କୋଭିଡ୍‌-୧୯ ପ୍ରଭାବ: ବକ୍ସିଂ ଏସିଆନ ଚାମ୍ପିୟନଶିପ୍‌ ଘୁଞ୍ଚିଲା

ନୂଆଦିଲ୍ଲୀ,୧୮।୮(ପି.ଟି.): କୋଭିଡ୍‌-୧୯ ପ୍ରଭାବ କାରଣରୁ ଆଉ ଏକା ମେଗା ଇଭେଣ୍ଟକୁ ଘୁଞ୍ଚାଇ ଦିଆଯାଇଛି। ଆଗାମୀ ନଭେମ୍ବର- ଡିସେମ୍ବରରେ ଭାରତରେ ଆୟୋଜନ ହେବାକୁ ଥିବା ଏସିଆନ ବକ୍ସିଂ ଚାମ୍ପିୟନଶିପ୍‌ ଆସନ୍ତାବର୍ଷକୁ ଘୁଞ୍ଚାଇବାକୁ ନିଷ୍ପତ୍ତି ନିଆଯାଇଛି। ଏ ନେଇ ବକ୍ସିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ବିଏଫ୍‌ଆଇ) ସମ୍ପାଦକ ଜେନେରାଲ ଜୟ କୋଓ୍ବଲି ସୂଚନା ଦେଇଛନ୍ତି।
ସୋମବାର ଅନଲାଇନ୍‌ରେ ଅନୁଷ୍ଠିତ ଏସିଆନ ବକ୍ସିଂ କନ୍‌ଫେଡେରେଶନ (ଏଏସ୍‌ବିସି) କାର୍ଯ୍ୟକାରୀ କମିଟି ବୈଠକ ମିଳିତ ଭାବେ ନିଷ୍ପତ୍ତି ନିଆଯାଇଛି। ୨୦୨୧ରେ ଭାରତ ଏହି ଟୁର୍ନାମେଣ୍ଟକୁ ଆୟୋଜନ କରିବ କୋଓ୍ବଲି କହିଛନ୍ତି। ସେ ଏଏସ୍‌ବିସି କାର୍ଯ୍ୟକାରୀ କମିଟିରେ ସଦସ୍ୟ ରହିଛନ୍ତି। ଆସନ୍ତାବର୍ଷ କେଉଁ ସମୟରେ ଏହି ମେଗା ଇଭେଣ୍ଟ ଆୟୋଜନ ହେବ ସେ ନେଇ ନଭେମ୍ବରରରେ ବୈଠକ ବସିବ ଓ ଏ ସଂକ୍ରାନ୍ତରେ ଆଲୋଚନା ହେବ ବୋଲି ସେ କହିଛନ୍ତି। ଶେଷଥର ପାଇଁ ଭାରତ ୧୯୮୦ରେ ଏସିଆନ ମିଟ୍‌ ମୁମ୍ବାଇରେ ଆୟୋଜନ କରିଥିଲା। ଗତବର୍ଷଠାରୁ ଏହି ଟୁର୍ନାମେଣ୍ଟରେ ଉଭୟ ପୁରୁଷ ଓ ମହିଳା ଅଂଶଗ୍ରହଣ କରୁଛନ୍ତି।
ଉଲ୍ଲେଖଥାଉ କି, କୋଭିଡ୍‌-୧୯ ମହାମାରୀ କାରଣରୁ ବିଶ୍ୱର ପ୍ରାୟ ସବୁ ମେଗା ଇଭେଣ୍ଟ ବାତିଲ ହୋଇଛି କିମ୍ବା ସ୍ଥଗିତ ରହିଛି। ଏହି କାରଣରୁ ଟୋକିଓ ଅଲିମ୍ପିକ୍ସ ଓ ଟି୨୦ ବିଶ୍ୱକପ୍‌କୁ ମଧ୍ୟ ଘୁଞ୍ଚାଇ ଦିଆଯାଇଛି। ଏହି ମହାମାରୀର ପ୍ରକୋପ ଜାରି ରହିଥିବା ବେଳେ ଏହା ନ କମିବା ପର୍ଯ୍ୟନ୍ତ ଆମକୁ ସତର୍କ ହେବାକୁ ପଡିବ ବୋଲି କୋଓ୍ବଲି କହିଛନ୍ତି। ଭାରତରେ ଏପର୍ଯ୍ୟନ୍ତ ୨୫ ଲକ୍ଷ କୋଭିଡ୍‌-୧୯ ଦ୍ୱାରା ସଂକ୍ରମିତ ହୋଇଛନ୍ତି ଓ ୫୦,୦୦୦ ମୃତ୍ୟୁବରଣ କରିଛନ୍ତି। ଅବଶ୍ୟ ଏହା ସତ୍ତ୍ୱେ ଦେଶରେ ବିଭିନ୍ନ ସ୍ଥାନରେ ଟ୍ରେନିଂ କ୍ୟମ୍ପ ଆରମ୍ଭ ହୋଇଛି। ପଟିଆଲାରେ କେତେଜଣ ବକ୍ସର ଏକାଠି ହୋଇ ଅଭ୍ୟାସ ଆରମ୍ଭ କରିଛନ୍ତ ଓ ଏହା ଏପର୍ଯ୍ୟନ୍ତ ଚାଲୁ ରହିଛି। ଟୋକିଓ ଅଲିମ୍ପିକ୍ସ ପାଇଁ ଏପର୍ଯ୍ୟନ୍ତ ୯ଜଣ ବକ୍ସର କ୍ୱାଲିଫାଏ କରିଛନ୍ତି। ସେମାନଙ୍କ ମଧ୍ୟରେ ୫ ପୁରୁଷ ଓ ୪ ମହିଳା ବକ୍ସର ସାମିଲ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri