Posted inଜାତୀୟ

ଘନେଇଲା କରୋନା ସଙ୍କଟ : ୩୭ ହଜାର ଟପିଲା ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୧୧।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି ବଢ଼ିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାରରେ ବୃଦ୍ଧି ଘଟିଛି। ସେହିପରି ସୁସ୍ଥତା ହାରରେ ମଧ୍ୟ ବୃଦ୍ଧି ହୋଇଛି। ସକ୍ରିୟ ମାମଲା ୪୦ ହଜାର ମୁହଁା ହୋଇଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୫ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଏହା ୫,୬୭୦ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୫,୮୭୮ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୫ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୨ ଥିଲା। ଏହି ସମୟରେ ସକ୍ରିୟ ମାମଲା ୩୭ ହଜାର ଟପିଛି। ଏହା ୩୭ ହଜାର ୯୩ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୩୫ ହଜାର ୧୯୯ ଥିଲା। ସେହିପରି ୨୪ ଘଣ୍ଟାରେ ୩,୭୬୧ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୩,୪୮୧ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୭ ଲକ୍ଷ ୬୮ ହଜାର ୧୭୨ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୨ ଲକ୍ଷ ୭୯ ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟିମ ଇଣ୍ଡିଆକୁ ମିଳିବ ନୂଆ ବସ୍‌, ଶ୍ରେୟସ ଆୟାର ହେବେ ଅଧିନାୟକ! IPLରେ ରହିଛନ୍ତି ସୁପରହିଟ

ନୂଆଦିଲ୍ଲୀ,୪।୬: ଟି-୨୦ କ୍ରିକେଟରେ ଟିମ ଇଣ୍ଡିଆକୁ ନୂଆ ବସ୍‌ ମିଳିବାକୁ ଯାଉଛି। ଜୁନ ୨୬ରୁ ଆରମ୍ଭ ହେଉଥିବା ଆୟରଲାଣ୍ଡ ବିପକ୍ଷରେ ଏବଂ ଜୁଲାଇ ୧ରୁ ଆରମ୍ଭ ହେଉଥିବା…

ରାଜ୍ୟ ସଭା ଉପ-ନିର୍ବାଚନ: ଦେବାଶିଷଙ୍କୁ ପ୍ରାର୍ଥୀ କଲା ଭାଜପା

ଭୁବନେଶ୍ୱର,୪।୬: ରାଜ୍ୟ ସଭା ଉପ-ନିର୍ବାଚନ ପାଇଁ ଭାଜପା ଗୁରୁବାର ପ୍ରାର୍ଥୀ ଘୋଷଣା କରିଛି। ଦେବାଶିଷ ସାମନ୍ତରାୟଙ୍କୁ ପ୍ରାର୍ଥୀ କରିଥିବା ନେଇ ଭାଜପା କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ…

ବିଶ୍ୱ ପରିବେଶ ଦିବସ; ୨୧ ଅନୁଷ୍ଠାନକୁ ପ୍ରକୃତି ମିତ୍ର, ୨୧ ଜଣଙ୍କୁ ମିଳିବ ପ୍ରକୃତି ବନ୍ଧୁ ପୁରସ୍କାର

ଭଞ୍ଜନଗର,୪।୬(ବାବୁଲା ପ୍ରଧାନ): ପ୍ରତିବର୍ଷ ଜୁନ୍ ୫ ତାରିଖକୁ ବିଶ୍ୱ ପରିବେଶ ଦିବସ ଭାବେ ପାଳନ କରାଯାଉଛି । ତେଣୁ ବନ ବିଭାଗ ସମେତ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ…

ବରଗଡ଼ର ବିଭିନ୍ନ ସ୍ଥାନରେ ନିର୍ମିତ ତୋରଣ, ଟେଣ୍ଡର ପ୍ରକ୍ରିୟା ଉପରେ ଜିଲାପାଳଙ୍କୁ ଏହି ଦାବି କଲା ବିଜେଡି

ବରଗଡ଼,୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ କେନାଲର ସୌନ୍ଦର୍ଯ୍ୟକରଣ ଓ ବକ୍ସ କଣ୍ଡୁଇଟ୍ ନିର୍ମାଣକୁ ବିଜୁ ଜନତା ଦଳ ସ୍ବାଗତ କରିଥିବା ବେଳେ ଏହି କାର୍ଯ୍ୟର ସ୍ଥାୟୀତ୍ବ ଓ ଟେଣ୍ଡର…

କ୍ଷମତା ଚାଲିଯିବା ପରେ ଏ କେମିତି ଅବସ୍ଥା! ଖଟ ତଳେ ଲୁଚିଥିଲେ ଟିଏମସି ନେତା, ହଠାତ୍‌ ପହଞ୍ଚିଲା ପୋଲିସ, ଭିଡିଓ ଦେଖନ୍ତୁ…

ନୂଆଦିଲ୍ଲୀ,୪।୬: ପଶ୍ଚିମବଙ୍ଗ ରାଜନୀତିରେ ପ୍ରତିଦିନ କିଛି ନା କିଛି ନୂଆ ହାଇଡ୍ରାମା ଦେଖିବାକୁ ମିଳୁଛି। ବର୍ତ୍ତମାନ କୁଚବିହାର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ଗିରଫ ହେବେ ଖାନ୍‌ ସାର? କୋଚିଂ ସେଣ୍ଟରରେ ଫାୟାରିଂକୁ ନେଇ ସୁରକ୍ଷାକର୍ମୀଙ୍କ ସାଂଘାତିକ ଖୁଲାସା

ପାଟନା,୪।୬: ପାଟନାରୁ ଏହି ସମୟର ଏକ ବଡ଼ ଖବର ସାମ୍ନାକୁ ଆସୁଛି, ଯେଉଁଠାରେ ଏଜୁକେଟର ଖାନ ସାର୍‌ ପୁଣି ଥରେ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ସୂଚନା ଅନୁଯାୟୀ,…

ଘେରିଲେଣି ବିରୋଧି, କହିଲେ ନିଶାନ୍ତ କାହିଁକି ‘ନିରବ’? ମୁଜାଫରପୁର ହସ୍ପିଟାଲ ଅଗ୍ନିକାଣ୍ଡରେ ୫ ଜଣଙ୍କ ମୃତ୍ୟୁ ପରେ…

ପାଟନା,୪।୬: ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲରେ ଘଟିଥିବା ଏକ ଭୟଙ୍କର ଅଗ୍ନିକାଣ୍ଡ ବିହାରର ସ୍ବାସ୍ଥ୍ୟସେବା ଭିତ୍ତିଭୂମି ଉପରେ ଗମ୍ଭୀର ପ୍ରଶ୍ନ ଉଠାଇଛି। ICU ଅଗ୍ନିକାଣ୍ଡରେ ପାଞ୍ଚ ଜଣ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି: ଅକ୍ଟୋବର ୧ରୁ ଏସବୁ ଗାଡ଼ିକୁ ମିଳିବନି ପେଟ୍ରୋଲ-ଡିଜେଲ କି CNG, ନୂଆ ନିୟମ ଲାଗୁ

ନୂଆଦିଲ୍ଲୀ,୪।୬: ରାଷ୍ଟ୍ରୀୟ ରାଜଧାନୀ କ୍ଷେତ୍ର (NCR) ରେ ବାୟୁ ପ୍ରଦୂଷଣ ବିରୋଧରେ ଏକ ର୍ନିଣ୍ଣାୟକ ଏବଂ ବଡ଼ ପଦକ୍ଷେପ ଗ୍ରହଣ କରି ରାଜ୍ୟ ସରକାର ‘No PUCC,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri