କରୋନା ପ୍ରଭାବ: ନିଜେ ଟାଇପ୍‌ କରୁଛନ୍ତି ସୁପ୍ରିମକୋର୍ଟ ବିଚାରପତି

ନୂଆଦିଲ୍ଲୀ,୨୧।୭: ମହାମାରୀ କରୋନା ସଂକ୍ରମଣକୁ ନେଇ ଜନସାଧାରଣ ଭୟଭୀତ ଅବସ୍ଥାରେ ଥିବା ବେଳେ ଏହାର ପ୍ରଭାବ ସବୁ କାର୍ଯ୍ୟରେ ପଡ଼ିଥିବା ଦେଖିବାକୁ ମିଳିଛି। ସୁପ୍ରିମକୋର୍ଟର ବିଚାରପତି ଶୁଣାଣି କରିବା ସମୟରେ ଏବେ ସମସ୍ତ ନିର୍ଦ୍ଦେଶକୁ ନିଜେ ଟାଇପ୍‌ କରୁଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଭର୍ଚୁଆଲ ଶୁଣାଣି ସମୟରେ ସୁପ୍ରିମକୋର୍ଟର ବିଚାରପତି ଧନଞ୍ଜୟ ଓ୍ବାଇ ଚନ୍ଦ୍ରଚୂଡ ନିଜର ଅନୁଭୂତିକୁ ବଖାଣିଛନ୍ତି। ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଶୁଣାଣି କରିବା ସମୟରେ ସେ ଦେଉଥିବା ନିର୍ଦ୍ଦେଶକୁ ନିଜେ ଲ୍ୟାପଟପ୍‌ରେ ଟାଇପ କରନ୍ତି ବୋଲି କହିଛନ୍ତି। ମଙ୍ଗଳବାର ସମାନ କାର୍ଯ୍ୟ କରୁଥିବା ବେଳେ ସେ କହିଛନ୍ତି, କୋର୍ଟ ମାଷ୍ଟରଙ୍କୁ ନିର୍ଦ୍ଦେଶ ଦେବା ପରିବର୍ତ୍ତେ ସେ ନିଜେ ଲ୍ୟାପଟପ୍‌ରେ ଏହି ନିର୍ଦ୍ଦେଶ ଲେଖନ୍ତି। କାରଣ ନିର୍ଦ୍ଦେଶ ଦେବା ଅପେକ୍ଷା ଏହା ସହଜ ଓ ସରଳ ହୋଇଥାଏ। ଲ୍ୟାପଟପ୍‌ରେ ନିଜର ନିର୍ଦ୍ଦେଶ ଟାଇପ୍‌ କରିବା ଦ୍ୱାରା ସଠିକ୍‌ ଓ ନିଭୁର୍ର୍ଲ ହୋଇଥାଏ। କୌଣସି ନିର୍ଦ୍ଦେଶକୁ ଟାଇପ କରିବା ପରେ ଟାଇପିଂ ଭୁଲ କିମ୍ବା ସଂଶୋଧନର ଆବଶ୍ୟକତା ନ ଥାଏ ବୋଲି ଚନ୍ଦ୍ରଚୂଡ଼ କହିଛନ୍ତି। ତେବେ ତାଙ୍କର ଏଭଳି କାର୍ଯ୍ୟ ପ୍ରଣାଳୀ ଦ୍ୱାରା ଭବିଷ୍ୟତରେ ଅନ୍ୟ ବିଚାରପତିମାନେ ଗ୍ରହଣ କରିପାରନ୍ତି ଆଶା କରାଯାଉଛି। ସୂଚନାଯୋଗ୍ୟ, କରୋନା ସଂକ୍ରମଣ ଯୋଗୁ ବର୍ତ୍ତମାନ ସୁପ୍ରିମକୋର୍ଟରେ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଶୁଣାଣି କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri