ଥମୁଛି କରୋନା…

ନୂଆଦିଲ୍ଲୀ, ୧୮।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା ବଢ଼ି ପୁଣି ୪୭ ହଜାର ଉପରେ ରହିଛି। କେରଳରେ ସତର୍କ ସୂଚନା ଜାରି କରାଯାଇଛି। ଏଠାରେ ଦୈନିକ ସଂକ୍ରମଣ ୨୨ ଶହ ଉପରେ ରହିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି। ଏହା ସହିତ ମାସ୍କ ପିନ୍ଧିବା ଏବଂ କରୋନା ମାର୍ଗଦର୍ଶିକା ପାଳନ କରିବାକୁ କୁହାଯାଇଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମି ୫ ହଜାର ଉପରେ ରହିଛି। ଏହା ୫,୬୪୩ ରହିଛି। ଗୋଟିଏ ଦିନ ତଳେ ଏହା ୫,୭୩୪ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୪ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୬ ଥିଲା। ଏହି ସମୟରେ ସକ୍ରିୟ ମାମଲା ୪୭ ହଜାର ୯୨୨ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୪୬ ହଜାର ୮୪୮ ଥିଲା। ସେହିପରି ୨୪ ଘଣ୍ଟାରେ ୪ ହଜାର ୫୫୫ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୫ ହଜାର ୬୧୮ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୮ ହଜାର ୩୩୭ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୫ ଲକ୍ଷ ୩୪ ହଜାର ୧୮୮ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୩୯ ଲକ୍ଷ ୫୭ ହଜାର ୯୨୯ ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧୀନତା ଦାବିରେ ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ)...

ନାନୋ ୟୁରିଆ ବ୍ୟବହାର ପାଇଁ ଆସିଲା ବିଜ୍ଞପ୍ତି

ନୂଆଦିଲ୍ଲୀ,୧୯ା୪: ୩ ବର୍ଷ ପାଇଁ ନାନୋ ୟୁରିଆ ପ୍ଲସ୍‌ ସାର ବ୍ୟବହାର ନିମନ୍ତେ କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଛନ୍ତି। ତେବେ ଏହି ସାରର ଉର୍ବରତା...

ଜେଲ୍‌ ଭିତରେ କେଜରିଓ୍ବାଲଙ୍କୁ ମାରି ଦେବାକୁ ଷଡଯନ୍ତ୍ର!

ନୂଆଦିଲ୍ଲୀ,୧୯।୪: ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାଲିଛି ସାଂଘାତିକ ଷଡଯନ୍ତ୍ର। ଜେଲ ଭିତରେ କେଜରିୱାଲଙ୍କୁ...

ନିଜକୁ ଭୋଟ୍‌ ଦେଇପାରିବେନି ଏହି ପ୍ରାର୍ଥୀ

ନୂଆଦିଲ୍ଲୀ,୧୯।୪: ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଛି। ଏହି ପରିପ୍ରେକ୍ଷୀରେ ୧୦୨ଟି ଲୋକସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଥିବା ବେଳେ ବିହାରର ୪ଟି ଲୋକସଭା...

ଭୋଟ ଦେଲେ ବିଶ୍ୱର ସବୁଠୁ ଛୋଟ ମହିଳା

ପୁଣେ,୧୯।୪: ମହାରାଷ୍ଟ୍ରର ପାଞ୍ଚଟି ସିଟ ପାଇଁ ଆଜି ଭୋଟଗ୍ରହଣ ଚାଲିଛି। ଲୋକମାନେ ଉତ୍ସାହର ସହ ଭୋଟ ଦେଉଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି...

ଲୋକ ସଭା ନିର୍ବାଚନ: ଭୋଟ ଗ୍ରହଣ ମଧ୍ୟରେ ବସ୍ତରରେ ଆଇଇଡି ବ୍ଲାଷ୍ଟ, ସିଆରପିଏଫ ଯବାନ ଆହତ, ମଣିପୁରରେ ଫାୟାରିଂ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟର ଭୋଟ ଗ୍ରହଣ ଶୁକ୍ରବାର ଆରମ୍ଭ ହୋଇଛି। ୮ ଜଣ କେନ୍ଦ୍ର ମନ୍ତ୍ରୀ, ୨ ପୂର୍ବତନ ମୁଖ୍ୟମନ୍ତ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri