେଳେ ଦିନକୁ ଦିନ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। କରୋନା ମୁକାବିଲା ପାଇଁ ରାଜ୍ୟସରକାର ଯେତେ ପ୍ରଚେଷ୍ଟା କଲେ ମଧ୍ୟ ସେଥିରେ ବିଫଳ ହୋଇଛନ୍ତି। ପରିସ୍ଥିତି ଏପରି ହେଲାଣି ଯେ, ଦିଲ୍ଲୀର ସଂକ୍ରମଣ ଏବେ ଏନ୍‌ସିଆର ଅଞ୍ଚଳରେ ପ୍ରଭାବ ପକାଉଥିବା ଦେଖିବାକୁ ମିଳୁଛି। ଏଥିପାଇଁ ପ୍ରଶାସନ ପକ୍ଷରୁ ନଏଡା ଓ ଗୁରୁଗ୍ରାମ ସୀମାରେ ରାଣ୍ଡମ ଟେଷ୍ଟିଂ କରାଯାଉଛି। ଗତ ୨୪ ଘଣ୍ଟାରେ ଦିଲ୍ଲୀରେ ୬୬୦୮ ନୂଆ ଆକ୍ରାନ୍ତ ଚିହ୍ନଟ ହେଇଥିବା ବେଳେ ୧୧୮ ଜଣ ବ୍ୟକ୍ତିଙ୍କ କରୋନାରେ ମୃତ୍ୟୁ ହୋଇଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୫.୧୭ ଲକ୍ଷରେ ପହଞ୍ଚିଛି। ସେଥିମଧ୍ୟରୁ ୮ହଜାର ୧୫୯ଜଣଙ୍କ କରୋନାରେ ମୃତ୍ୟୁ ହୋଇଛି। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ରହିଛି। ନଏଡାରେ ଏପର୍ଯ୍ୟନ୍ତ ୨୧ହଜାରରୁ ଊର୍ଦ୍ଧ୍ୱ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୭୪ଜଣଙ୍କ ମୃତ୍ୟୁ ଘଟିସାରିଛି। ସେହିପରି ଗୁରୁଗ୍ରାମରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ହଜାରରେ ପହଞ୍ଚିଥିବା ବେଳେ ମୃତ୍ୟୁ ସଂଖ୍ୟା ୬୩ରେ ପହଞ୍ଚିଛି। ଦିଲ୍ଲୀରେ କେବଳ ନୂଆ ମାମଲା ବୃଦ୍ଧି ପାଉନାହିଁ ବରଂ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଏଥିଯୋଗୁ ଅନ୍ତିମ ସଂସ୍କାର ପାଇଁ ଶ୍ମଶାନରେ ଲୋକମାନେ ଘଣ୍ଟା ଘଣ୍ଟା ଧରି ଅପେକ୍ଷା କରି ରହୁଛନ୍ତି। ଅପରପକ୍ଷେ କରୋନା ସଂକ୍ରମଣ ବୃଦ୍ଧିକୁ ଦଷ୍ଟିରେ ରଖି ରାଜ୍ୟ ସରକାର କଡ଼ା ନିୟମ ଆପଣାଇଛନ୍ତି। ଶନିବାରଠାରୁ ରାଜ୍ୟରେ କେହି କରୋନା ଗାଇଡ୍‌ଲାଇନକୁ ଉଲ୍ଲଂଘନ କରନ୍ତି ତେବେ ସେମାନଙ୍କୁ ୨ହଜାର ଟଙ୍କା ଜରିମାନା ଦେବାକୁ ପଡ଼ିବ ବୋଲି ରାଜ୍ୟସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri