Posted inଜାତୀୟ

କରୋନା ପ୍ରଭାବ: ଅଗଷ୍ଟ ୧୫ ଯାଏଁ କ୍ୱାରାଣ୍ଟାଇନ୍‌ରେ ରହିବେ ଅଧିକାରୀ

ନୂଆଦିଲ୍ଲୀ,୨୯।୭: ସମଗ୍ର ଦେଶରେ କରୋନା ମାମଲା ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ଏଭଳି ସ୍ଥିତିରେ ଅଗଷ୍ଟ ୧୫କୁ ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। କରୋନା ଯୋଗୁ ସ୍ବାଧୀନତା ଦିବସ କିଭଳି ସୁରୁଖୁରରେ ପାଳିତ ହେବ ଏବଂ ଲୋକେ ସଂକ୍ରମିତ ନ ହେବେ ସେଥିପାଇଁ ସରକାରଙ୍କ ପକ୍ଷରୁ ବଡ଼ ନିଷ୍ପତ୍ତି ନିଆଯିବା ସହ ସତର୍କତା ଅବଲମ୍ବନ କରାଯାଇଛି। ସ୍ବାଧୀନତା ଦିବସକୁ ଦୃଷ୍ଟିରେ ରଖି ଭାରତୀୟ ସେନା, ବାୟୁସେନା, ନୌସେନା ଓ ଦିଲ୍ଲୀ ପୋଲିସର ଯେଉଁ ଅଧିକାରୀମାନେ ଏହି କାର୍ଯ୍ୟକ୍ରମରେ ସାମିଲ ହେବେ ସେମାନଙ୍କୁ ଅଗଷ୍ଟ୧୫ ଯାଏଁ କ୍ୱାରାଣ୍ଟାଇନ୍‌ରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିରେ ଅଧିକାରୀଙ୍କ ଡ୍ରାଇଭର, ଅପରେଟର, ରୋଷେୟା, ବସ୍‌ ଡ୍ରାଇଭର ଓ ଟ୍ରେନର ସମେତ ସେମାନଙ୍କ ସହ ଜଡ଼ିତ ସମସ୍ତ କର୍ମଚାରୀଙ୍କୁ ମଧ୍ୟ ଅଗଷ୍ଟ ୧୫ଯାଏ କ୍ୱାରାଣ୍ଟାଇନ୍‌ରେ ରଖାଯିବ ବୋଲି ସୂଚନା ରହିଛି। କ୍ୱାରାଣ୍ଟାଇନ୍‌ ସମୟରେ କାର୍ଯ୍ୟକ୍ରମରେ ସାମିଲ ହେବାକୁ ଥିବା ସମସ୍ତ ଅଧିକାରୀ ଓ ତାଙ୍କର କର୍ମଚାରୀ କେବଳ ରିର୍ହସଲ୍‌ ଓ ପ୍ରସ୍ତୁତିରେ ଅଂଶଗ୍ରହଣ କରିବେ। ଏହାପରେ ସିଧା ଘରକୁ ଯିବେ। କାରଣ ରେଡ୍‌ କାର୍ପେଟରେ ଗାର୍ଡ ଅଫ୍‌ ଅନର ସମୟରେ ପ୍ରଧାନମନ୍ତ୍ରୀ ନିଜେ କମାଣ୍ଡର ଓ ଯବାନଙ୍କ ମେଳରେ ରହିଥାନ୍ତି। ତେଣୁ ସଂକ୍ରମିତକୁ ଦୃଷ୍ଟିରେ ରଖାଯାଇ ଏଭଳି ନିଷ୍ପତ୍ତି ନିଆଯାଇଛି। ଏଥିସହ ଅଗଷ୍ଟ ୧୫ ଯାଏଁ ସମସ୍ତ ସରକାରୀ ଗାଡ଼ିଗୁଡ଼ିକୁ ପ୍ରତିଦିନ ସାନିଟାଇଜ୍‌ କରାଯିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri