Posted inଜାତୀୟ

କରୋନା ମୁକାବିଲା: ଏପ୍ରିଲ୍‌ ୧୦-୧୧ରେ ଦେଶବ୍ୟାପୀ ମକ୍‌ ଡ୍ରିଲ୍‌…

ନୂଆଦିଲ୍ଲୀ,୯।୪ : ଦେଶରେ କରୋନା ମାମଲା ବଢ଼ିବାରେ ଲାଗିଛି। ଦେଶର ୩୨ରୁ ଅଧିକ ଜିଲାରେ କରୋନା ସଂକ୍ରମଣ ହାର ୧୦ ପ୍ରତିଶତ ଥିବାବେଳେ ୬୩ରୁ ଅଧିକ ଜିଲାରେ ଏହା ୫ରୁ ୧୦ ପ୍ରତିଶତ ମଧ୍ୟରେ ରହିଛି। ଦିଲ୍ଲୀ, ମହାରାଷ୍ଟ୍ର, ଗୁଜରାଟ, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରୁ କରୋନାର ନୂଆ ଆକ୍ରାନ୍ତ ଚିହ୍ନଟ ହେବାରେ ଲାଗିଛନ୍ତି। ଇନସାକୋଗ ତଥ୍ୟ ଅନୁଯାୟୀ, ସମଗ୍ର ଦେଶରେ ଏକ୍ସବିବି-୧.୧୬ ଭାରିଆଣ୍ଟର ୬୧୦ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସତର୍କତା ଦୃଷ୍ଟିରୁ ଜେନୋମ ସିକ୍ୱେନ୍ସି ଉପରେ ଗୁରୁତ୍ୱ ଦେବାକୁ କେନ୍ଦ୍ର ସରକାର ସମସ୍ତ ରାଜ୍ୟକୁ କହିଛନ୍ତି। ସର୍ବାଧିକ ସଂଖ୍ୟକ କରୋନା ମାମଲା ମହାରାଷ୍ଟ୍ର ଏବଂ ଗୁଜରାଟରେ ଦେଖିବାକୁ ମିଳିଛି। ଦେଶରେ କରୋନାଭାଇରସ ଏବଂ ଫ୍ଲୁ ସଂକ୍ରମଣ ବୃଦ୍ଧି ମଧ୍ୟରେ କେନ୍ଦ୍ର ଦ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଏକ ଆଡଭାଇଜରୀ ଜାରି କରିଉନ୍ତି। ଏଥିରେ କରୋନା ପାଇଁ ସ୍ଥିର ହୋଇଥିବା ସୁରକ୍ଷା ପ୍ରୋଟୋକଲକୁ ଅନୁସରଣ କରିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି । ଜନଗହଳି ପୂର୍ଣ୍ଣ ସ୍ଥାନରେ ମାସ୍କ ପିନ୍ଧିବାକୁ ଲୋକଙ୍କୁ ମନ୍ତ୍ରଣାଳୟ ପରାମର୍ଶ ଦେଇଛି। ଏହା ସହିତ ଛିଙ୍କିବା କିମ୍ବା କାଶିବା ସମୟରେ ନାକ ଏବଂ ପାଟି ଘୋଡାଇବା ପାଇଁ ରୁମାଲ / ଟିସୁ ବ୍ୟବହାର କରିବାକୁ ମଧ୍ୟ କୁହାଯାଇଛି। ହାତର ସ୍ବଚ୍ଛତା ବଜାୟ ରଖିବା ପାଇଁ ବାରମ୍ବାର ହାତ ଧୋଇବା ପାଇଁ ପରାମର୍ଶ ଦିଆଯାଇଛି। ଏହା ସହିତ ଲୋକଙ୍କୁ ସର୍ବସାଧାରଣ ସ୍ଥାନରେ ଛେପ ପକାଇବାକୁ ମଧ୍ୟ ମନା କରାଯାଇଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ନିର୍ଦ୍ଦେଶ ଅନୁଯାୟୀ ପରୀକ୍ଷାକୁ ବୃଦ୍ଧି କରିବା ଏବଂ ଏହାର ଲକ୍ଷଣ ବିଷୟରେ ଶୀଘ୍ର ସୂଚନା ଦେବାକୁ କୁହାଯାଇଛି। ଏହା ସହିତ ଶ୍ୱାସକ୍ରିୟା ରୋଗରେ ପୀଡିତ ହେଲେ ବ୍ୟକ୍ତିଗତ ସମ୍ପର୍କକୁ ସୀମିତ ରଖିବାକୁ ମଧ୍ୟ ପରାମର୍ଶ ଦିଆଯାଇଛି। ସଂକ୍ରମଣ ବୃଦ୍ଧି ମାମଲାକୁ ଦୃଷ୍ଟିରେ ରଖି ୧୦ ଏବଂ ୧୧ ଏପ୍ରିଲରେ ଜାତୀୟ ସ୍ତରରେ ଏକ ମକ ଡ୍ରିଲ ଆୟୋଜନ କରାଯିବ ଏବଂ ଏହାର ମୁକାବିଲା ପାଇଁ ପ୍ରସ୍ତୁତି ଉପରେ ନଜର ରଖାଯିବ। ମକ ଡ୍ରିଲରେ ଆଇସିୟୁ ଶଯ୍ୟା, ଚିକିତ୍ସା ଉପକରଣ, ଅମ୍ଳଜାନ ଏବଂ ମାନବ ଶକ୍ତି ଉପଲବ୍ଧ କରାଯିବ ବୋଲି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ୧୭ଥର ଛୁରି ଭୁସିଲେ ସହଯୋଗୀ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୨ା୯ :ପୂର୍ବ ଦିଲ୍ଲୀର ମାଣ୍ଡଓ୍ବାଲି ଅଞ୍ଚଳରେ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ୧୭ ଥର ଛୁରାମାଡ଼ ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ପୋଲିସ କହିଛି। ପୋଲିସ…

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

ଭାରତରେ ନିଜ ଟଏଲଟ୍‌ ଧରି ବୁଲୁଛନ୍ତି ସି ଜିନପିଙ୍ଗ୍‌, କାରଣ ଜାଣିଲେ ହୋସ୍‌ ଉଡିବ

ନୂଆଦିଲ୍‌ଲୀ,୧୨।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଯେତେବେଳେ କୌଣସି ବିଦେଶ ଗସ୍ତରେ ଯାଆନ୍ତି, ସେତେବେଳେ ତାଙ୍କର ସୁରକ୍ଷା ବ୍ୟବସ୍ଥା ତାଙ୍କ ଦୈନନ୍ଦିନ ଜୀବନର ସବୁଠାରୁ ବ୍ୟକ୍ତିଗତ ଦିଗ…

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?