ଦିଲ୍ଲୀରେ ବଢ଼ୁଛି କରୋନା ଗ୍ରାଫ: ୨୪ ଘଣ୍ଟାରେ ଗଲା ୧୧୮ଜୀବନ

ନୂଆଦିଲ୍ଲୀ,୨୧।୧୧: ଦିଲ୍ଲୀରେ ଏବେ କରୋନାର ଦ୍ୱିତୀୟ ଲହର ଜାରି ରହିଥିବା ବେଳେ ଦିନକୁ ଦିନ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। କରୋନା ମୁକାବିଲା ପାଇଁ ରାଜ୍ୟସରକାର ଯେତେ ପ୍ରଚେଷ୍ଟା କଲେ ମଧ୍ୟ ସେଥିରେ ବିଫଳ ହୋଇଛନ୍ତି। ପରିସ୍ଥିତି ଏପରି ହେଲାଣି ଯେ, ଦିଲ୍ଲୀର ସଂକ୍ରମଣ ଏବେ ଏନ୍‌ସିଆର ଅଞ୍ଚଳରେ ପ୍ରଭାବ ପକାଉଥିବା ଦେଖିବାକୁ ମିଳୁଛି। ଏଥିପାଇଁ ପ୍ରଶାସନ ପକ୍ଷରୁ ନଏଡା ଓ ଗୁରୁଗ୍ରାମ ସୀମାରେ ରାଣ୍ଡମ ଟେଷ୍ଟିଂ କରାଯାଉଛି। ଗତ ୨୪ ଘଣ୍ଟାରେ ଦିଲ୍ଲୀରେ ୬୬୦୮ ନୂଆ ଆକ୍ରାନ୍ତ ଚିହ୍ନଟ ହେଇଥିବା ବେଳେ ୧୧୮ ଜଣ ବ୍ୟକ୍ତିଙ୍କ କରୋନାରେ ମୃତ୍ୟୁ ହୋଇଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୫.୧୭ ଲକ୍ଷରେ ପହଞ୍ଚିଛି। ସେଥିମଧ୍ୟରୁ ୮ହଜାର ୧୫୯ଜଣଙ୍କ କରୋନାରେ ମୃତ୍ୟୁ ହୋଇଛି। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ରହିଛି। ନଏଡାରେ ଏପର୍ଯ୍ୟନ୍ତ ୨୧ହଜାରରୁ ଊର୍ଦ୍ଧ୍ୱ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୭୪ଜଣଙ୍କ ମୃତ୍ୟୁ ଘଟିସାରିଛି। ସେହିପରି ଗୁରୁଗ୍ରାମରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ହଜାରରେ ପହଞ୍ଚିଥିବା ବେଳେ ମୃତ୍ୟୁ ସଂଖ୍ୟା ୬୩ରେ ପହଞ୍ଚିଛି। ଦିଲ୍ଲୀରେ କେବଳ ନୂଆ ମାମଲା ବୃଦ୍ଧି ପାଉନାହିଁ ବରଂ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଏଥିଯୋଗୁ ଅନ୍ତିମ ସଂସ୍କାର ପାଇଁ ଶ୍ମଶାନରେ ଲୋକମାନେ ଘଣ୍ଟା ଘଣ୍ଟା ଧରି ଅପେକ୍ଷା କରି ରହୁଛନ୍ତି। ଅପରପକ୍ଷେ କରୋନା ସଂକ୍ରମଣ ବୃଦ୍ଧିକୁ ଦଷ୍ଟିରେ ରଖି ରାଜ୍ୟ ସରକାର କଡ଼ା ନିୟମ ଆପଣାଇଛନ୍ତି। ଶନିବାରଠାରୁ ରାଜ୍ୟରେ କେହି କରୋନା ଗାଇଡ୍‌ଲାଇନକୁ ଉଲ୍ଲଂଘନ କରନ୍ତି ତେବେ ସେମାନଙ୍କୁ ୨ହଜାର ଟଙ୍କା ଜରିମାନା ଦେବାକୁ ପଡ଼ିବ ବୋଲି ରାଜ୍ୟସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବାଲ ଧନୁଯାତ୍ରାରେ ରଙ୍ଗସଭା: କମାଲ କଲେ ସତ୍ୟଜିତ

ମଥୁରା ନଗରୀ,୨୭।୧୨:ବରଗଡ଼ ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ଚାଲିଥିବା ବାଲ ଧନୁଯାତ୍ରାର ଦ୍ବିତୀୟ ଦିବସରେ ମହାରାଜ କଂସଙ୍କ ଦରବାରରେ ରଙ୍ଗସଭା ଅନୁଷ୍ଠିତ ହୋଇଥିଲା। ଏହି...

ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିଶନର, ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି କୋଣାର୍କ ଯିବେ

ଭୁବନେଶ୍ବର,୨୭/୧୨: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ...

କ୍ରିକେଟ୍‌ ଖେଳୁଥିଲେ ଚଳଚ୍ଚିତ୍ର ନିର୍ଦ୍ଦେଶକ, ହଠାତ୍‌ ଟଳିପଡ଼ିଲେ: ଆଉ ତା’ପରେ…

ଟିଟିଲାଗଡ଼,୨୮ା୧୨(ଶରତ ମିଶ୍ର):ଟିଟିଲାଗଡ଼ ଖେଳପଡିଆରେ ଶୁକ୍ରବାର କ୍ରିକେଟ୍‌ ଖେଳୁଥିବା ଜଣେ ଚଳଚ୍ଚିତ୍ର ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅଧୀନ ହାଇସ୍କୁଲପଡା...

୪ ଦିନ ପରେ ବଢ଼ିବ ତାପମାତ୍ରା: କୋରାପୁଟ ସବୁଠୁ ଥଣ୍ଡା

ଭୁବନେଶ୍ୱର,୨୭ା୧୨(ବନ୍ଦନା ସେଠୀ):ରାଜ୍ୟରେ ଲଗାତର ଭାବେ ଥଣ୍ଡାର ପ୍ରକୋପ ଜାରି ରହିଛି। ଏହା ସାଙ୍ଗକୁ ବିଭିନ୍ନ ଜିଲାରେ ଘନ କୁହୁଡି ଯାତାୟାତରେ ସମସ୍ୟା ଉପୁଜାଉଛି। ରାଜ୍ୟରେ ମୁଖ୍ୟତଃ...

ବ୍ରେକ ଫେଲ୍ ହୋଇ ଟ୍ରକ ଦୁର୍ଘଟଣା, ୧୬ ନଂ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ

ଭଦ୍ରକ, ୨୭/୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଧାମରା ବ୍ରିଜ ତଳେ ରାସ୍ତାରେ ଟ୍ରକ ଦୁର୍ଘଟଣା ହୋଇଛି । ଫଳରେ ଏକ ଦୁର୍ଘଟଣା ଗ୍ରସ୍ତ ଟ୍ରକ...

ଦୋକାନରେ ଶୋଇଥବା ବେଳେ ଲାଗିଗଲା ନିଆଁ, ଦୋକାନୀ ଜୀବନ୍ତଦଗ୍ଧ

ପାଟକୁରା ୨୭/୧୨(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡା ଜିଲା ଗରଦପୁର ବ୍ଳକ ଅଧୀନ କଳାବୁଦା ବାରୁଣୀ ବଜାରରେ ଶନିବାର ଏକ ଦୁଃଖଦ ଘଟଣା ଘିଟିଛି ।...

ଭାଷଣ ଦେଉଥିଲେ ଭାଜପା ଏମ୍‌ପି. ଆକ୍ରମଣ କଲା ମହୁମାଛି: ଆଉ ତା’ପରେ…

ଲକ୍ଷ୍ନୌ,୨୭।୧୨: ଉତ୍ତର ପ୍ରଦେଶର ଦେଓରିଆର ରବିନ୍ଦ୍ର କିଶୋର ଶାହି ଷ୍ଟାଡିୟମରେ ସଂସଦୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହେଉଥିଲା। କ୍ରୀଡା ମହୋତ୍ସବର ଶେଷ ପର୍ଯ୍ୟାୟ ଶେଷ ହୋଇଥିଲା।...

ପୋଲକୁ ଧକ୍କା ଦେଇ ଓଲଟିଲା ଟୁରିଷ୍ଟ ଗାଡ଼ି, ୭ଜଣ ଆହତ

ସମ୍ବଲପୁର: ରେଢ଼ାଖୋଲ ରାସ୍ତାରେ ସଡ଼କ ଦୁର୍ଘଟଣା । ଭୁବନେଶ୍ୱରରୁ ସମ୍ବଲପୁର ଯିବା ବେଳେ ଦୁର୍ଘଟଣା ଘଟିଥିବା ସୂଚନା ରହିଛି । ପୋଲକୁ ଧକ୍କା ଦେଇ ଓଲଟିପଡିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri