Posted inଜାତୀୟ

ଖାଦ୍ୟ ସୁରକ୍ଷାରେ ଆହ୍ବାନ ସୃଷ୍ଟି କରିଛି କରୋନା-ବିବାଦ-ଜଳବାୟୁ ପରିବର୍ତ୍ତନ : ଜୟଶଙ୍କର…

ନୂଆଦିଲ୍ଲୀ,୨୪।୧୧ : ବହିର୍ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ବିଶ୍ୱ ଖାଦ୍ୟ ସୁରକ୍ଷା ପାଇଁ ତିନୋଟି ପ୍ରମୁଖ ଆହ୍ବାନ ଭାବେ କରୋନା, ବିବାଦ ଏବଂ ଜଳବାୟୁ ପରିବର୍ତ୍ତନକୁ ଉପସ୍ଥାପନ କରିଛନ୍ତି। ଅନ୍ତର୍ଜାତୀୟ ବାଜରା ବର୍ଷ ୨୦୨୩ ର ପ୍ରି-ଲଞ୍ଚ କାର୍ଯ୍ୟକୁ ସମ୍ବୋଧିତ କରି ସେ କହିଛନ୍ତି ଯେ ଏହି ତିନୋଟି ଆହ୍ବାନ ମଧ୍ୟରୁ ପ୍ରତ୍ୟେକ ଖାଦ୍ୟ ସୁରକ୍ଷା ଉପରେ ବିଶେଷ ପ୍ରଭାବ ପକାଇଛି। ଭାରତ ପୃଥିବୀର ସର୍ବବୃହତ୍‌ ବାଜରା ଉତ୍ପାଦକ। ବିଶ୍ୱର ବାଜରା ଉତ୍ପାଦନର ପ୍ରାୟ ୨୦ ପ୍ରତିଶତ ଭାରତ ରେ ହୋଇଥାଏ।

ସେ କହିଛନ୍ତି ଯେ ଖାଦ୍ୟ ସୁରକ୍ଷା ସହିତ ଅନ୍ତର୍ଜାତୀୟ ସମ୍ପର୍କ ଆରମ୍ଭ ହୋଇଛି। ନିଜ ପାଇଁ ଖାଦ୍ୟ କିପରି ସୁରକ୍ଷିତ ରହିବ ଏବଂ ଏହାକୁ ଅନ୍ୟମାନଙ୍କୁ କିପରି ପଠାଯିବ ତାହା ମୁଖ୍ୟ ଚିନ୍ତ ାପାଲଟି ଥିଲା। ସେଥିପାଇଁ ଆମେ ଅନ୍ତର୍ଜାତୀୟ ସ୍ତରରେ ଭାରତୀୟ ବାଜରା ବର୍ଷ ପାଳନ କରିବାକୁ ନିଷ୍ପତ୍ତି ନେଇଛୁ।

କେନ୍ଦ୍ର କୃଷି ମନ୍ତ୍ରଣାଳୟ ଅନୁଯାୟୀ, ଭାରତ ଏସିଆରେ ୮୦ ପ୍ରତିଶତ ବାଜରା ଉତ୍ପାଦନ କରିଥାଏ। ବାଜରା ଉତ୍ପାଦନ ଏବଂ ଚାହିଦା ବଢ଼ାଇବାକୁ ଭାରତ ସରକାର ୨୦୨୩ ବର୍ଷକୁ ଅନ୍ତର୍ଜାତୀୟ ବାଜରା ବର୍ଷ ଭାବରେ ପାଳନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ସମୟରେ, ଭାରତୀୟ ବାଜରା, ଏଥିରୁ ପ୍ରସ୍ତୁତ ସୁସ୍ବାଦୁ ଖାଦ୍ୟ ଏବଂ ମୂଲ୍ୟଯୁକ୍ତ ଉତ୍ପାଦଗୁଡିକ ବିଶ୍ୱବ୍ୟାପୀ ପ୍ରୋତ୍ସାହିତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଅବସର ଘୋଷଣା କଲେ ନେମାର, ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ…

ବ୍ରାସିଲିଆ,୬ା୭: ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ନେଇଛନ୍ତି ବ୍ରାଜିଲର ଷ୍ଟାର୍‌ ଖେଳାଳି ନେମାର। ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ ନେମାର ଏହି ଅବସର ଘୋଷଣା କରିଛନ୍ତି।…

ଚାକିରିରୁ ରିଜାଇନ ଦେଲେ ଭୁବନେଶ୍ୱର ଡିସିପି, କହିଲେ ଏହି କାରଣରୁ…

ଭୁବନେଶ୍ୱର,୬ା୭: ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଚାକିରିରୁ ରିଜାଇନ ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଚାକିରି ଛାଡ଼ିଦେଇଥିବା କହିଛନ୍ତି। ଡିସିପି ଜଗମୋହନ ୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଫିସର…

ସକାଳୁ ସକାଳୁ ଚମ୍ପୁଆରେ ଏନ୍‌କାଉଣ୍ଟର, ଅପରାଧୀଙ୍କ ନାମରେ ରହିଛି…

କେନ୍ଦୁଝର,୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ପୋଲିସ ସୋମବାର ଚମ୍ପୁଆ ଥାନା ଅନ୍ତର୍ଗତ ପତଳା ଜଙ୍ଗଲରେ ଜଣେ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରିଥିବା ଜଣା ପଡ଼ିଛି। ସେ ଆହତ ହୋଇ…

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ସବୁଆଡ଼ୁ ଘେରିଗଲାଣି ଚାଇନା

ଭାରତର ପଶ୍ଚିମରେ ଥିବା ଆରବ ସାଗରକୁ ଚାଇନା ପ୍ରବେଶ କରିବା ପାଇଁ ଚାଇନା-ପାକିସ୍ତାନ ଅର୍ଥନୈତିକ କରିଡର (ସିପିଇସି) ସୃଷ୍ଟି କରାଯାଇଛି। ସେଥିରେ ରାସ୍ତା ନିର୍ମାଣଠାରୁ ଆରମ୍ଭ କରି…

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri