ବିଶ୍ୱ ମହାମାରୀ ତାଲିକାରୁ ହଟିଲା କରୋନା

ଜେନେଭା, ୬।୫: ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍‌ଓ) ଶୁକ୍ରବାର କୋଭିଡ୍‌-୧୯କୁ ବିଶ୍ୱ ମହାମାରୀ ତାଲିକାରୁ ହଟାଇଦେଇଛି। କୋଭିଡ୍‌ ସଂକ୍ରମିତ ରୋଗୀଙ୍କ ମୃତ୍ୟୁ ସଂଖ୍ୟା ଲଗାତର କମିବା ଯୋଗୁ ଡବ୍ଲ୍ୟୁଏଚ୍‌ଓ ଏହି ନିଷ୍ପତ୍ତି ନେଇଛି। ତିନିବର୍ଷ ଭିତରେ କୋଭିଡ୍‌ରେ ଆକ୍ରାନ୍ତ ହୋଇ ମୋଟ ୭ ନିୟୁତ ଲୋକଙ୍କ ମୃତ୍ୟୁ ଘଟିଥିବା ଡବ୍ଲ୍ୟୁଏଚ୍‌ଓ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। ଆଗାମୀ ଦିନରେ କରୋନା ଭୂତାଣୁ ଦ୍ୱାରା ଲୋକେ ସଂକ୍ରମିତ ହେବାର ଡର ରହିଛି। ଏଚ୍‌ଆଇଭି ଭଳି କୋଭିଡ୍‌ ମଧ୍ୟ ଏକ ମହାମାରୀ ସ୍ଥିତିରେ ରହିବ। ବହୁ ଆଶାରେ କୋଭିଡ୍‌-୧୯କୁ ବୈଶ୍ୱିକ ମହାମାରୀ ତାଲିକାରୁ ହଟାଯାଉଥିବା ଡବ୍ଲ୍ୟୁଏଚ୍‌ଓ ମହାନିର୍ଦ୍ଦେଶକ ଡା. ଟେଡ୍ରୋସ୍‌ ଆଧାନୋମ ଘେବ୍ରେୟେସସ୍‌ କହିଛନ୍ତି। କୋଭିଡ୍‌ ମହାମାରୀ ତାଲିକାରୁ ହଟାଯିବା ସତ୍ତ୍ୱେ ସଂକ୍ରମଣ ଭୟ କମିନାହିଁ। ଭାଇରସ୍‌ ଏବେ ମଧ୍ୟ ବାୟୁମଣ୍ଡଳରେ ଉପସ୍ଥିତ ରହିଛି। ଏହାର ସଂକ୍ରମଣରେ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିବା ସହ ଏହାର ଗୁଣବତ୍ତାରେ ପରିବର୍ତ୍ତନ ଦେଖାଯିବ ବୋଲି ଘେବ୍ରେୟେସସ୍‌ କହିଛନ୍ତି। ୨୦୨୦ ଜାନୁୟାରୀରେ ଡବ୍ଲ୍ୟୁଏଚ୍‌ଓ କୋଭିଡ୍‌-୧୯କୁ ବୈଶ୍ୱିକ ମହାମାରୀ ଭାବେ ଘୋଷଣା କରିଥିଲା। କରୋନା ମୁକାବିଲା ପାଇଁ ଟିକା ଏକମାତ୍ର ଅସ୍ତ୍ର ପାଲଟିଛି। କାରଣ ଏହାକୁ ସମ୍ପୂର୍ଣ୍ଣ ଭଲ କରିବାର ଉପାୟ ଏବେ ସୁଦ୍ଧା ବୈଜ୍ଞାନିକମାନେ ଖୋଜି ବାହାର କରିପାରି ନାହାନ୍ତି। ଆମେରିକା,ବ୍ରିଟେନ୍‌ ଭଳି ଅନେକ ଦେଶ ବର୍ତ୍ତମାନ କୋଭିଡ୍‌ ସହିତ ଜିଇବା ଆରମ୍ଭ କରିଦେଇଛନ୍ତି। ଅନ୍ୟପକ୍ଷେ ଗୁଡ଼ିଏ ଦେଶରେ କରୋନା ଟିକା ଅଦ୍ୟାବଧି ଉପଲବ୍ଧ ହୋଇପାରି ନାହିଁ। କରୋନାକୁ ସଂକ୍ରମଣକୁ ସମ୍ପୂର୍ଣ୍ଣ ଦୂର କରିବା ପାଇଁ ୧୦ ବର୍ଷରୁ ଊର୍ଦ୍ଧ୍ୱ ସମୟ ଲାଗିବ। ଅନେକ ସମୟରେ ନୂଆ ମହାମାରୀର ଆଗମନରେ ହିଁ ପୂର୍ବ ମହାମାରୀ ଶେଷ ହୋଇଯାଏ ବୋଲି ଡବ୍ଲ୍ୟୁଏଚ୍‌ଓ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri