ଚାଇନାରେ କରୋନା ତାଣ୍ଡବ: ଦିନକୁ କୋଟିଏରୁ ଅଧିକ ଆକ୍ରାନ୍ତ ଚିହ୍ନଟ-ଦୈନିକ ମୃତ୍ୟୁ ସଂଖ୍ୟା ୩୦ ହଜାର ପାର…

ବେଜିଂ,୨୬।୧୨ : ଚାଇନାରେ ପ୍ରତିଦିନ ଏକ କୋଟିରୁ ଅଧିକ ଲୋକ କରୋନାରେ ସଂକ୍ରମିତ ହେଉଥିବାବେଳେ ୩୦ ହଜାରରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟୁଛି। ବିଶେଷଜ୍ଞଙ୍କ ଅନୁଯାୟୀ, ଆସନ୍ତା ୯୦ ଦିନ ମଧ୍ୟରେ ଚାଇନାରେ ପ୍ରାୟ ୯୦୦ ନିୟୁତ ଲୋକ ସଂକ୍ରମଣର ଶିକାର ହେବେ ଏବଂ ପ୍ରାୟ ଏକ ଲକ୍ଷ ଲୋକଙ୍କର ମୃତ୍ୟୁ ଘଟିପାରେ। ଏଥି ସହିତ, ରବିବାର ଚାଇନାର ଜାତୀୟ ସ୍ବାସ୍ଥ୍ୟ ଆୟୋଗର ନୂତନ ଆଦେଶ ଅନୁଯାୟୀ ଚାଇନାର କୌଣସି ସ୍ଥାନରେ କୋଭିଡ ସଂକ୍ରମଣର ହିସାବ ରଖାଯିବ ନାହିଁ।

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ କହିଛି ଯେ ଗତ କିଛି ସପ୍ତାହ ଧରି ଚାଇନାରୁ କରୋନା ସଂକ୍ରମଣର ତଥ୍ୟ ପାଇନାହାଁନ୍ତି। ଦୁନିଆର ସବୁଠାରୁ ଜନବହୁଳ ଦେଶ କରୋନା ଲହରର ଶିଖର ସମୟରେ ସଂକ୍ରମଣ ଉପରେ ନଜର ରଖିବା କଷ୍ଟକର ହୋଇପଡୁଛି। ଏଥି ସହିତ କ୍ୟାପିଟାଲ ଇକୋନୋମିକ୍ସର ଅନୁସନ୍ଧାନକାରୀଙ୍କ ଅନୁଯାୟୀ ଚାଇନା ସରକାର ସଂକ୍ରମଣକୁ ରୋକିବା ପାଇଁ ଆଗ୍ରହ ପ୍ରକାଶ କରୁନାହାଁନ୍ତି। ଅନ୍ୟପକ୍ଷରେ, ଚାଇନାର ପୂର୍ବ ପ୍ରଦେଶର ଝୋଜିଆଙ୍ଗ ପ୍ରଶାସନର ସୂଚନା ଅନୁଯାୟୀ ରବିବାର ପ୍ରାୟ ଏକ ଲକ୍ଷ ସଂକ୍ରମଣ ମାମଲା ରହିଛି। ଏହା ବ୍ୟତୀତ ଏଠାରେ ସଂକ୍ରମଣ ଦିନକୁ ଦିନ ଦ୍ୱିଗୁଣିତ ହେଉଛି। ପ୍ରଶାସନ କହିଛି ଯେ କୋଭିଡ ସଂକ୍ରମଣ ଖୁବ ଶୀଘ୍ର ଏଠାରେ ଶୀର୍ଷରେ ପହଞ୍ଚିବ।


Enter your email to get our daily news in your inbox.

All Right Reserved By Dharitri.Com

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri