ରାଜ୍ୟରେ ଖସୁଛି କରୋନା ଗ୍ରାଫ୍‌ : ଆଜି ୩୪୯ ପଜିଟିଭ୍ ‌ଚିହ୍ନଟ , ୬ ମୃତ

ଭୁବନେଶ୍ୱର,୮।୧୨(ବ୍ୟୁରୋ): ରାଜ୍ୟରେ କିଛିଦିନ ହେବ ଲଗାତାର କରୋନା ପଜିଟିଭ୍‌ ସଂଖ୍ୟା କମିବାର ଲାଗିଛି। ମଙ୍ଗଳବାର ରାଜ୍ୟରେ ୩୪୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୬ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୯୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୫୧ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୧ ହଜାର ୯୧୩ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲାରୁ ସର୍ବାଧିକ ୪୪ ଜଣ ଥିବା ବେଳେ ଅନୁଗୋଳରୁ ୨୬, ବାଲେଶ୍ୱରରୁ ୨୩, ବରଗଡ଼ରୁ ୧୯, ଭଦ୍ରକରୁ ୫, ବଲାଙ୍ଗୀରରୁ ୬, ବୌଦ୍ଧରୁ ୪ କଟକରୁ ୨୨ , ଦେବଗଡ଼ରୁ ୨, ଢେଙ୍କାନାଳରୁ ୧ ଓ ଗଞ୍ଜାମରୁ ୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଜଗତ୍‌ସିଂହପୁରରୁ ୫, ଯାଜପୁରର ୮ , ଝାରସୁଗୁଡ଼ାରୁ ୧୮, କଳାହାଣ୍ଡିରୁ ୧୯, କେନ୍ଦ୍ରାପଡ଼ାରୁ ୫, କେନ୍ଦୁଝରରୁ ୭, କୋରାପୁଟରୁ ୧, ମାଲକାନଗିରିରୁ ୩, ମୟୂରଭଞ୍ଜରୁ ୧୮ ଆକ୍ରାନ୍ତ ରହିଛନ୍ତି। ଅନ୍ୟପକ୍ଷରେ ନବରଙ୍ଗପୁରରୁ ୩ , ନୟାଗଡ଼ରୁ ୧, ନୂଆପଡ଼ାରୁ ୧୦, ପୁରୀରୁ ୨୨, ରାୟଗଡ଼ାରୁ ୧, ସମ୍ବଲପୁରରୁ ୧୪ ଓ ସୁବର୍ଣ୍ଣପୁରରୁ ୨ ଓ ଷ୍ଟେଟ୍‌ ପୁଲ୍‌ରୁ ୧୦ ଆକ୍ରାନ୍ତ ଅଛନ୍ତି।
ସେହପରି ରାଜ୍ୟରେ ମଙ୍ଗଳବାର କରୋନା ଆଉ ୬ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୭୮୪କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରୁ ପୁରୀରୁ ୨ ସୁନ୍ଦରଗ ସମ୍ବଲପୁର, ଖୋର୍ଦ୍ଧା ଓ ଝାରସୁଗୁଡ଼ାରୁ ଜଣେ ଲେଖାଏ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri