କମୁନି କରୋନା ଗ୍ରାଫ୍‌: ରାଜ୍ୟରେ ଆଜି ୧୦,୦୩୧ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୧୦।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ସୋମବାର ରାଜ୍ୟରେ ୧୦,୦୩୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬୬୨୩ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୩,୪୦୮ଟି ହେଉଛି ଲୋକାଲ କେସ। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧,୩୨୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ସୁନ୍ଦରଗଡ଼ ଜିଲାରୁ ୮୨୪ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ କଟକରୁ ୭୨୦, ପୁରୀରୁ ୭୦୮, ଅନୁଗୋଳରୁ ୪୫୬, ବରଗଡ଼ରୁ ୪୫୦, କଳାହାଣ୍ଡିରୁ ୪୩୩, ଝାରସୁଗୁଡ଼ାରୁ ୪୧୮, ଯାଜପୁରରୁ ୩୨୮, ନୂଆପଡ଼ାରୁ ୩୧୧, ନବରଙ୍ଗପୁରରୁ ୩୦୬, ସମ୍ବଲପୁରରୁ ୩୦୨, ବଲାଙ୍ଗିରରୁ ୨୭୪,ନୟାଗଡ଼ରୁ ୨୬୯, ଭଦ୍ରକରୁ ୨୪୮, ବାଲେଶ୍ୱରରୁ ୨୩୦, ଢେଙ୍କାନାଳରୁ ୨୪୪, କେନ୍ଦ୍ରାପଡ଼ାରୁ ୨୪୩, ଗଞ୍ଜାମରୁ ୨୦୯, ମୟୂରଭଞ୍ଜରୁ ୨୦୭, ବୌଦ୍ଧରୁ ୧୮୩, ସୁବର୍ଣ୍ଣପୁରରୁ ୧୬୯, କେନ୍ଦୁଝରରୁ ୧୬୬, କୋରାପୁଟରୁ ୧୪୨, ରାୟଗଡ଼ାରୁ ୧୩୨, ଦେବଗଡ଼ରୁ ୧୧୮, ଜଗତସିଂହପୁରରୁ ୧୧୫, ଗଜପତିରୁ ୮୯, କନ୍ଧମାଳରୁ ୭୫ ଓ ମାଲକାନଗିରିରୁ ୬୨ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ ପୁଲ୍‌ରୁ୨୭୧ ଜଣ ଅଛନ୍ତି।
ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫,୪୪,୮୭୩କୁ ବୃଦ୍ଧି ପାଇଛି। ଆକ୍ଟିଭ ୭୩,୫୪୮ ଥିବା ବେଳେ ସୁସ୍ଥ ହେଲେଣି ୪ ଲକ୍ଷ ୪ ହଜାର ୦୬୩। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri