କରୋନା ଗ୍ରାଫ୍‌ ତଳ ମୁହାଁ…

ନୂଆଦିଲ୍ଲୀ,୧୬।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ତେବେ ଦିଲ୍ଲୀରୁ ପୁଣି ଖୁସି ଖବର ଆସିଛି। କରୋନା ଗ୍ରାଫ୍‌ ତଳମୁହାଁ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୬୨ ହଜାର ୨୨୪ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୨,୫୪୨ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୧ ଲକ୍ଷ ୭ ହଜାର ୬୨୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅପରପକ୍ଷରେ ୮ ଲକ୍ଷ ୬୫ ହଜାର ୪୩୨ ଜଣ ଚିକିତ୍ସିତ ହେଉଛନ୍ତି। ବର୍ତ୍ତମାନ ସୁଦ୍ଧା ୨୬ କୋଟି ୧୯ ଲକ୍ଷ ୭୨ ହଜାର ୧୪ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ୩୮ କୋଟି ୩୩ ଲକ୍ଷ ୬ ହଜାର ୯୭୧ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି।

Share