Posted inଜାତୀୟ

କରୋନା ପ୍ରଭାବ: ଅଗଷ୍ଟ ୧୫ ଯାଏଁ କ୍ୱାରାଣ୍ଟାଇନ୍‌ରେ ରହିବେ ଅଧିକାରୀ

ନୂଆଦିଲ୍ଲୀ,୨୯।୭: ସମଗ୍ର ଦେଶରେ କରୋନା ମାମଲା ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ଏଭଳି ସ୍ଥିତିରେ ଅଗଷ୍ଟ ୧୫କୁ ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। କରୋନା ଯୋଗୁ ସ୍ବାଧୀନତା ଦିବସ କିଭଳି ସୁରୁଖୁରରେ ପାଳିତ ହେବ ଏବଂ ଲୋକେ ସଂକ୍ରମିତ ନ ହେବେ ସେଥିପାଇଁ ସରକାରଙ୍କ ପକ୍ଷରୁ ବଡ଼ ନିଷ୍ପତ୍ତି ନିଆଯିବା ସହ ସତର୍କତା ଅବଲମ୍ବନ କରାଯାଇଛି। ସ୍ବାଧୀନତା ଦିବସକୁ ଦୃଷ୍ଟିରେ ରଖି ଭାରତୀୟ ସେନା, ବାୟୁସେନା, ନୌସେନା ଓ ଦିଲ୍ଲୀ ପୋଲିସର ଯେଉଁ ଅଧିକାରୀମାନେ ଏହି କାର୍ଯ୍ୟକ୍ରମରେ ସାମିଲ ହେବେ ସେମାନଙ୍କୁ ଅଗଷ୍ଟ୧୫ ଯାଏଁ କ୍ୱାରାଣ୍ଟାଇନ୍‌ରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିରେ ଅଧିକାରୀଙ୍କ ଡ୍ରାଇଭର, ଅପରେଟର, ରୋଷେୟା, ବସ୍‌ ଡ୍ରାଇଭର ଓ ଟ୍ରେନର ସମେତ ସେମାନଙ୍କ ସହ ଜଡ଼ିତ ସମସ୍ତ କର୍ମଚାରୀଙ୍କୁ ମଧ୍ୟ ଅଗଷ୍ଟ ୧୫ଯାଏ କ୍ୱାରାଣ୍ଟାଇନ୍‌ରେ ରଖାଯିବ ବୋଲି ସୂଚନା ରହିଛି। କ୍ୱାରାଣ୍ଟାଇନ୍‌ ସମୟରେ କାର୍ଯ୍ୟକ୍ରମରେ ସାମିଲ ହେବାକୁ ଥିବା ସମସ୍ତ ଅଧିକାରୀ ଓ ତାଙ୍କର କର୍ମଚାରୀ କେବଳ ରିର୍ହସଲ୍‌ ଓ ପ୍ରସ୍ତୁତିରେ ଅଂଶଗ୍ରହଣ କରିବେ। ଏହାପରେ ସିଧା ଘରକୁ ଯିବେ। କାରଣ ରେଡ୍‌ କାର୍ପେଟରେ ଗାର୍ଡ ଅଫ୍‌ ଅନର ସମୟରେ ପ୍ରଧାନମନ୍ତ୍ରୀ ନିଜେ କମାଣ୍ଡର ଓ ଯବାନଙ୍କ ମେଳରେ ରହିଥାନ୍ତି। ତେଣୁ ସଂକ୍ରମିତକୁ ଦୃଷ୍ଟିରେ ରଖାଯାଇ ଏଭଳି ନିଷ୍ପତ୍ତି ନିଆଯାଇଛି। ଏଥିସହ ଅଗଷ୍ଟ ୧୫ ଯାଏଁ ସମସ୍ତ ସରକାରୀ ଗାଡ଼ିଗୁଡ଼ିକୁ ପ୍ରତିଦିନ ସାନିଟାଇଜ୍‌ କରାଯିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri