୩ ବର୍ଷ ଯାଏଁ ରହିବ କରୋନା ମହାମାରୀ

ନୂଆଦିଲ୍ଲୀ, ୧୬।୭: ଆସନ୍ତା ୩ ବର୍ଷ ପର୍ଯ୍ୟନ୍ତ କରୋନା ମହାମାର ସଂକ୍ରମଣ ରହିବ। ଏହାଦ୍ୱାରା ଭାରତୀୟ ବିମାନ କମ୍ପାନୀ ଗୁଡ଼ିକର କ୍ଷତି ପରିମାଣ ଲକ୍ଷେ ୧୦ ହଜାର କୋଟିରୁ ଲକ୍ଷେ ୩୦ ହଜାର କୋଟି ମଧ୍ୟରେ ହେବ ବୋଲି କ୍ରିସିଲ୍‌ ରେଟିଂ ଏଜେନ୍ସି ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି। କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଭିଜା ଏବଂ ବିମାନ ଯାତ୍ରା ଉପରେ ପ୍ରତିବନ୍ଧକ ଲାଗିଛି। ୨୦୨୦ରୁ ୨୦୨୨ ମଧ୍ୟରେ ଭାରତୀୟ ବିମାନ କମ୍ପାନୀ ଗୁଡ଼ିକର ରାଜସ୍ବରେ ହାନି ହେବ ବୋଲି ରିପୋର୍ଟ ଦର୍ଶାଯାଇଛି। ତେବେ ୨୦୨୧ରେ ଅଶୋଧିତ ତୈଳ ଦାମ ବ୍ୟାରେଲ୍‌ ପିଛା ୩୮ରୁ ୪୨ ଡଲାର ମଧ୍ୟରେ ରହିଲେ ବିମାନ କମ୍ପାନୀ ଗୁଡ଼ିକର କ୍ଷତି ପରିମାଣ କମିପାରେ ବୋଲି ରିପୋର୍ଟ କୁହାଯାଇଛି। ବିମାନରେ ୩୦ରୁ ୪୫ ପ୍ରତିଶତ ଖର୍ଚ୍ଚ କେବଳ ଇନ୍ଧନ ପାଇଁ ହୋଇଥାଏ। କରୋନା ସଂକ୍ରମଣ ଯୋଗୁ ଘରୋଇ ଯାତ୍ରୀଙ୍କ ସଂଖ୍ୟା ୪୦ରୁ ୪୫ ପ୍ରତିଶତ କମିବାର ଅନୁମାନ କରାଯାଇଛି। ସେହିପରି ବିଦେଶୀ ଯାତ୍ରୀଙ୍କ ସଂଖ୍ୟାରେ ୬୦ରୁ ୬୫ ପ୍ରତିଶତ ପର୍ଯ୍ୟନ୍ତ ହ୍ରାସ ଆକଳନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌ଏମ୍‌ଡିଆର, ଏସ୍‌ଆଇଆର୍‌ ମୁଖ୍ୟ ପ୍ରସଙ୍ଗ ନେଇ କଂଗ୍ରେସର ବନ୍ଦ ଡାକରା

କେନ୍ଦୁଝର,୮ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଏମ୍‌ଏମ୍‌ଡିଆର, ଏସ୍‌ଆଇଆର୍‌-୨୦୨୬, ପାଠ୍ୟପୁସ୍ତକ ତ୍ରୁଟି ଏବଂ ବନ୍ୟା ସମସ୍ୟା ପ୍ରସଙ୍ଗକୁ ନେଇ ବୁଧବାର ଓଡ଼ିଶା ବନ୍ଦ ଡାକରା ପରିପ୍ରେକ୍ଷୀରେ କେନ୍ଦୁଝରରେ ବନ୍ଦ ପାଳନ…

ମୃତ୍ୟୁ ପରେ ମୋତେ ଏମିତି କରିବ, କ’ଣ ଥିଲା ନାନା ପାଟେକରଙ୍କ ଶେଷ ଇଚ୍ଛା? ୨୦୨୩ରେ ପ୍ରକାଶ କରି ସମସ୍ତଙ୍କୁ ଚମକାଇ ଦେଇଥିଲେ

ମୁମ୍ବାଇ,୮।୧୦: ବଲିଉଡରେ ଏପରି କିଛି ଅଭିନେତା ଅଛନ୍ତି ଯେଉଁମାନେ କେବଳ ପରଦାରେ ଚରିତ୍ର ରୂପାୟନ କରିବାଠାରୁ ଊର୍ଦ୍ଧ୍ୱକୁ ଯାଇ ଦର୍ଶକଙ୍କ ହୃଦୟରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି…

ବୋରିଆ ସ୍କୁଲରେ ଶିକ୍ଷକ ଅଭାବ: ପାଠପଢ଼ାରେ ବ୍ୟାଘାତ

କେସିଙ୍ଗା, ୮।୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ଗ୍ରାମରେ ଜାତୀୟ ରାଜପଥ-୨୬ କଡ଼ରେ ଥିବା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅସନ୍ତୋଷ…

ସଂସଦରେ ଟ୍ରମ୍ପଙ୍କ ସୁନାର ନଗ୍ନ ପ୍ରତିମୂର୍ତ୍ତି, ନାଁ ଶୁଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୮।୧୦: ୟୁରୋପ ସଂସଦ ପରିସରରେ ଏବେ ଏକ ଅଜବ ଏବଂ ଚର୍ଚ୍ଚିତ କଳାକୃତି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରୁଛି । ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ…

ଓଡ଼ିଶା ବନ୍ଦ ଡାକରାରେ ଅତାବିରାରେ ଜନଜୀବନ ପ୍ରଭାବିତ

ଅତାବିରା,୮ା୧୦(ଯୁଧିଷ୍ଠିର ମହାପାତ୍ର): କଂଗ୍ରେସ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାରେ ବରଗଡ଼ ଜିଲା ଅତାବିରା ଠପ୍‌ ହୋଇପଡ଼ିଛି। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ…

ପାକିସ୍ତାନ ସୁପର ଲିଗ୍‌ର ତାରିଖ ଘୋଷଣା କଲା PCB, ୨୦୨୭ରେ ପୁଣି IPL-PSL ଲଢ଼େଇ

ନୂଆଦିଲ୍ଲୀ,୮।୧୦: ୨୦୨୭ରେ ପୁଣିଥରେ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ଏବଂ ପାକିସ୍ତାନ ସୁପର ଲିଗ୍ (PSL) ମଧ୍ୟରେ ସିଧାସଳଖ ଟକ୍କର ଦେଖିବାକୁ ମିଳିବ । ପାକିସ୍ତାନ କ୍ରିକେଟ୍…

ସରକାରୀ ବସ୍‌ କାଚ ଭାଙ୍ଗିଲେ, ସାପ୍ତାହିକ ହାଟ ବି ବନ୍ଦ କଲେ ବିକ୍ଷୋଭକାରୀ

ଛତ୍ରପୁର,୮ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଇଣ୍ଡିଆ ବ୍ଲକ ପକ୍ଷରୁ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦରେ ମଧ୍ୟ ଦେଖାଯାଇଛି। ସିପିଆଇର…

ଅଭିଜିତ ଦୀପକେଙ୍କ ଚାଞ୍ଚଲ୍ୟକର ଦାବି

ନୂଆଦିଲ୍ଲୀ,୮।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ‘ଆକ୍ରମକ କକରୋଚ ଜନତା ପାର୍ଟି’ (CJP) ଆସନ୍ତା ଅକ୍ଟୋବର ୧୦ରେ ଜନ୍ତର ମନ୍ତର ଅଭିମୁଖେ ଶୋଭାଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?