Posted inବରଗଡ଼

କରୋନା ଛଡାଇ ନେଇଛି କଳାକାରଙ୍କ ଜୀବିକା, ସହାୟତା ଦାବି କଲା ଧନୁଯାତ୍ରା କଳାକାର ସଂଘ

ବରଗଡ ଅଫିସ,୧୭।୧୧: କରୋନା କଟକଣା ଯୋଗୁ ମୁକ୍ତ ରଙ୍ଗମଞ୍ଚ କଳାକାରଙ୍କ ଜୀବନ ଜୀବିକା ଉଜୁଡ଼ି ଯାଇଛି। ଦୀର୍ଘ ୮ମାସ ହେଲା ପରିବାର ପୋଷଣ ସେମାନଙ୍କ ପକ୍ଷରେ କଷ୍ଟସାଧ୍ୟ ହୋଇ ପଡିଛି। ଫଳରେ ମୁକ୍ତ ରଙ୍ଗମଞ୍ଚ କଳାକାରଙ୍କୁ ସହାୟତା ପ୍ରଦାନ କରିବାକୁ ପଶ୍ଚିମ ଓଡ଼ିଶା ଧନୁଯାତ୍ରା କଳାକାର ସଂଘ ଦାବି କରିଛି। ଏହି କ୍ରମରେ ମଙ୍ଗଳବାର ସଂଘର ନେତୃତ୍ୱରେ ବହୁସଂଖ୍ୟକ କଳାକାର ଏକ ଶୋଭାଯାତ୍ରାରେ ବାହାରି ଜିଲାପାଳ ଅଫିସକୁ ଯାଇଥିଲେ ଏବଂ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ କରିଥିଲେ। ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲାପାଳ ର୍ମିଧା ଟପ୍ପୋ ସ୍ମାରକପତ୍ର ଗ୍ରହଣ କରିଥିଲେ। ମୁକ୍ତ ରଙ୍ଗମଞ୍ଚ ଖୋଲିବା ପାଇଁ ଅନୁମତି, ସମସ୍ତ କଳାକାରଙ୍କୁ ଭତ୍ତା ପ୍ରଦାନ, ମାସିକ କଳାକାର ଭତ୍ତାକୁ ୩ହଜାର ଟଙ୍କାକୁ ବୃଦ୍ଧି, ବିଜୁ ପକ୍କାଘର ଯୋଜନାରେ ଘର ଯୋଗାଇବା, ଋଣ ପ୍ରଦାନ ଆଦି ଦାବି କରାଯାଇଛି। ସଂଘର ସଭାପତି ଦୟାନିଧି ପ୍ରଧାନ, ଜଗଦାନନ୍ଦ ମିଶ୍ର, ସୁଶିଲ ମେହେର, ଚୈତନ୍ୟ ପାଇକ ପ୍ରମୁଖ ସ୍ମାରକପତ୍ର ପ୍ରଦାନ ସମୟରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ବରଗଡ଼ ଗସ୍ତରେ କମିଶନର ରାମଚନ୍ଦ୍ର ଯାଦବ: କୁରୁଆଁ ବିହନ ପ୍ରକ୍ରିୟାକରଣ ପ୍ଲାଣ୍ଟ କଲେ ପରିଦର୍ଶନ

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା କୃଷି ଓ କୃଷକ ସଶକ୍ତିକରଣ ବିଭାଗର କମିଶନର ତଥା ସଚିବ ସଚିନ ରାମଚନ୍ଦ୍ର ଯାଦବ ବୁଧବାର ବରଗଡ଼ ଜିଲା ଗସ୍ତରେ ଆସିଥିଲେ ।…

ବରଗଡ଼ର ଗୌରବ: ଆନ୍ତର୍ଜାତୀୟ ଚେସ୍ ‘ଫିଡେ ରେଟିଂ’ ହାସଲ କଲେ ରୋନକ୍ କୁମାର

ବରଗଡ,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପାଇଁ ଗର୍ବ ଓ ଗୌରବ ଆଣିଦେଇଛନ୍ତି ଜଣେ କୁନି ଚେସ୍ ଖେଳାଳି। ବରଗଡ଼ ଚେସ୍ ଆସୋସିଏସନ ତରଫରୁ ପରିଚାଳିତ ପ୍ରଶିକ୍ଷଣ କେନ୍ଦ୍ର…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

ଛାତି ପର୍ଯ୍ୟନ୍ତ ପାଣି, ତଥାପି ବନ୍ୟାର ପ୍ରଖର ସ୍ରୋତରେ ନିଜ କାର୍‌କୁ ଛାଡ଼ିଲେନି ମାଲିକ..Viral Video ଦେଖିଲେ…

ଥରେ ଭାବନ୍ତୁ ଆପଣ କାର୍‌ରେ ଥିବେ, ବନ୍ୟାଜଳ ମାଡ଼ି ଆସିବ। କାର୍‌ଟି ବନ୍ୟାଜଳରେ ବୁଡ଼ିଯିବ, ଆପଣ କରିବେ କ’ଣ? କାରକୁ ଛାଡ଼ି ନିଜ ଜୀବନ ବଞ୍ଚାଇବେ ନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri