ରାଜ୍ୟରେ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି କରୋନା: ଆଜି ୪୫ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୮।୬ (ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ କରୋନା ଆଉ ୪୫ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୩୦୮୦କୁ ବୃଦ୍ଧି ପାଇଛି। ଏହି ୪୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୬ ଜଣ ଥିବା ବେଳେ କଟକ ଓ କଳାହାଣ୍ଡିରୁ ୫ ଲେଖାଏ ଅଛନ୍ତି। ଅନୁଗୁଳ, ଢେଙ୍କାନାଳ ଓ ସୁନ୍ଦରଗଡ଼ ଜିଲାରୁ ୪ ଲେଖାଏଙ୍କ ପ୍ରାଣ ଯାଇଛି। ବୌଦ୍ଧ ଓ ଝାରସୁଗୁଡ଼ାରୁ ୩ ଲେଖାଏ ପ୍ରାଣ ହରାଇଛନ୍ତି। ସେହିପରି ବରଗଡ଼ ଓ ରାୟଗଡ଼ାରୁ ୨ ଜଣ ଲେଖାଏଙ୍କ ମୃତ୍ୟୁ ଘଟିଥିବା ବେଳେ ବାଲେଶ୍ୱର, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ମାଲକାନଗିରି, ମୟୂରଭଞ୍ଜ ଓ ନୟାଗଡ଼ ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।