ଚାଇନାରେ କରୋନା ସଙ୍କଟ, ଛୋଟପିଲାଙ୍କ ଉପରେ ଅଧିକ ବିପଦ…

ବେଜିଂ, ୩।୪ : ପୁଣି ଥରେ ଚାଇନାରେ କରୋନା ସଂକ୍ରମଣର ଏକ ନୂଆ ଲହର ଆରମ୍ଭ ହୋଇଛି। ସୁରକ୍ଷା ଦୃଷ୍ଟିରୁ ଶାଙ୍ଘାଇ ସମେତ ଦେଶର ବହୁ ବଡ ସହରରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। କୁହାଯାଉଛି ଯେ ଏହି ନୂଆ ଲହର ଚାଇନାର ଅର୍ଥନୀତିକୁ ବଡ଼ ଧରଣର ଝଟ୍‌କା ଦେଇପାରେ। ଚଳିତ ଲହରରେ ଛୋଟପିଲାଙ୍କ ଉପରେ ଅଧିକ ବିପଦ ରହିଥିବା ଆକଳନ କରାଯାଇଛି। ତେଣୁ ଆକ୍ରାନ୍ତ ମରାତାପିତାଙ୍କଠାରୁ ପିଲାଙ୍କୁ ଅଲଗା ଅଜଣା ସ୍ଥାନରେ ରଖାଯିବାର ବ୍ୟବସ୍ଥା କରାଯାଇଛି।

କେତେକ ସହରରେ ଡବଲ ଷ୍ଟେଜ୍‌ ଲକ୍‌ ଡାଉନ୍‌ ଜାରି କରାଯାଇଛି। ଏହା ସହିତ ୩୧ ରାଜ୍ୟର ସମସ୍ତ ସହରରେ କରୋନା ପରୀକ୍ଷା ବ୍ୟାପକ ଭାବେ କରାଯାଉଛି। ଏସବୁ ସହରରେ ଲୋକଙ୍କୁ ଘରେ ରହିବାକୁ କୁହାଯାଇଛି। ଘରେ ସାମଗ୍ରୀ ବିତରଣ ପାଇଁ ଚେକପଏଣ୍ଟ ବ୍ୟବସ୍ଥା କରାଯାଇଛି।

ଜରୁରୀ ନଥିବା କାର୍ଯ୍ୟାଳୟ ଏବଂ ସମସ୍ତ ବ୍ୟବସାୟ ପ୍ରତିଷ୍ଠାନକୁ ବନ୍ଦ ରଖାଯାଇଛି। ଚଳିତ ମାସ ସୁଦ୍ଧା ଚାଇନାରେ ୫୬,୦୦୦ ରୁ ଅଧିକ କରୋନା ମାମଲା ରିପୋର୍ଟ ହୋଇଛି। ଯେଉଁଥିରୁ ଅଧିକାଂଶ ମାମଲା ଉତ୍ତର-ପୂର୍ବ ପ୍ରଦେଶରେ ଚିହ୍ନଟ ହୋଇଛି। ଚାଇନାର ରୋଗ ନିୟନ୍ତ୍ରଣ କେନ୍ଦ୍ର (ସିଡିସି) ର ସଂକ୍ରାମକ ରୋଗ ବିଶେଷଜ୍ଞ ୱୁ ଜୁନିୟୁ କହିଛନ୍ତି ଯେ ‘ଶୂନ କୋଭିଡ’ର ଲକ୍ଷ୍ୟକୁ ପାଳନ କରିବା ପାଇଁ ଉଦ୍ୟମ ଜାରି ରହିଛି। ଏହି ନୀତି ଅନୁଯାୟୀ, ଲକ୍‌ଡାଉନ୍‌ ଘୋଷଣା କରାଯାଇଛି।

ଚାଇନାର ଟିକାକରଣ ହାର ପ୍ରାୟ ୮୭ ପ୍ରତିଶତ ଛୁଇଁଛି। ତେବେ ବୟସ୍କ ଲୋକଙ୍କ ମଧ୍ୟରେ ଏହା କମ୍‌ ରହିଛି। ପ୍ରକାଶିତ ଜାତୀୟ ତଥ୍ୟ ଦର୍ଶାଇଛି ଯେ ୬୦ବର୍ଷରୁ ଅଧିକ ବୟସର ୫୨ ମିଲିୟନରୁ ଅଧିକ ଲୋକଙ୍କୁ ଏପର୍ଯ୍ୟନ୍ତ କୌଣସି ଟିକା ଦିଆଯାଇ ନାହିଁ। ବୁଷ୍ଟର୍‌ ଡୋଜ୍‌ ହାର ମଧ୍ୟ ଚାଇନାରେ କମ ରହିଛି। ୬୦-୬୯ ବୟସ୍କଙ୍କ ମଧ୍ୟରେ ଏହା ୫୬.୪ ପ୍ରତିଶତ ରହିଛି। ସେହିପରି ୭୦-୭୯ ବର୍ଷ ବୟସ୍କଙ୍କ ମଧ୍ୟରେ ୪୮.୪ ପ୍ରତିଶତ ଟିକା ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…

ବୁଧଙ୍କ କୃପାରୁ ଚମକିବ ଭାଗ୍ୟ: ଏହି ୫ଟି ରାଶିର ଲୋକେ ହେବେ ମାଲାମାଲ୍‌, ଧନବର୍ଷା ସାଙ୍ଗକୁ ବଢ଼ିବ ସୁଖ-ସମୃଦ୍ଧି

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ବୁଧଙ୍କୁ ବୁଦ୍ଧି, ବାଣୀ, ବ୍ୟାପାର, ଗଣିତ, ଶିକ୍ଷା, ତର୍କ ଶକ୍ତି ଏବଂ ଯୋଗାଯୋଗର କାରକ ଗ୍ରହ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ବୁଧ…

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…

ଚାକିରି ପଛରେ କେତେ ଆଉ ଦୌଡ଼ିବେ? ସରକାରଙ୍କ ଏସବୁ ଯୋଜନାରେ ଆରମ୍ଭ କରନ୍ତୁ ନିଜ ବ୍ୟବସାୟ; ମିଳୁଛି ବଡ଼…

ନୂଆଦିଲ୍ଲୀ,୧୭।୬: ଦେଶରେ ସରକାରୀ ଚାକିରି ପାଇଁ ପ୍ରସ୍ତୁତି କରୁଥିବା ଯୁବକଯୁବତୀଙ୍କ ସଂଖ୍ୟା କ୍ରମାଗତ ଭାବେ ବଢ଼ିବାରେ ଲାଗିଛି, କିନ୍ତୁ ପ୍ରତିଯୋଗିତା ଯୋଗୁ  ସମସ୍ତଙ୍କୁ ସରକାରୀ ଚାକିରି ମିଳିବା…

ଚାକିରି ପଛରେ ଗୋଡ଼ାଇବା ଛାଡ଼ନ୍ତୁ, ଜେସିବି କିଣନ୍ତୁ! ମାସକୁ ଲକ୍ଷ ଲକ୍ଷ ରୋଜଗାର, ହେବେ ମାଲାମାଲ୍‌…

ନୂଆଦିଲ୍ଲୀ,୧୭।୬: ଭାରତରେ ଜେସିବି(JCB)ର ଚାହିଦା ବେଶ୍‌ ଅଧିକ। ନାଳ ଖୋଳିବାଠାରୁ ଆରମ୍ଭ କରି ଘର ଭାଙ୍ଗିବା, ନିର୍ମାଣ କାର୍ଯ୍ୟ, ସଡ଼କ ପ୍ରସ୍ତୁତି ଏବଂ ଜମି ସମତଳ କରିବା…

ଦ୍ୱିପାକ୍ଷିକ ବୈଠକବେଳେ ବଡ଼ ପ୍ରତିଶ୍ରୁତି ଦେଲେ ଡୋନାଲ୍ଡ ଟ୍ରମ୍ପ: ମୋଦି ପିଏମ୍‌ ଥିବା ଯାଏ…ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ, ୧୭।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ ଜି-୭ ସମ୍ମିଳନୀ ଅବସରରେ ବୁଧବାର ସାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଦ୍ୱିପାକ୍ଷିକ…

ଦୋଷୀ ସାବ୍ୟସ୍ତ ହେବା ପରେ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ, କଟିଯିବ…

କଲମ୍ବୋ,୧୭।୬: ଶ୍ରୀଲଙ୍କାରେ ଚାଲିଥିବା ତ୍ରିଦେଶୀୟ (ଟ୍ରାଇ) ସିରିଜ ଦରମ୍ୟାନ ଏକ ବଡ଼ ବିବାଦ ସାମ୍ନାକୁ ଆସିଛି। ଇଣ୍ଡିଆ ‘ଏ’ ପକ୍ଷରୁ ଖେଳୁଥିବା ଯୁବ ବାମହାତୀ ବ୍ୟାଟ୍ସମ୍ୟାନ ବୈଭବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri