କରୋନା ଲଢ଼େଇ: ଭାରତର ପ୍ରସ୍ତାବକୁ ସମର୍ଥନ କଲେ ନେପାଳ-ପାକିସ୍ତାନ, ଅମଙ୍ଗ ହେଲା ଆମେରିକା

ଜେନେଭା, ୧୯।୧୦: କରୋନା ଲଢ଼େଇରେ ଭାରତ ପକ୍ଷରୁ ବିଶ୍ୱସ୍ବାସ୍ଥ୍ୟ ସଂଗଠନକୁ ଦିଆଯାଇଥିବା ପ୍ରସ୍ତାବକୁ ନେପାଳ ଏବଂ ପାକିସ୍ତାନ ସମର୍ଥନ କରିଛନ୍ତି। ଅପରପକ୍ଷରେ ଆମେରିକା ପ୍ରସ୍ତାବରେ ଅମଙ୍ଗ ରହିଛି। ଭାରତ ପକ୍ଷରୁ ପ୍ରସ୍ତାବ ଦିଆଯାଇଥିଲା ଯେ, ପୃଥିବୀର ସମସ୍ତ ଦେଶକୁ କରୋନା ଟିକା ଉପଲବ୍ଧ କରାଇବା ନେଇ ବିଶ୍ୱ ବ୍ୟାପାର ସଂଗଠନ ସୁନିଶ୍ଚିତ କରାଇବା ଆବଶ୍ୟକ। ଭାରତ ଏବଂ ଦକ୍ଷିଣ ଆଫ୍ରିକା ପକ୍ଷରୁ ଏହି ପ୍ରସ୍ତାବ ଅଣାଯାଇଥିଲା। ଏହାକୁ ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ସ୍ବାଗତ କରାଯାଇଥିଲେ। ପୃଥିବୀରୁ କରୋନା ମହାମାରୀ ହଟାଇବା ଲାଗି ସମସ୍ତ ଦେଶ ମିଳିତ ଭାବେ ଲଢ଼େଇ କରିବା ଅପରିହାର୍ଯ୍ୟ ବୋଲି ବିଶ୍ୱସାସ୍ଥ୍ୟ ସଂଗଠନ ମୁଖ୍ୟ ଟେଡ୍ରୋସ୍‌ ଆଧାନୋମ୍‌ ଗେବ୍ରିୟେସସ୍‌ ଟୁଇଟ୍‌ କରି କହିଥିଲେ। କରୋନା ଟିକା ଲାଗି ଅନ୍ତର୍ଜାତୀୟସ୍ତରରେ ବ୍ୟବସାୟିକ ନିୟମ କୋହଳ କରାଯିବା ଉପରେ ସେ ଗୁରୁତ୍ୱାରୋପ କରିଥିଲେ। ସେହିପରି ନମୁନା ପରୀକ୍ଷା ଉପକରଣ ଏବଂ ଚିକିତ୍ସା ସମ୍ପର୍କିତ ସହାୟତା ଶସ୍ତା ଦାମରେ ଯୋଗାଇ ଦେବା ଲାଗି ଭାରତ ଏବଂ ଦକ୍ଷିଣ ଆଫ୍ରିକା ପକ୍ଷରୁ ଆଗତ ହୋଇଥିବା ପ୍ରସ୍ତାବକୁ ସେ ପ୍ରଶଂସା କରିଥିଲେ। ଆମେରିକା ସହିତ ୟୁରୋପୀୟ ସଂଘ, କାନାଡ଼ା, ଜାପାନ, ବ୍ରିଟେନ, ଅଷ୍ଟ୍ରେଲିଆ ଏବଂ ସୁଇଜରଲାଣ୍ଡ୍‌ ଏହି ପ୍ରସ୍ତାବକୁ ଖାରଜ କରିଦେଇଥିଲେ। ଅପରପକ୍ଷରେ ଆଫ୍ରିକୀୟ ଦେଶ ସମୂହ, ବାଂଲାଦେଶ, ଶ୍ରୀଲଙ୍କା, ପାକିସ୍ତାନ, ନେପାଳ ପ୍ରମୁଖ ଏହାକୁ ସମର୍ଥନ କରିଥିଲେ। ସେହିପରି ଚାଇନା, ତୁର୍କୀ, ଫିଲିପାଇନ୍ସ୍‌, କଳମ୍ବିଆ ପ୍ରମୁଖ ଦେଶ ଭାରତ ଏବଂ ଦକ୍ଷିଣ ଆଫ୍ରିକା ପକ୍ଷରୁ ଅଗାତ ହୋଇଥିବା ପ୍ରସ୍ତାବ ଊପରେ ପୁନର୍ବିଚାର କରିବାକୁ ମତପୋଷଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri