କରୋନା ମୁକାବିଲା: ଆଇଏଏସ୍‌ ଅଫିସରଙ୍କୁ ଜିଲା ଦାୟିତ୍ୱ

ଭୁବନେଶ୍ୱର, ୧୫।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବିଭିନ୍ନ ପ୍ରକାରର ଗାଇଡ୍‌ଲାଇନ୍‌ ଜାରି କରୁଛନ୍ତି। ସ୍ଥିତି ନିୟନ୍ତ୍ରଣ କରିବା ପାଇଁ ବର୍ତ୍ତମାନ ରାଜ୍ୟ ସରକାର ଆଇଏଏସ୍‌ ଅଫିସରଙ୍କୁ ଜିଲା ଦାୟିତ୍ୱ ଦେଇଛନ୍ତି।
ଭୁବନେଶ୍ୱର ପାଇଁ ଅନୁ ଗର୍ଗ ଓ ଏନ. ଥିରୁମାଲା ନାଏକଙ୍କୁ ଦାୟିତ୍ୱ ଦିଆଯାଇଛି। ବାଲେଶ୍ୱର ଓ ଭଦ୍ରକ ଜିଲା ପାଇଁ ମଧୁସୂଦନ ପାଢ଼ୀଙ୍କୁ ଦାୟିତ୍ୱ ଦିଆଯାଛି। ବଲାଙ୍ଗୀର, ବରଗଡ଼, ନୂଆପଡ଼ା ପାଇଁ ସତ୍ୟବ୍ରତ ସାହୁ ଓ ବେଣୁଧର ବେହେରାଙ୍କୁ ଦାୟିତ୍ୱ ଦିଆଯାଇଛି। ସେହିପରି ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲା ବୁଝିବେ ନିକୁଞ୍ଜ ବିହାରୀ ଧଳ। ମୟୂରଭଞ୍ଜ ଓ କେନ୍ଦୁଝର ପାଇଁ ସୁରେନ୍ଦ୍ର କୁମାର ଓ ଶ୍ରୀକାନ୍ତ ପୃଷ୍ଟିଙ୍କୁ ଦାୟିତ୍ୱ ଦିଆଯାଇଛି।
ଗଞ୍ଜାମ ଓ ଗଜପତି ଜିଲା ପାଇଁ ଜି. ମାଥିଭାଥନନଙ୍କୁ ଦାୟିତ୍ୱ ଦିଆଯାଇଛି। ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା ପାଇଁ ହେମନ୍ତ ଶର୍ମା ଓ ସୁରେଶ ଦଳାଇଙ୍କୁ ଦାୟିତ୍ୱ ଦିଆଯାଇଛି। ଅନୁଗୋଳ, ଦେବଗଡ଼ ଓ ଢେଙ୍କାନାଳ ପାଇଁ ବିଷ୍ଣୁପଦ ସେଠୀ, ଗୋପବନ୍ଧୁ ଶତପଥୀଙ୍କୁ ଦାୟିତ୍ୱ ଦିଆଯାଇଛି। ସମ୍ବଲପୁର ଓ ସୋନପୁର ଜିଲା ପାଇଁ ଚିତ୍ରା ଅରୁମୁଗମ, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ ପାଇଁ ଶାଶ୍ୱତ ମିଶ୍ର, ବିଷ୍ଣୁ ପ୍ରସାଦ ମିଶ୍ରଙ୍କୁ ଦାୟିତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri