କରୋନା କଲା ରେକର୍ଡ: ଗୋଟିଏ ଦିନରେ ୯୫ ହଜାରରୁ ଅଧିକ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, ୧୦।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ତାଣ୍ଡବ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। ପ୍ରତିଦିନ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗୁରୁବାର କରୋନା ସଂକ୍ରମଣ ଏହାର ପୂର୍ବର ସମସ୍ତ ରେକର୍ଡ ଭାଙ୍ଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୯୫ ହଜାର ୭୩୫ ଜଣ ନୂଆ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ହଜାରେ ୧୭୨ ଜଣଙ୍କ ମୃତ୍ୟୁ ଘଟିଛି। ଇତିମଧ୍ୟରେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୪ ଲକ୍ଷ ୬୫ ହଜାର ୮୬୪ ଛୁଇଁଛିି। ସେହିପରି ମୃତକଙ୍କ ସଂଖ୍ୟା ୭୫ହଜାର ୬୨ରେ ପହଞ୍ଚିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଇତିମଧ୍ୟରେ ୩୪ ଲକ୍ଷ ୭୧ ହଜାର ୭୮୪ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୯ ଲକ୍ଷ ୧୯ ହଜାର ୧୮ଜଣ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି। ସେପ୍ଟେମ୍ବର ୯ ସୁଦ୍ଧା ଦେଶରେ ୫ କୋଟି ୨୯ ଲକ୍ଷ ୩୪ ହଜାର ୪୩୩ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର୍‌ ପକ୍ଷରୁ ସୂଚନା ଦିଆଯାଇଛି। ବୁଧବାର ୧୧ ଲକ୍ଷ ୨୯ ହଜାର ୭୫୬ ଜଣଙ୍କ ନମୁନା ପରୀକ୍ଷା ହୋଇଛି। ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ ରହିଛି। ଏହାପଛକୁ ଆନ୍ଧ୍ରପ୍ରଦେଶ ରହିଛି। ମହାରାଷ୍ଟ୍ରରେ ୯ ଲକ୍ଷ ୬୭ ହଜାର ୩୪୯ ଆକ୍ରାନ୍ତ ରହିଛନ୍ତି। ଗତ ୨୪ ଘଣ୍ଟାରେ ଏଠାରେ ୨୩ ହଜାର ୮୧୬ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଆନ୍ଧ୍ରପ୍ରଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୨୭ ହଜାର ୫୧୨ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…

ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ…

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

୭-୮% ଦୁନିଆ ଶେଷ! ୨୦୨୬କୁ ନେଇ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଚର୍ଚ୍ଚାରେ, ଆଉ କ’ଣ ହେବା ବାକି?

ନୂଆଦିଲ୍ଲୀ,୨୮।୮: ନେପାଳରେ ଭୟଙ୍କର ବନ୍ୟା ସହ ବିଶ୍ୱର ବିଭିନ୍ନ ସ୍ଥାନରେ ଲଗାତାର ପ୍ରାକୃତିକ ବିପର୍ଯ୍ୟୟ ଘଟୁଥିବା ବେଳେ ପୁଣିଥରେ ଚର୍ଚ୍ଚାକୁ ଆସିଛି ବୁଲଗେରିଆର ଅନ୍ଧ ଭବିଷ୍ୟବକ୍ତା ବାବା…

ପାର୍ଟିଶନ ପାଇଁ ନେଉଥିଲେ ଏତିକି ଟଙ୍କା ଲାଞ୍ଚ, ରେଭିନ୍ୟୁ ଆସିଷ୍ଟାଣ୍ଟଙ୍କୁ ଧରିଲା ଭିଜିଲାନ୍ସ

ପାଟଣା,୨୮ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲରେ କାର୍ଯ୍ୟରତ ରେଭିନ୍ୟୁ ଆସିଷ୍ଟାଣ୍ଟ ବିଏଚ୍‌ ଉମାଶଙ୍କର ମ୍ୟୁଟେଶନ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ…

କଙ୍ଗନାଙ୍କୁ ରକ୍ଷାବନ୍ଧନର ବିଶେଷ ଉପହାର ପଠାଇଲେ ବାବା ରାମଦେବ, ଜାଣନ୍ତୁ କ’ଣ ଦେଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୨୮।୮: ରାଜନୈତିକ ଓ ସାର୍ବଜନୀନ ଜୀବନରେ ବିଭିନ୍ନ ପ୍ରସଙ୍ଗକୁ ନେଇ ବିବାଦ ମଧ୍ୟରେ ସଂଳାପର ଆବଶ୍ୟକତା ଉପରେ ବଡ଼ ବାର୍ତ୍ତା ଦେଇଛନ୍ତି ଯୋଗଗୁରୁ ବାବା ରାମଦେବ। ହରିଦ୍ୱାରରେ…

ପାର୍ବଣକୁ ନେଇ ପୁରୁଷୋତ୍ତମପୁର ପୋଲିସର କଡ଼ା ପଦକ୍ଷେପ: ମନଇଚ୍ଛା ହୋଇପାରିବନି ପୂଜା କି ଭସାଣି

ପୁରୁଷୋତ୍ତମପୁର,୨୮ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଶାନ୍ତି ବଜାୟ ରଖିବା ଲାଗି ପୂଜା, ପାର୍ବଣକୁ ଗୁରୁତ୍ୱ ଦେଇ ପୁରୁଷୋତ୍ତମପୁର ପୋଲିସ କଡ଼ା ପଦକ୍ଷେପ ନେଇଛି। ଯେପରି…

ଛାତ ଉପରେ ଶର୍ଟ ଉଡାଇଲେ ଯୁବକ, ଉଦ୍ଧାର ପାଇଁ ପହଞ୍ଚିଲା ହେଲିକପ୍ଟର: ନେପାଳର ବନ୍ୟାର ଛାତିଥରା ଭିଡିଓ ଭାଇରାଲ

କାଠମାଣ୍ଡୁ,୨୮।୮: ପ୍ରକୃତି ନେପାଳରେ ତାଣ୍ଡବ ସୃଷ୍ଟି କରିଛି। ସବୁଠି ପାଣି, କାଦୁଅ ଏବଂ ବିନାଶ ଦୃଶ୍ୟମାନ ହେଉଛି। ନଦୀଗୁଡ଼ିକ ପ୍ରବାହିତ ହେଉଛି, ରାସ୍ତାଗୁଡ଼ିକ ଭାସି ଯାଇଛି ଏବଂ…

ଅବ୍ୟବସ୍ଥା ଘେରରେ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର: ବର୍ଷା ଦିନେ ଛାତରୁ ଝରୁଛି ପାଣି

କର୍ଲାମୁଣ୍ଡା,୨୮।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଛାତରୁ ବର୍ଷା ହେଲେ ପାଣି ଝରୁଥିବାରୁ ରୋଗୀ ଓ ସ୍ବାସ୍ଥ୍ୟକର୍ମୀ ଅସୁବିଧାରେ ପଡ଼ୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri