CORONAVIRUS UPDATE: ରାଜ୍ୟରେ ପୁଣି ୧୬୪୩ କରୋନା ପଜିଟିଭ ଚିହ୍ନଟ; ୪୪ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର, ୮।୮(ବ୍ୟୁରୋ): ରାଜ୍ୟରେ ଶନିବାର ୨୮ ଜିଲାରୁ ପୁଣି ୧୬୪୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୪,୧୯୩ ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୧୮ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୬୨୫ ଲୋକାଲ କେସ୍‌ ରହିଛି। ଆଜି ଗଞ୍ଜାମ ଏବଂ ଖୋର୍ଦ୍ଧା ଜିଲାରୁ ସମାନ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଗରେ ରହିଛନ୍ତି। ଏହି ୨ ଜିଲାରେ ୨୭୪ ଜଣ ଲେଖାଏ ପଜିଟିଭ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୪୪,୧୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୫,୧୮୯ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ୨୮,୬୪୭ ଜଣ ସୁସ୍ଥ ହୋଇଛନ୍ତି।