ପୁଣି ଦିଲ୍ଲୀ-ମୁମ୍ବାଇରେ ବଢ଼ୁଛି କରୋନା ମିଟର

ନୂଆଦିଲ୍ଲୀ/ମୁମ୍ବାଇ,୧୫।୬: ଦେଶରେ କରୋନା ଭାଇରସ୍‌ ଏବେ ଦ୍ରୁତଗତିରେ ବଢ଼ିବାରେ ଲାଗିଛି। ଯାହା ଏବେ ସରକାରଙ୍କ ଚିନ୍ତାର କାରଣ ପାଲଟିଛି। କୋଭିଡର ପୂର୍ବ ଲହର ଭଳି ଦିଲ୍ଲୀ ଏବଂ ମୁମ୍ବାଇର ଅବସ୍ଥା ପୁଣି ଥରେ ଖରାପ ହେବାରେ ଲାଗିଛି। ମଙ୍ଗଳବାର ରାଜଧାନୀ ଦିଲ୍ଲୀରେ ୧ହଜାରରୁ ଉର୍ଦ୍ଧ୍ୱ ଓ ମୁମ୍ବାଇରେ ୧୭୦୦ରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏଥିଯୋଗୁ ବୁଧବାର ଭାରତରେ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି। ସୂଚନାଯୋଗ୍ୟ, ରାଜଧାନୀ ଦିଲ୍ଲୀରେ ବର୍ତ୍ତମାନ କୋଭିଡ ମାମଲା ସହିତ ସଂକ୍ରମଣ ହାର ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଏହାର ସଂକ୍ରମଣ ହାର ୬.୫୦ପ୍ରତିଶତରେ ପହଞ୍ଚିଛି। ମଙ୍ଗଳବାର ଦିଲ୍ଲୀରେ ୧,୧୧୮ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଯାହା ପୂର୍ବ ଦିନର ସଂଖ୍ୟା ତୁଳନାରେ ୮୨ପ୍ରତିଶତ ଅଧିକ ରହିଥିଲା। ଦିଲ୍ଲୀରେ କ୍ରମାଗତ ପଞ୍ଚମ ଦିନରେ ୬୦୦ରୁ ଅଧିକ ମାମଲା ଚିହ୍ନଟ ହେଉଛି। ଫଳରେ ଦିଲ୍ଲୀରେ କୋଭିଡ ମାମଲା ବୃଦ୍ଧିକୁ ଦୃଷ୍ଟିରେ ରଖି ଉପରାଜ୍ୟପାଳ ଭି.କେ ସାକ୍ସେନା ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ସମସ୍ତ ପଜିଟିଭ୍‌ ନମୁନାଗୁଡ଼ିକର ଜିନୋମ ସିକ୍ୱେନ୍ସିଂ କରାଯିବ। ସେହିପରି ଆର୍ଥିକ ରାଜଧାନୀ ମୁମ୍ବାଇରେ ମଙ୍ଗଳବାର ରାତି ପର୍ଯ୍ୟନ୍ତ ୧,୭୨୪ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ସମଗ୍ର ମହାରାଷ୍ଟ୍ରରେ ୨,୯୫୬ଜଣ ଚିହ୍ନଟ ହୋଇଥିବା ରୋଗୀଙ୍କ ମଧ୍ୟରୁ ମୁମ୍ବାଇର ସଂଖ୍ୟା ସର୍ବାଧିକ ରହିଥିଲା। ରାଜ୍ୟରେ ସକ୍ରିୟ ରୋଗୀଙ୍କ ସଂଖ୍ୟା ପ୍ରାୟ ୧୮ହଜାରରେ ପହଞ୍ଚିଛି। ମୁମ୍ବାଇରେ ଓମିକ୍ରନର ବିଏ-୫ ସବ୍‌-ଭାରିଆଣ୍ଟ ଚିନ୍ତାର କାରଣ ପାଲଟିଛି। ଠାଣେରେ ଦୁଇ ରୋଗୀଙ୍କ ମଧ୍ୟରେ ଏହି ଭାରିଆଣ୍ଟ ଦେଖିବାକୁ ମିଳିଛି। ଏଥିରେ ୨୫ବର୍ଷ ବୟସ୍କା ମହିଳା ଏବଂ ୩୨ବର୍ଷ ବୟସ୍କା ପୁରୁଷ ରହିଛନ୍ତି। ଉଭୟ କୋଭିଡ ଟିକା ନେଇଥିଲେ ମଧ୍ୟ ସେମାନେ ସଂକ୍ରମିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖାର୍ଗେଙ୍କ ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ଗର୍ଜିଲେ ପ୍ରିୟଙ୍କା ଗାନ୍ଧୀ, ଦେଶବ୍ୟାପୀ ସତ୍ୟାଗ୍ରହ କରିବ କଂଗ୍ରେସ

ନୂଆଦିଲ୍ଲୀ,୧୩।୮: ଉତ୍ତରାଖଣ୍ଡର ହଲଦ୍ୱାନୀରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ‘ବିଜୟ ଶଙ୍ଖନାଦ’ ରାଲିରେ ଯେଉଁ ମଞ୍ଚରେ ଭାଷଣ ଦେଇଥିଲେ, ସେହି ମଞ୍ଚର ‘ଶୁଦ୍ଧିକରଣ’କୁ ନେଇ ବିବାଦ…

ହରସିମରତ କୌର ବାଦଲଙ୍କୁ ଫୋନ କଲେ ମୋଦି, ପଚାରି ବୁଝିଲେ…

ନୂଆଦିଲ୍ଲୀ,୧୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିରୋମଣି ଅକାଳୀ ଦଳ (SAD) ମୁଖ୍ୟ ସୁଖବୀର ସିଂହ ବାଦଲଙ୍କ ଉପରେ ଆକ୍ରମଣ ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ସୂତ୍ର…

ଚିଲିକା ହତ୍ୟା ମାମଲାର ପର୍ଦ୍ଦାଫାଶ କଲା ପୋଲିସ, ଜାଣନ୍ତୁ ହତ୍ୟା ପଛର ବଡ଼ ରହସ୍ୟ…

କୃଷ୍ଣପ୍ରସାଦ,୧୩।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ କୁମାରପୁର ଚିଲିକା ହ୍ରଦରେ ଗତ ୧୧ ତାରିଖରେ ଘଟିଥିବା ନାବାଳକ ହତ୍ୟା ଘଟଣାରେ ପୁରୀ ପୋଲିକୁ ଏକ…

ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୨୪ ଘଣ୍ଟିଆ ଅନଶନ

ଗୁଣପୁର,୧୩ା୮(ସୁଜାତା ପାଢ଼ୀ): ଅଖିଳ ଭାରତୀୟ କୃଷି ଓ ଗ୍ରାମୀଣ ଶ୍ରମିକ ସଂଘ ତରଫରୁ ଦେଶ ବ୍ୟାପୀ ଅନଶନ ଓ ସତ୍ୟାଗ୍ରହ ଗୁରୁବାର କରାଯାଇଥିବାବେଳେ ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରୁ…

‘ଫେକ ନ୍ୟୁଜ ଫେକ ଇଣ୍ଟଲିଜେନ୍ସ ଠାରୁ ମଧ୍ୟ ଖରାପ’: ହର୍ମୁଜକୁ ନିୟନ୍ତ୍ରଣ କରିବା ସମ୍ପର୍କରେ ଟ୍ରମ୍ପଙ୍କ ବୟାନ ଉପରେ ଇରାନର କଟାକ୍ଷ

ତେହରାନ,୧୩।୮: ଗୁରୁବାର ଇରାନର ବୈଦେଶିକ ମନ୍ତ୍ରୀ ସୈୟଦ ଆବାସ ଆରାଘଚି ଆମେରିକୀୟ ଗୁପ୍ତଚର ଉପରେ କଟାକ୍ଷ କରିଥିଲେ। ସେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ହର୍ମୁଜ ପ୍ରଣାଳୀ…

ସୁଇମିଂ ଷ୍ଟାର ସୌରଭ ପୁଟେଲଙ୍କୁ ସମ୍ମାନିତ କଲେ ବଲାଙ୍ଗୀର ଜିଲାପାଳ, ଅଭିନନ୍ଦନ ଜଣାଇ…

ବଲାଙ୍ଗୀର,୧୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଇନ୍ଦିରାନଗରପଡ଼ାର ଉଦୟୀମାନ କ୍ରୀଡାବିତ୍‌ ସୌରଭ ପୁଟେଲ ଏବେ ଚର୍ଚ୍ଚାରେ ରହିଛନ୍ତି। ସେ ବଲାଙ୍ଗୀର ପତିତପାବନ ହାଇସ୍କୁଲ ଛାତ୍ର ଭାବେ ରାଜସ୍ଥାନର…

Air Indiaର ସମସ୍ତ ପାଇଲଟଙ୍କର ହେବ ଡ୍ରଗ୍ସ ଟେଷ୍ଟ, ଜାଣନ୍ତୁ ଏହାର କାରଣ…

ନୂଆଦିଲ୍ଲୀ,୧୩।୮: ‘ମାରିଜୁଆନା ଘଟଣା’ ପରେ, ଏୟାର ଇଣ୍ଡିଆ ଏହାର ସମସ୍ତ ପାଇଲଟଙ୍କ ପାଇଁ ବାଧ୍ୟତାମୂଳକ ସ୍କ୍ରିନିଂ ନିର୍ଦ୍ଦେଶ ଦେଇଛି। ନିଷିଦ୍ଧ ପଦାର୍ଥ ଏବଂ ଔଷଧର ଯାଞ୍ଚ ନିୟମ…

ଗମ୍ଭୀରଙ୍କୁ ନେଇ ଏଭଳି କହିଦେଲେ ହରଭଜନ ସିଂ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୧୩।୮: ଗୌତମ ଗମ୍ଭୀରଙ୍କୁ ନେଇ ପୂର୍ବତନ ଭାରତୀୟ ସ୍ପିନର୍ ହରଭଜନ ସିଂ ଏକ ବଡ଼ ବୟାନ ଦେଇଛନ୍ତି । ହରଭଜନଙ୍କ କହିବାନୁଯାୟୀ, ସେ ଯେଉଁ ଗୌତମ ଗମ୍ଭୀରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri