Posted inଜାତୀୟ

କରୋନା ମୁକାବିଲା: ଦେଶବ୍ୟାପୀ ମକ୍‌ ଡ୍ରିଲ୍‌…

ନୂଆଦିଲ୍ଲୀ,୧୦।୪ : ସଂକ୍ରମଣ ବୃଦ୍ଧି ମାମଲାକୁ ଦୃଷ୍ଟିରେ ରଖି ୧୦ ଏବଂ ୧୧ ଏପ୍ରିଲରେ ଜାତୀୟ ସ୍ତରରେ ଏକ ମକ ଡ୍ରିଲ ଆୟୋଜନ କରାଯାଇ  ଏହାର ମୁକାବିଲା ପାଇଁ ପ୍ରସ୍ତୁତି ଉପରେ ନଜର ରଖାଯିବ। ମକ ଡ୍ରିଲରେ ଆଇସିୟୁ ଶଯ୍ୟା, ଚିକିତ୍ସା ଉପକରଣ, ଅମ୍ଳଜାନ ଏବଂ ମାନବ ଶକ୍ତି ଉପଲବ୍ଧ କରାଯିବ ବୋଲି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।
ଦେଶର ୩୨ ଜିଲାରେ ସଂକ୍ରମଣ ହାର ୧୦ ପ୍ରତିଶତ ଥିବାବେଳେ ୬୩ ଜିଲାରେ ଏହା ୫ରୁ ୧୦ ପ୍ରତିଶତ ମଧ୍ୟରେ ରହିଛି। ଦିଲ୍ଲୀ, ମହାରାଷ୍ଟ୍ର, ଗୁଜରାଟ, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରୁ କରୋନାର ନୂଆ ଆକ୍ରାନ୍ତ ଚିହ୍ନଟ ହେବାରେ ଲାଗିଛନ୍ତି। ଇନସାକୋଗ ତଥ୍ୟ ଅନୁଯାୟୀ, ସମଗ୍ର ଦେଶରେ ଏକ୍ସବିବି-୧.୧୬ ଭାରିଆଣ୍ଟର ୬୧୦ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସତର୍କତା ଦୃଷ୍ଟିରୁ ଜେନୋମ ସିକ୍ୱେନ୍ସି ଉପରେ ଗୁରୁତ୍ୱ ଦେବାକୁ କେନ୍ଦ୍ର ସରକାର ସମସ୍ତ ରାଜ୍ୟକୁ କହିଛନ୍ତି। ସର୍ବାଧିକ ସଂଖ୍ୟକ କରୋନା ମାମଲା ମହାରାଷ୍ଟ୍ର ଏବଂ ଗୁଜରାଟରେ ଦେଖିବାକୁ ମିଳିଛି। ଦେଶରେ କରୋନାଭାଇରସ ଏବଂ ଫ୍ଲୁ ସଂକ୍ରମଣ ବୃଦ୍ଧି ମଧ୍ୟରେ କେନ୍ଦ୍ର ଦ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଏକ ଆଡଭାଇଜରୀ ଜାରି କରିଉନ୍ତି। ଏଥିରେ କରୋନା ପାଇଁ ସ୍ଥିର ହୋଇଥିବା ସୁରକ୍ଷା ପ୍ରୋଟୋକଲକୁ ଅନୁସରଣ କରିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି । ଜନଗହଳି ପୂର୍ଣ୍ଣ ସ୍ଥାନରେ ମାସ୍କ ପିନ୍ଧିବାକୁ ଲୋକଙ୍କୁ ମନ୍ତ୍ରଣାଳୟ ପରାମର୍ଶ ଦେଇଛି। ଏହା ସହିତ ଛିଙ୍କିବା କିମ୍ବା କାଶିବା ସମୟରେ ନାକ ଏବଂ ପାଟି ଘୋଡାଇବା ପାଇଁ ରୁମାଲ / ଟିସୁ ବ୍ୟବହାର କରିବାକୁ ମଧ୍ୟ କୁହାଯାଇଛି। ହାତର ସ୍ବଚ୍ଛତା ବଜାୟ ରଖିବା ପାଇଁ ବାରମ୍ବାର ହାତ ଧୋଇବା ପାଇଁ ପରାମର୍ଶ ଦିଆଯାଇଛି। ଏହା ସହିତ ଲୋକଙ୍କୁ ସର୍ବସାଧାରଣ ସ୍ଥାନରେ ଛେପ ପକାଇବାକୁ ମଧ୍ୟ ମନା କରାଯାଇଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ନିର୍ଦ୍ଦେଶ ଅନୁଯାୟୀ ପରୀକ୍ଷାକୁ ବୃଦ୍ଧି କରିବା ଏବଂ ଏହାର ଲକ୍ଷଣ ବିଷୟରେ ଶୀଘ୍ର ସୂଚନା ଦେବାକୁ କୁହାଯାଇଛି। ଏହା ସହିତ ଶ୍ୱାସକ୍ରିୟା ରୋଗରେ ପୀଡିତ ହେଲେ ବ୍ୟକ୍ତିଗତ ସମ୍ପର୍କକୁ ସୀମିତ ରଖିବାକୁ ମଧ୍ୟ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟାଜଳରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଯାଜପୁର/ଦଶରଥପୁର,୧୮।୮(ହର୍ଷବର୍ଦ୍ଧନ ବେହେରା/ସୁଶାନ୍ତ ବେହୁରିଆ) : ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲାର ଦଶରଥପୁର ବ୍ଲକ ଅଞ୍ଚଳରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡିଛି ।…

ଆଜି ପ୍ରବଳ ବର୍ଷିବ: ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେବା ପରେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା…

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri