କରୋନା ମହାମାରୀକୁ ନିଘା ନାହିଁ: ଚାଇନାରେ ନୂଆବର୍ଷ ଧୁମଧାମରେ ପାଳିତ…

ବେଜିଂ,୧।୧ : ଚାଇନାରେ କରୋନା ମହାମାରୀ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଡାକ୍ତରଖାନାଗୁଡ଼ିକରେ ସ୍ଥାନ ନାହିଁ ଏବଂ ଶ୍ମଶାନରେ ଅନ୍ତିମ ସଂସ୍କାର ପାଇଁ ଧାଡି ଲାଗି ରହିଛି। କରୋନା ମହାମାରୀର ଆତଙ୍କ ମଧ୍ୟରେ, ବିଶ୍ୱର ଅନେକ ଦେଶର ଲୋକମାନେ ଉତ୍ସାହର ସହିତ ନୂତନ ବର୍ଷ ପାଳନ କରୁଛନ୍ତି। ଚାଇନାରେ ଲୋକେ ମହାମାରୀର ବିପଦକୁ ଖାତିର ନକରି ଭିଡ଼ ମଧ୍ୟରେ ଉତ୍ସବ ପାଳନ କରୁଛନ୍ତି। ଏହା କରୋନା ସଂକ୍ରମଣ ଆଶଙ୍କାକୁ ବଢ଼ାଇ ଦେଇଛି।

ଦେଶରେ କରୋନା ବିସ୍ଫୋରଣ ଯୋଗୁ ହୋଇଥିବା ବିନାଶ ସତ୍ତ୍ୱେ ରାସ୍ତାରେ ଲକ୍ଷ ଲକ୍ଷ ଲୋକଙ୍କୁ ଦେଖିବାକୁ ମିଳିଥିଲା। ବହୁ ସଂଖ୍ୟକ ଲୋକ ଆତସବାଜି ସହିତ ବେଲୁନ ଛାଡିଥିବାର ଦେଖାଯାଇଥିଲା। ଅନେକ ଲୋକ ପରସ୍ପରକୁ ଆଲିଙ୍ଗନ କରୁଥିବା ମଧ୍ୟ ଦେଖିବାକୁ ମିଳିଥିଲା। ତେବେ ଏହି ସମୟ ମଧ୍ୟରେ ସମସ୍ତେ ମାସ୍କ ପିନ୍ଧିଥିବାର ନଜର ଆସିଥିଲେ। ମାତ୍ର ସାମାଜିକ ଦୂରତା ବଜାୟ ରଖିବା ସମ୍ଭବ ହୋଇ ପାରି ନଥିଲା।

ଦେଶରେ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ପ୍ରତିଦିନ ମୃତ୍ୟୁ ସଂଖ୍ୟା ୯,୦୦୦ ଛୁଇଁଛି। ସେହିପରି ଦୈନିକ ସଂକ୍ରମଣ ୩୭ ଲକ୍ଷ ପାର୍‌ ହୋଇଛି। ଏଭଳି ଜାରି ରହିଲେ ଜାନୁୟାରୀ ୨୩ ସୁଦ୍ଧା ଦେଶରେ ୫ ଲକ୍ଷ ୮୪ ହଜାର ଲୋକଙ୍କ ମୃତ୍ୟୁ ଘଟିବାର ଆଶଙ୍କା ରହିଛି। ଡାକ୍ତରଖାନାଗୁଡ଼ିକରେ ସ୍ଥାନ ନାହିଁ ଏବଂ ଶ୍ମଶାନରେ ଅନ୍ତିମ ସଂସ୍କାର ପାଇଁ ଧାଡି ଲାଗି ରହିଛି। ଇତିମଧ୍ୟରେ ନୂଆ ବର୍ଷରୁ ଚାଇନା କରୋନା ସହ ଜଡିତ ତଥ୍ୟକୁ ମାସକୁ ଥରେ ପ୍ରକାଶ କରିବ ବୋଲି ଚର୍ଚ୍ଚା ହେଉଥିଲା। ଚାଇନା ପକ୍ଷରୁ ସବୁବେଳେ କରୋନାଙ୍କ ଆକଳନ ଲୁଚାଇ ରଖାଯାଇଥିବା ଅଭିଯୋଗ ହୋଇଛି। ଏଥି ସହିତ, ଅନୁଷ୍ଠିତ ଏକ ବୈଠକରେ ବିଶ୍ୱସ୍ବାସ୍ଥ୍ୟ ସଂଗଠନ ରିଅଲ ଟାଇମ କୋଭିଡ ତଥ୍ୟ ବାଣ୍ଟିବାକୁ ଚାଇନା ଉପରେ ଚାପ ପକାଇଛି। ବିଶ୍ୱସ୍ବାସ୍ଥ୍ୟ ସଂଗଠନ ଅଧିକ ବିପଦ ଥିବା ଲୋକଙ୍କୁ ସଂକ୍ରମଣ ଏବଂ ମୃତ୍ୟୁରୁ ସୁରକ୍ଷା ଦେବା ପାଇଁ ଟିକାକରଣ ବୃଦ୍ଧି ଗୁରୁତ୍ୱକୁ ଦୋହରାଇଛି। ବିବୃତ୍ତି ଅନୁଯାୟୀ, ବିଶ୍ୱସ୍ବାସ୍ଥ୍ୟ ସଂଗଠନ ଚାଇନାକୁ ଭାଇରାଲ ସିକ୍ୱେନ୍ସିଂ, କ୍ଲିନିକାଲ ମ୍ୟାନେଜମେଣ୍ଟ ଏବଂ ପ୍ରଭାବ ମୂଲ୍ୟାଙ୍କନକୁ ମଜବୁତ କରିବାକୁ ଆହ୍ବାନ କରିଛି ଏବଂ ଏହି କ୍ଷେତ୍ରରେ ସହାୟତା ଯୋଗାଇବାକୁ ଇଚ୍ଛା ପ୍ରକାଶ କରିଛି। ବିଶ୍ୱସ୍ବାସ୍ଥ୍ୟ ସଂଗଠନ ମହାନିର୍ଦ୍ଦେଶକ ଟେଡ୍ରୋସ ଆଧାନୋମ ଘେବ୍ରେୟସସ ଚାଇନାରେ ବଢ଼ୁଥିବା କରୋନା ଆକାନ୍ତଙ୍କ ସଂଖ୍ୟା ଏବଂ ପରିସ୍ଥିତିକୁ ନେଇ ଉଦବେଗ ପ୍ରକାଶ କରିବାବେଳେ ବ୍ୟାପକ ସୂଚନାର ଅଭାବକୁ ସ୍ବୀକାର କରିଛନ୍ତି। ସେ କହିଥିଲେ ଯେ ଚାଇନାରେ କରୋନା କଟକଣାକୁ କୋହଳ କରିବା ପରେ ଏକ ଚିନ୍ତାଜନକ ପରିସ୍ଥିତି ଉପୁଜିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

ଭାଜପାରେ ବଡ଼ ଅଦଳବଦଳ: ସ୍ମୃତି-ବସୁନ୍ଧରାଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୧୭।୮: ସଭାପତି ନୀତିନ ନବୀନ ନୂଆ ଟିମ୍‌ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ୧୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri