Posted inଜାତୀୟ

କରୋନା ମୁକାବିଲା: ଏପ୍ରିଲ୍‌ ୧୦-୧୧ରେ ଦେଶବ୍ୟାପୀ ମକ୍‌ ଡ୍ରିଲ୍‌…

ନୂଆଦିଲ୍ଲୀ,୯।୪ : ଦେଶରେ କରୋନା ମାମଲା ବଢ଼ିବାରେ ଲାଗିଛି। ଦେଶର ୩୨ରୁ ଅଧିକ ଜିଲାରେ କରୋନା ସଂକ୍ରମଣ ହାର ୧୦ ପ୍ରତିଶତ ଥିବାବେଳେ ୬୩ରୁ ଅଧିକ ଜିଲାରେ ଏହା ୫ରୁ ୧୦ ପ୍ରତିଶତ ମଧ୍ୟରେ ରହିଛି। ଦିଲ୍ଲୀ, ମହାରାଷ୍ଟ୍ର, ଗୁଜରାଟ, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରୁ କରୋନାର ନୂଆ ଆକ୍ରାନ୍ତ ଚିହ୍ନଟ ହେବାରେ ଲାଗିଛନ୍ତି। ଇନସାକୋଗ ତଥ୍ୟ ଅନୁଯାୟୀ, ସମଗ୍ର ଦେଶରେ ଏକ୍ସବିବି-୧.୧୬ ଭାରିଆଣ୍ଟର ୬୧୦ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସତର୍କତା ଦୃଷ୍ଟିରୁ ଜେନୋମ ସିକ୍ୱେନ୍ସି ଉପରେ ଗୁରୁତ୍ୱ ଦେବାକୁ କେନ୍ଦ୍ର ସରକାର ସମସ୍ତ ରାଜ୍ୟକୁ କହିଛନ୍ତି। ସର୍ବାଧିକ ସଂଖ୍ୟକ କରୋନା ମାମଲା ମହାରାଷ୍ଟ୍ର ଏବଂ ଗୁଜରାଟରେ ଦେଖିବାକୁ ମିଳିଛି। ଦେଶରେ କରୋନାଭାଇରସ ଏବଂ ଫ୍ଲୁ ସଂକ୍ରମଣ ବୃଦ୍ଧି ମଧ୍ୟରେ କେନ୍ଦ୍ର ଦ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଏକ ଆଡଭାଇଜରୀ ଜାରି କରିଉନ୍ତି। ଏଥିରେ କରୋନା ପାଇଁ ସ୍ଥିର ହୋଇଥିବା ସୁରକ୍ଷା ପ୍ରୋଟୋକଲକୁ ଅନୁସରଣ କରିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି । ଜନଗହଳି ପୂର୍ଣ୍ଣ ସ୍ଥାନରେ ମାସ୍କ ପିନ୍ଧିବାକୁ ଲୋକଙ୍କୁ ମନ୍ତ୍ରଣାଳୟ ପରାମର୍ଶ ଦେଇଛି। ଏହା ସହିତ ଛିଙ୍କିବା କିମ୍ବା କାଶିବା ସମୟରେ ନାକ ଏବଂ ପାଟି ଘୋଡାଇବା ପାଇଁ ରୁମାଲ / ଟିସୁ ବ୍ୟବହାର କରିବାକୁ ମଧ୍ୟ କୁହାଯାଇଛି। ହାତର ସ୍ବଚ୍ଛତା ବଜାୟ ରଖିବା ପାଇଁ ବାରମ୍ବାର ହାତ ଧୋଇବା ପାଇଁ ପରାମର୍ଶ ଦିଆଯାଇଛି। ଏହା ସହିତ ଲୋକଙ୍କୁ ସର୍ବସାଧାରଣ ସ୍ଥାନରେ ଛେପ ପକାଇବାକୁ ମଧ୍ୟ ମନା କରାଯାଇଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ନିର୍ଦ୍ଦେଶ ଅନୁଯାୟୀ ପରୀକ୍ଷାକୁ ବୃଦ୍ଧି କରିବା ଏବଂ ଏହାର ଲକ୍ଷଣ ବିଷୟରେ ଶୀଘ୍ର ସୂଚନା ଦେବାକୁ କୁହାଯାଇଛି। ଏହା ସହିତ ଶ୍ୱାସକ୍ରିୟା ରୋଗରେ ପୀଡିତ ହେଲେ ବ୍ୟକ୍ତିଗତ ସମ୍ପର୍କକୁ ସୀମିତ ରଖିବାକୁ ମଧ୍ୟ ପରାମର୍ଶ ଦିଆଯାଇଛି। ସଂକ୍ରମଣ ବୃଦ୍ଧି ମାମଲାକୁ ଦୃଷ୍ଟିରେ ରଖି ୧୦ ଏବଂ ୧୧ ଏପ୍ରିଲରେ ଜାତୀୟ ସ୍ତରରେ ଏକ ମକ ଡ୍ରିଲ ଆୟୋଜନ କରାଯିବ ଏବଂ ଏହାର ମୁକାବିଲା ପାଇଁ ପ୍ରସ୍ତୁତି ଉପରେ ନଜର ରଖାଯିବ। ମକ ଡ୍ରିଲରେ ଆଇସିୟୁ ଶଯ୍ୟା, ଚିକିତ୍ସା ଉପକରଣ, ଅମ୍ଳଜାନ ଏବଂ ମାନବ ଶକ୍ତି ଉପଲବ୍ଧ କରାଯିବ ବୋଲି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

AI’ରେ ଭିଡିଓ କରି ବର୍ଷକରେ ୩୫ କୋଟିରୁ ଅଧିକ ରୋଜଗାର: ୟୁଟ୍ୟୁବ୍‌ରେ ଚହଳ ସୃଷ୍ଟି କଲା ଭାରତର ଏହି ଚ୍ୟାନେଲ

ନୂଆଦିଲ୍ଲୀ,୩୦।୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ସାହାଯ୍ୟରେ କମ୍ ପରିଶ୍ରମରେ କୋଟି କୋଟି ଟଙ୍କା ରୋଜଗାର କରାଯାଇପାରେ, ଏହା ପ୍ରମାଣ କରିଛି ଭାରତର ଏକ ୟୁଟ୍ୟୁବ୍ ଚ୍ୟାନେଲ।...

ବାଇକ୍‌ ଚାଳକ ସାବଧାନ, ଏବେ ହେଲମେଟ୍‌ ପିନ୍ଧିଲେ ବି କଟିବ ୨ହଜାର ଟଙ୍କାର ଚାଲାଣ

ନୂଆଦିଲ୍ଲୀ,୩୦।୧୨: ହେଲମେଟ ପିନ୍ଧିଲେ ମଧ୍ୟ କଟିପାରେ ୨୦୦୦ ଟଙ୍କା ଚାଲାଣ। (ମୋଟରସାଇକିଲ ଓ ସ୍କୁଟର) ଚାଳକମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ହେଲମେଟ ନ ପିନ୍ଧିବା...

ରେଲେଓ଼୍ବର ବଡ଼ ଘୋଷଣା, ଟ୍ରେନରେ ମିଳିବ…

ନୂଆଦିଲ୍ଲୀ,୩୦।୧୨: କୁହୁଡ଼ି ଯୋଗୁଁ ଉତ୍ତର ଭାରତରେ ପ୍ରତିଦିନ ଅନେକ ଟ୍ରେନ ବିଳମ୍ୱ ହୁଏ। କମ କିମ୍ୱା ଶୂନ୍ୟ ଦୃଶ୍ୟମାନତା ଟ୍ରେନ ଗତିକୁ ବହୁ ପରିମାଣରେ ହ୍ରାସ...

ଯାଜପୁର ଏମ୍‌ପିଙ୍କ ଘର ଉପରକୁ ଆକ୍ରମଣ, ୨ ଜଣଙ୍କୁ ବାନ୍ଧି…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଏମ୍‌ପି ଡକ୍ଟର ରବୀନ୍ଦ୍ର ନାରାୟଣ ବେହେରାଙ୍କ ବାସଭବନ ଉପରକୁ ଆକ୍ରମଣ ହୋଇଥିବା ଖବର ମିଳିଛି। କୁଆଖିଆ ଥାନା ଅନ୍ତର୍ଗତ ରାଜେନ୍ଦ୍ରପୁର...

ପ୍ରିୟଙ୍କା ଗାନ୍ଧୀଙ୍କ ବୋହୂ ଅଭିଭାଙ୍କ ସମ୍ପତ୍ତି କେତେ? ଏମିତି କରନ୍ତି ମୋଟା ଅଙ୍କର ରୋଜଗାର

ନୂଆଦିଲ୍ଲୀ,୩୦।୧୨: ଦେଶର ପ୍ରମୁଖ ରାଜନୈତିକ ପରିବାର ମଧ୍ୟରୁ ଗୋଟିଏ ଗାନ୍ଧୀ-ଭଦ୍ରା ପରିବାର ଖୁବ ଶୀଘ୍ର ବିବାହ ଘୋଷଣା କରିବାକୁ ଯାଉଛନ୍ତି। ପ୍ରସ୍ତୁତି ଚାଲିଛି, ଏବଂ ବିବାହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri