କରୋନାର ଦୋହରା ମାଡ଼: ଲୋକେ ହେବେ ଗରିବ, ଶିଶୁ ମୃତ୍ୟୁ ହାର ବଢ଼ିବ

ଜେନେଭା/ନୂଆଦିଲ୍ଲୀ, ୧୦।୯: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀର ଅର୍ଥବ୍ୟବସ୍ଥା ଦୋହଲି ଯାଇଛି। ତେବେ ଏହାର ପ୍ରଭାବର ଦୋହରା ମାଡ଼ ଲୋକଙ୍କ ଉପରେ ପଡ଼ିବ ବୋଲି ଜାତିସଂଘ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି। କାମଧନ୍ଦା ବନ୍ଦ ହେବା ଦ୍ୱାରା ଲୋକେ ଗରିବ ହେବେ। ସେହିପରି ଶିଶୁ ମୃତ୍ୟୁ ହାର ମଧ୍ୟ ବୃଦ୍ଧି ପାଇବ ବୋଲି ରିପୋର୍ଟରେ ଦର୍ଶାଯାଇଛି। ଲକ୍‌ଡାଉନ୍‌ ଏବଂ ଶର୍ଟଡାଉନ୍‌ର ପ୍ରଭାବରେ ଯୋଗୁ ଏଭଳି ହେବ ବୋଲି ଜାତିସଂଘର ରାଜନୈତିକ ମୁଖ୍ୟ ରୋଜମେରି ଡିକାର୍ଲେ ଏବଂ ମାନବତାବାଦୀ ମୁଖ୍ୟ ମାର୍କ ଲୋକକ ସୂଚନା ଦେଇଛନ୍ତି। ଗରିବ ଦେଶଙ୍କ ଆର୍ଥିକ ଅବସ୍ଥା ଅତି ଖରାପ ହେବାର ଆଶଙ୍କା ଥିବା ରିପୋର୍ଟରେ ପ୍ରକାଶ ପାଇଛି। କରୋନା ପରବର୍ତ୍ତୀ ସମୟରେ ଲୋକଙ୍କ ଜୀବନଧାରଣ କ୍ଷମତା ହ୍ରାସ ପାଇବା ସହିତ ଭୋକିଲାଙ୍କ ସଂଖ୍ୟା ବୃଦ୍ଧି ପାଇବ। ସେହିପରି ସାଧାରଣ ଶିକ୍ଷାରୁ ବହୁ ଶିଶୁ ବଞ୍ଚିତ ହେବେ। ଶରଣାର୍ଥୀ ରହିଥିବା ଦେଶଗୁଡ଼ିକରେ ସମସ୍ୟା ଅଧିକ ଗୁରୁତର ହେବାର ଆଶଙ୍କା ରହିଛି। ଗରିବ ଦେଶରେ ଆବଶ୍ୟକ ଖାଦ୍ୟ ଏବଂ ସ୍ବାସ୍ଥ୍ୟ ସେବା ଅଭାବ ପରିଲକ୍ଷିତ ହେବ। ତେବେ ସମସ୍ୟା କେତେ ଦୂର ସଙ୍କଟ ଜନକ ହେବ ତାହା ଏବେ କହି ହେବ ନାହିଁ ବୋଲି ରିପୋର୍ଟରେ ପ୍ରକାଶ ପାଇଛି। ସମ୍ପ୍ରତି ପୃଥିବୀର ୨୭ ଦେଶରେ ଖାଦ୍ୟର ଅଭାବ ଦେଖାଦେଇଛି। ଏସବୁ ଦେଶରେ ବହୁ ଶିଶୁ କୁପୋଷଣର ଶିକାର ହୋଇଛନ୍ତି। କରୋନା ମହାମାରୀର ପ୍ରଥମ ବର୍ଷରେ ୭ ନିୟୁତ ଶିଶୁ କୁପୋଷଣ ଗ୍ରସ୍ତ ହେେ ବୋଲି ରିପୋର୍ଟରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ହେବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ବୃଦ୍ଧ, କଚାଡ଼ି ମାରିଦେଲା

ମୋରଡା,୧୪।୬(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ବ୍ଲକରେ ବର୍ଷ ତମାମ ହାତୀ ଉପଦ୍ରଵ ଲାଗି ରହିଥିବା ବେଳେ ଦିନକୁ ଦିନ ଧନଜୀବନ କ୍ଷୟକ୍ଷତି ବୃଦ୍ଧି ପାଉଥିବାର ଦେଖିବାକୁ…

‘ମୋତେ ମୋ ପ୍ରେମିକର କର୍ତ୍ତବ୍ୟ ମଧ୍ୟ ପାଳନ କରିବାକୁ ପଡିବ…’ କାହିଁକି ଏମିତି କହିଲେ ଜଷ୍ଟିନ ଟ୍ରୁଡୋ? ଜାଣନ୍ତୁ ଏହା ପଛର ରହସ୍ୟ

ଓଟାଓ୍ବା,୧୪।୬: ପୂର୍ବତନ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ବର୍ତ୍ତମାନ ତାଙ୍କ ପ୍ରେମ ଜୀବନ ଏବଂ ଫିଫା ବିଶ୍ୱକପ 2026 ପାଇଁ ଖବରରେ ଅଛନ୍ତି। ବିଶ୍ୱକପ ଉଦଘାଟନୀ ଦିନରେ…

ମଧ୍ୟପ୍ରାଚ୍ୟରେ ପୁଣି ଉତ୍ତେଜନା, ହେଜବୋଲା ଉପରେ ଆକ୍ରମଣ କଲା ଇସ୍ରାଏଲ

ଜେରୁଜେଲମ,୧୪।୬: ଯେତେବେଳେ ଆମେରିକା ଏବଂ ଇରାନ ଶାନ୍ତି ଆଲୋଚନା ବିଷୟରେ ଦାବି କରୁଛନ୍ତି, ସେତେବେଳେ ମଧ୍ୟପ୍ରାଚ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ଇସ୍ରାଏଲ ହେଜବୋଲା ପଦାଧିକାରୀମାନଙ୍କ ଉପରେ…

ଦିଦିଙ୍କ ହାତରୁ ଗଲା ଟିଏମସି? କାକୋଲି କହିଲେ, ‘ନୂଆ ଦଳ ପାଇଁ ବାଚସ୍ପତିଙ୍କୁ ଅନୁରୋଧ କରିବୁ’

କୋଲକାତା,୧୪।୬: ୧୫ ବର୍ଷ ଧରି ପଶ୍ଚିମବଙ୍ଗରେ ଶାସନ କରିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବେ ତାଙ୍କ ଦଳ ତୃଣମୂଳ କଂଗ୍ରେସକୁ ହରାଉଥିବା ଜଣାପଡ଼ିଛି। ୨୦ ରୁ…

ପହିଲି ରଜରେ ଅଘଟଣ: ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ

ରାଜନଗର,୧୪ା୬(ଭାସ୍କର ରାଉତରାୟ): ପହିଲି ରଜରେ ଅଘଟଣ। ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ। ସେ ହେଉଛନ୍ତି କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଘଡ଼ିଆମାଳ ଗାଁର ଦୈତାରୀ…

ରଜରେ ବଡ଼ ଅଘଟଣ; ୨ ଘଣ୍ଟା ବ୍ୟବଧାନରେ ୨ ଦୁର୍ଘଟଣା, କେନ୍ଦୁଝରରେ ୫ ମୃତ

କେନ୍ଦୁଝର,୧୪।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ପ୍ରଥମ ରଜ ପାଇଁ ଚାରିଆଡ଼େ ଉତ୍ସବର ପରିବେଶ ରହିଥିବା ବେଳେ କେନ୍ଦୁଝର ଜିଲା କାଞ୍ଜିପାଣି ଥାନା ଅନ୍ତର୍ଗତ ଏନଏଚ ୪୯ ରେ…

ଦାମୀଗାଡ଼ିରେ ଗଞ୍ଜେଇ ଚାଲାଣ, ପାଟ୍ରୋଲିଂବେଳେ ଦୁଇ ଅଭିଯୁକ୍ତଙ୍କୁ…

ବଲାଙ୍ଗୀର,୧୪ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଅବକାରୀ ବିଭାଗ ରବିବାର ଭୋରରୁ ତୁଷୁରା-ଆଟଗାଁ ରାସ୍ତାରେ ପାଟ୍ରୋଲିଂ କରୁଥିବାବେଳେ ଏକ ଧଳା ରଙ୍ଗର ଦାମୀ ଥାର ଗାଡ଼ିରେ ଚାଲାଣ ହେଉଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ସଫଳତାର ରାଜ ଖୋଲିଲେ କୋଚ, ଆପଣବି ଜାଣିଲେ…

ନୂଆଦିଲ୍ଲୀ,୧୪।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ତାଙ୍କ ବିସ୍ଫୋରକ ବ୍ୟାଟିଂରେ ସମସ୍ତଙ୍କୁ ମୋହିତ କରିଛନ୍ତି। କ୍ରିକେଟ ପ୍ରଶଂସକ ଏବଂ ପୂର୍ବତନ କ୍ରିକେଟରମାନେ ସମସ୍ତେ ତାଙ୍କ ବିସ୍ଫୋରକ ବ୍ୟାଟିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri