କରୋନା ପ୍ରଭାବ: ଦେଶରେ ବର୍ଷକରେ ସୃଷ୍ଟି ହେବେ ୧୦ ଲକ୍ଷ ନୂଆ ଟିବି ରୋଗୀ

ନୂଆଦିଲ୍ଲୀ,୫।୧: କରୋନା ମହାମାରୀ ପ୍ରଭାବ ଯୋଗୁ ଦେଶରେ ନୂଆ ସଙ୍କଟ ଦେଖାଦେବାର ଆଶଙ୍କା ରହିଛି। ବର୍ଷକରେ ଦେଶରେ ୧୦ ଲକ୍ଷ ନୂଆ ଟିବି ରୋଗୀ ସୃଷ୍ଟି ହେବେ ବୋଲି ବିଶ୍ୱସ୍ବାସ୍ଥ୍ୟ ସଂଗଠନର ବରିଷ୍ଠ ବୈଜ୍ଞାନିକ ତଥା ଭାରତୀୟ ଆୟୁର୍ବିଜ୍ଞାନ ଅନୁସନ୍ଧାନ ପରିଷଦ (ଆଇସିଏମ୍‌ଆର୍‌)ର ପୂର୍ବତନ ନିର୍ଦ୍ଦେଶକ ପ୍ରଫେସର ଡ. ସୌମ୍ୟା ସ୍ବାମୀନାଥନ ପ୍ରକାଶ କରିଛନ୍ତି। ଏହା ସହିତ ଅନ୍ୟ କେତେକ ସ୍ବାସ୍ଥ୍ୟ ସମସ୍ୟା ମଧ୍ୟ ଦେଖାଦେବ ବୋଲି ସେ କହିଛନ୍ତି। ଭାରତରେ ୨୦୨୫ ସୁଦ୍ଧା ଟିବିି ସଂକ୍ରମଣ ଲୋପ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିଲା। ମାତ୍ର ଏବେ ଏହା ପୂରଣ ହେବା ନେଇ ଆଶଙ୍କା ଦେଖାଦେଇଛି। ସେହିପରି ପୃଥିବୀରେ ମଧ୍ୟ ଟିଭି ରୋଗୀଙ୍କ ସଂଖ୍ୟା ବୃଦ୍ଧି ସହିତ ଏଥିଜନିତ ମୃତ୍ୟୁହାର ବୃଦ୍ଧି ପାଇବ ବୋଲି ସେ କହିଛନ୍ତି। ପ୍ରତିବର୍ଷ ପୃଥିବୀରେ କୋଟିଏରୁ ଅଧିକ ଲୋକ ଟିବିରେ ଆକାନ୍ତ ହୋଇଥାନ୍ତି। ସେଥିମଧ୍ୟରୁ ପ୍ରତିବର୍ଷ ୧୪ ଲକ୍ଷରୁ ଅଧିକଙ୍କ ମୃତ୍ୟୁ ଘଟିଥାଏ। ୨୦୧୯ରେ ଭାରତରେ ୨୬ ଲକ୍ଷ ୯୦ ହଜାର ଟିବି ରୋଗୀଥିବାବେଳେ ସେମାନଙ୍କ ସଂଖ୍ୟା ବଢ଼ିବାର ଯଥେଷ୍ଟ ଆଶଙ୍କା ଥିବା ସୌମ୍ୟା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ବନମାଳିପୁଟ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri